ଆଫଗାନିସ୍ତାନରେ ୫.୩ ତୀବ୍ରତାଯୁକ୍ତ ଭୂମିକମ୍ପ

Oct 01, 2026 - 16:21
ଆଫଗାନିସ୍ତାନରେ ୫.୩ ତୀବ୍ରତାଯୁକ୍ତ ଭୂମିକମ୍ପ

କାବୁଲ: ଗୁରୁବାର ସକାଳେ ଆଫଗାନିସ୍ତାନର ହିନ୍ଦୁକୁଶ ଅଞ୍ଚଳରେ ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି। ଜର୍ମାନ ରିସର୍ଚ୍ଚ ସେଣ୍ଟର ଫର୍ ଜିଓସାଇନ୍ସ ଅନୁଯାୟୀ, ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୫.୩ ଥିଲା। ଭାରତୀୟ ସମୟ ପ୍ରାୟ ସକାଳ ୬:୫୯ ରେ ଏହି ଭୂମିକମ୍ପ ହୋଇଥିଲା। ଏହାର କେନ୍ଦ୍ରସ୍ଥଳ ୩୬.୦୫ ଡିଗ୍ରୀ ଉତ୍ତର ଅକ୍ଷାଂଶ ଏବଂ ୬୮.୮୭ ଡିଗ୍ରୀ ପୂର୍ବ ଦ୍ରାଘିମାରେ ଅବସ୍ଥିତ ଥିଲା। ଭୂକମ୍ପର କେନ୍ଦ୍ରସ୍ଥଳ ଭୃପୃଷ୍ଠରୁ ୧୦ କିଲୋମିଟର ଗଭୀରତାରେ ଥିଲା। ସକାଳୁ ଭୂମିକମ୍ପ ହେବାରୁ ଲୋକେ ଭୟରେ ଘରୁ ବାହାରକୁ ଦୌଡ଼ି ପଳାଇ ଆସିଥିଲେ। ତେବେ‌ ଭୂମିକମ୍ପ ଦ୍ବାରା କେହି ମୃତାହତ କିମ୍ବା ସମ୍ପତ୍ତି କ୍ଷତିର କୌଣସି ରିପୋର୍ଟ ମିଳିନାହିଁ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMAYA - ସମୟ ଦେଖନ୍ତୁ।