କାର ରୁ ଦେଢ଼ କ୍ୱିଣ୍ଟାଲ ରୁ ଉର୍ଦ୍ଧ୍ବ ଗଞ୍ଜେଇ ଜବତ, ୩ ଅଟକ
ବାରିପଦା : ମୟୂରଭଞ୍ଜ ଜିଲ୍ଲା ବାରିପଦା ସହର ପୋଲିସ କୁ ନବଡ଼ ସଫଳତା । ଏକ ଦାମୀ କାର ରୁ ଦେଢ଼ କ୍ୱିଣ୍ଟାଲରୁ ଉର୍ଦ୍ଧ୍ବ ଗଞ୍ଜେଇ ଜବତ କରିଛି ଭଞ୍ଜପୁର ଥାନା ପୁଲିସ । ଲକ୍ଷ୍ମୀପୋଷିସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ନିକଟ ସୁବର୍ଣ୍ଣରେଖା କେନାଲ ରାସ୍ତାରେ ଗୋଡାଇ ଗୋଡାଇ ବେଆଇନ ଗଞ୍ଜେଇ ଚାଲାଣ କାରକୁ ଅଟକ ରଖିବା ସହ ୩ ଜଣ ଆନ୍ତଃରାଜ୍ୟ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିବାରେ ସଫଳ ହୋଇଛି । ଏଥିସହ ସେମାନଙ୍କ ନିକଟରୁ ନଗଦ ଟଙ୍କା ଏବଂ ମୋବାଇଲ ଫୋନ ଜବତ କରାଯାଇଛି ।
ମିଳିଥିବା ସୂଚନା ଅନୁଯାୟୀ, ଲକ୍ଷ୍ମୀପୋଷି କେନ୍ଦ୍ରିୟ ବିଦ୍ୟାଳୟ ନିକଟ ଦେଇ ଏକ କାରରେ ବିପୁଳ ପରିମାଣର ନିଶାଦ୍ରବ୍ୟ ଚାଲାଣ ହେଉଥିବା ନେଇ ଭଞ୍ଜପୁର ପୁଲିସକୁ କୌଣସି ସୂତ୍ରରୁ ଗୁଇନ୍ଦା ସୂଚନା ମିଳିଥିଲା । ଖବର ପାଇ ପୁଲିସ ଟିମ୍ ତୁରନ୍ତ ଘଟଣାସ୍ଥଳରେ ନାକାବନ୍ଦୀ କରି ଯାନବାହନ ଯାଞ୍ଚ ଆରମ୍ଭ କରିଥିଲା। ଏହି ସମୟରେ ଏକ ସନ୍ଦିଗ୍ଧ ପଶ୍ଚିମବଙ୍ଗ ନମ୍ବର ଥିବା କିଆ ସେଲଟସ୍ କାର୍ ଅଟକାଇ ତଲାସି କରିବା ପରେ ଗାଡ଼ି ଭିତରୁ ୧ କୁଇଣ୍ଟାଲରୁ ଅଧିକ ଗଞ୍ଜେଇ ମିଳିଥିଲା ।
ପୁଲିସ ତୁରନ୍ତ ଗାଡ଼ିରେ ଥିବା ୩ ଜଣ ଗଞ୍ଜେଇ ଚାଲାଣକାରୀଙ୍କୁ କାବୁ କରିବା ସହ ଘଟଣାସ୍ଥଳରୁ ଉକ୍ତ ଗଞ୍ଜେଇ, ନଗଦ ଲକ୍ଷାଧିକ ଟଙ୍କା ଓ କାର୍ଟିକୁ ଜବତ କରିଛି । ଗିରଫ ଅଭିଯୁକ୍ତମାନଙ୍କୁ ଥାନାକୁ ଆଣି ପଚରାଉଚରା ଜାରି ରହିଛି । ଏହି ଗଞ୍ଜେଇ କେଉଁଠାରୁ ଆସି କେଉଁ ସ୍ଥାନକୁ ଚାଲାଣ କରାଯାଉଥିଲା ଏବଂ ଏହି ରାକେଟ୍ ପଛରେ ଆଉ କେଉଁମାନେ ସମ୍ପୃକ୍ତ ଅଛନ୍ତି, ସେ ନେଇ ପୁଲିସ ପକ୍ଷରୁ ଅଧିକ ତଦନ୍ତ ଚାଲିଥିବା ଜଣାପଡ଼ିଛି ।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMAYA - ସମୟ ଦେଖନ୍ତୁ।