କୋଟିଆ ସମସ୍ୟାର ସମାଧାନ ପାଇଁ ମିଳିତ ଉଦ୍ୟମ ଆବଶ୍ୟକ: ଧର୍ମେନ୍ଦ୍ର ପ୍ରଧାନ

Oct 21, 2026 - 19:38
କୋଟିଆ ସମସ୍ୟାର ସମାଧାନ ପାଇଁ ମିଳିତ ଉଦ୍ୟମ ଆବଶ୍ୟକ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: କୋଟିଆ ହେଉଛି ଓଡ଼ିଶାର ଅସ୍ମିତା, ସାର୍ବଭୌମତ୍ୱ ଓ ଅଖଣ୍ଡତାର ପରିଚୟ। ଓଡ଼ିଆ ଭାବେ କୋଟିଆକୁ ନେଇ ଦୀର୍ଘ ସମୟ ଧରି ଦେଖାଯାଇଥିବା ସୀମା ବିବାଦ ନିଶ୍ଚୟ ଭାବେ ଚିନ୍ତାଜନକ । ଦଳ ମତ ନିର୍ବିଶେଷରେ ଓଡ଼ିଶାର ସ୍ୱାର୍ଥ ପାଇଁ ସମସ୍ତେ ଏକାଠି ହୋଇ ମିଳିତ ଭାବେ ଏହାର ସମାଧାନ କରିବାର ଆବଶ୍ୟକତା ରହିଛି ବୋଲି ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ।

ପ୍ରଧାନ କହିଛନ୍ତି ଯେ, ସେ ପୂର୍ବରୁ ତିନି ଥର କୋଟିଆ ଗ୍ରାମକୁ ଗସ୍ତ କରି ସେଠାକାର ପରିସ୍ଥିତି ଅନୁଧ୍ୟାନ କରିଥିଲେ । ଏହି ଅଞ୍ଚଳରେ ଆନ୍ଧ୍ରପ୍ରଦେଶର ବାରମ୍ବାର ହସ୍ତକ୍ଷେପ ତଥା ସୀମା ବିବାଦକୁ ନେଇ ଲାଗି ରହିଥିବା ସମସ୍ୟାର ସମାଧାନ ପାଇଁ ସେ ନଭେମ୍ବର ୧୮, ୨୦୨୦ ଓ ଅକ୍ଟୋବର ୩୧, ୨୦୨୨ରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ସେପ୍ଟେମ୍ବର ୨୨, ୨୦୨୧ରେ ଆନ୍ଧ୍ରପ୍ରଦେଶର ତତ୍କାଳୀନ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀଙ୍କୁ ପତ୍ର ଲେଖି ଅନୁରୋଧ କରିଥିଲେ ।

ଏହି ଗୁରୁତ୍ୱପୂର୍ଣ୍ଣ ସୀମାନ୍ତ ଅଞ୍ଚଳର ସମସ୍ୟାର ସମାଧାନ କରିବା ପାଇଁ ରାଜନୈତିକ ବ୍ୟକ୍ତିବିଶେଷଙ୍କ ଦାୟିତ୍ୱ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଉଚ୍ଚ ସ୍ତରରେ ସୌହାର୍ଦ୍ଦ୍ୟପୂର୍ଣ୍ଣ କଥାବାର୍ତ୍ତା ମାଧ୍ୟମରେ ଏକ ଅନୁକୂଳ ବାତାବରଣ ତିଆରି କରି ସମାଧାନର ସ୍ଥାୟୀ ବାଟ କାଢ଼ିବା ଆବଶ୍ୟକ। ଓଡ଼ିଆ ଅସ୍ମିତା ପାଇଁ ଆମର ଏହି ନିରନ୍ତର ଲଢ଼େଇ ଜାରି ରହିବ। ଓଡ଼ିଶାର ଏକତା, ସାର୍ବଭୌମତ୍ୱ ଓ ଅଖଣ୍ଡତାକୁ ରକ୍ଷା କରିବା ଆମ ସମସ୍ତଙ୍କର ସାମୂହିକ ଦାୟିତ୍ୱ ବୋଲି ସାଂସଦ କହିଛନ୍ତି । 

 

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMAYA - ସମୟ ଦେଖନ୍ତୁ।