ନାବାଳିକା ଦୁଷ୍କର୍ମ ମାମଲାରେ ଦୋଷୀକୁ ୨୫ ବର୍ଷ ଜେଲ୍‌

Sep 23, 2026 - 20:01

କେନ୍ଦ୍ରାପଡ଼ା: ନାବାଳିକାଙ୍କୁ ଦୁଷ୍କର୍ମ ମାମଲାରେ ଦୋଷୀ ସାବ୍ୟସ୍ତ ଗୌରାଙ୍ଗ ସେଠୀଙ୍କୁ କେନ୍ଦ୍ରାପଡ଼ା ପୋକ୍ସୋ କୋର୍ଟ ୨୫ ବର୍ଷର କଠୋର ଜେଲ୍‌ ଦଣ୍ଡାଦେଶ ଦେଇଛନ୍ତି। ଏଥିସହ ପୀଡ଼ିତାଙ୍କୁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ (DLSA)କୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।ସୂଚନା ଅନୁଯାୟୀ, ୨୦୨୩ ମସିହାରେ ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କ ସହ ଦୁଷ୍କର୍ମ ଘଟଣା ଘଟିଥିଲା। ଏନେଇ ଥାନାରେ ମାମଲା ରୁଜୁ ହେବା ପରେ ପୁଲିସ ତଦନ୍ତ କରି ଅଭିଯୁକ୍ତ ଗୌରାଙ୍ଗ ସେଠୀଙ୍କ ବିରୋଧରେ ଚାର୍ଜସିଟ୍‌ ଦାଖଲ କରିଥିଲା।ମାମଲାର ବିଚାର ସମୟରେ କୋର୍ଟରେ ମୋଟ ୧୭ ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ସାକ୍ଷ୍ୟ ଓ ଉପସ୍ଥାପିତ ପ୍ରମାଣକୁ ଆଧାର କରି ପୋକ୍ସୋ କୋର୍ଟ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ୨୫ ବର୍ଷର ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAJA LIVE - ସମାଜ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMAJA LIVE - ସମାଜ ଦେଖନ୍ତୁ।