ନୂଆଁଖାଇ

Sep 15, 2026 - 16:25
ନୂଆଁଖାଇ

 

ନୂଆଁଖାଇ ଓଡ଼ିଶାର ପଶ୍ଚିମାଞ୍ଚଳର ଏକ ପାରମ୍ପରିକ ପର୍ବ। ନୂଆଁଖାଇ ପର୍ବ ଧାନ ଅମଳର ଖୁସିର ପାଳନ କରିବା ନିମନ୍ତେ କରାଯାଇଥାଏ । ପାଞ୍ଜି ଅନୁସାରେ ଏହା ଭାଦ୍ରବ ମାସର ଶୁକ୍ଳ ପଞ୍ଚମୀ ତିଥିରେ (ଗଣେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ । ଏହି ଦିନ ପ୍ରତି ଗ୍ରାମର ପରିବାର ମାନେ ନିଜ ନିଜ ଘରେ ନୂଆଁ ଧାନ ଗଛ ରୁ ସଗ୍ରଁହ କରି ଢ଼ିଙ୍କି ରେ କୁଟି ତାକୁ ଭାଜି ଗୁଡ଼ ମିଶାଇ ଚୁରା କୁଣା ବନେଇ କରି ପ୍ରସାଦ ପ୍ରସ୍ତୁତ କରିଥାଆନ୍ତି । ଯାହାକୁ ଇଷ୍ଟଦେବୀ ମାଁ ସମଲେଶ୍ବେରୀଙ୍କଠାରେ ଅର୍ପଣ କରାଯାଇଥାଏ । ସେହିଭଳି ଏହି ଦିନ କ୍ଷୀରି ରାନ୍ଧିବାର ପ୍ରଥା ରହିଛି । ଏହାସହ ଯୁଗ୍ମ ପରିବାରରେ ତଥା ସମଗ୍ର ଗ୍ରାମରେ ସାମୁହିକ ଭାବେ ମଧ୍ୟ କ୍ଷୀରି ରାନ୍ଧିଥାନ୍ତି । ଏହି କ୍ଷୀରି "ନବାନ୍ନ"  ନାମରେ ଜଣା । ଗ୍ରାମର ଦେହୁରୀ ସେହି ନବାନ୍ନକୁ ପୂର୍ବଜମାନଙ୍କୁ ଅର୍ପଣ କରିଥାନ୍ତି ଆଉ ଭୋଗ ରୂପେ ସମସ୍ତଙ୍କୁ ବାଣ୍ଟିଥାନ୍ତି । ନୂଆଖାଇ ପାଳନ ପରଦିନ "ନୂଆଖାଇ ବାସି" ପାଳନ ହୁଏ ଓ ଏହିଦିନ ବଳକା ନୂଆନ୍ନ, କ୍ଷୀରି-ପିଠା ଖିଆହେବା ସହ ମାଂସ ରନ୍ଧାଯାଇଥାଏ । ବାସି ପରଦିନ "ତିଆସି" ପାଳନ ହୁଏ ଓ ଏହିଦିନ ଗ୍ରାମବାସୀମାନେ ମାଂସ ସମେତ ବିଭିନ୍ନ ଖାଦ୍ୟ ଖାଇବା ସହ ପାରମ୍ପାରିକ ଖେଳ (ଯଥା ଡୁଡୁ, ଖୋଖୋ, ବାଡ଼ି-ଖିଚା, କୁସ୍ତି) ଖେଳି ସମୟ ଅତିବାହିତ କରିଥାନ୍ତି । ଏହା ସମଗ୍ର ଓଡ଼ିଶାରେ ବିଶେଷ କରି ଓଡ଼ିଶାର ପଶ୍ଚିମାଞ୍ଚଳ ଜିଲ୍ଲାସମୂହରେ ଆଡ଼ମ୍ବର ସହକାରେ ପାଳନ କରାଯାଇଥାଏ । ଦେଶର ବିଭିନ୍ନ ଅଞ୍ଚଳରେ ତଥା ବିଦେଶରେ ରହୁଥିବା ପଶ୍ଚିମ ଓଡ଼ିଶାର ଲୋକ ନୂଆଁଖାଇ ଦିନ ଘରେ ଉପସ୍ଥିତ ହେବାକୁ ଚେଷ୍ଟା କରିଥାନ୍ତି, ଯେଉଁମାନେ ନିଜ ଭିଟାମାଟିକୁ ଆସି ନ ପାରନ୍ତି, ସେମାନେ ନିଜେ ରହୁଥିବା ଜାଗାରେ ନୂଆଁଖାଇ ପାଳନ କରିଥାନ୍ତି ।

ପାଳନ

ଧାନ ଅମଳର ଖୁସିରେ ଚାଷୀମାନେ ଏହାକୁ ପାଳନ କରିଥାନ୍ତି । ବର୍ଷା ଶେଷ ହେବାପରେ ଶରତ ଋତୁ ଧରା ପୃଷ୍ଠରେ ଅବତରଣ କରେ । ଏହି ସମୟରେ ଚାଷୀ ଜମିରେ ବେଉଷଣ କାର୍ଯ୍ୟ ଆରମ୍ଭ କରିଥାଏ ପରେ ସହଳ ଅମଳକ୍ଷମ ଧାନ ଗର୍ଭଧାରଣ କରି କେଣ୍ଡା ପକେଇବାର କାର୍ଯ୍ୟ କରିଥାଏ । ଚାଷୀ ପ୍ରଥମକରି ଅମଳକ୍ଷମ ଧାନକୁ ଇଷ୍ଟଦେବୀଙ୍କଠାରେ ସମର୍ପଣ କରିବା ହିଁ ନୂଆଁଖାଇ । ଏହାକୁ ପଶ୍ଚିମ ଓଡ଼ିଶାର ଆଞ୍ଚଳିକ ଭାଷାରେ ନୂଆଁଖାଇ କୁହାଯାଏ । ନୂଆଁଖାଇ ପାଳନ ନିମନ୍ତେ ଆଗରୁ "ଲଗନ" ବା "ତିଥି" ନିର୍ଣ୍ଣୟ କରି ପୂଜା ପାଠ କରାଯାଇଥାଏ ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMAYA - ସମୟ ଦେଖନ୍ତୁ।