ପ୍ରବଳ ବର୍ଷା ଆଶଙ୍କା: ପୁରୀରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ
ପୁରୀ: ସମ୍ଭାବ୍ୟ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ବଡ଼ ପଦକ୍ଷେପ ନିଆଯାଇଛି। ଜିଲ୍ଲାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏଥିସହ କୌଣସି କର୍ମଚାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆଗାମୀ ଦିନରେ ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ବର୍ଷାର ପ୍ରଭାବରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଜଳବନ୍ଦୀ, ରାସ୍ତାଘାଟରେ ପାଣି ଜମିବା ଏବଂ ଅନ୍ୟାନ୍ୟ ସମସ୍ୟା ଦେଖାଦେଲେ ତୁରନ୍ତ ପ୍ରଶାସନିକ ପଦକ୍ଷେପ ନେବା ପାଇଁ ଏହି ନିଷ୍ପତ୍ତି ନିଆଯାଇଛି।ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ଅନୁସାରେ, ଜରୁରୀ ପରିସ୍ଥିତିରେ ଅଧିକାରୀ ଓ କର୍ମଚାରୀମାନେ ନିଜ ନିଜ ଦାୟିତ୍ୱରେ ଉପସ୍ଥିତ ରହିବେ।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAJA LIVE - ସମାଜ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMAJA LIVE - ସମାଜ ଦେଖନ୍ତୁ।