ପ୍ରବଳ ବର୍ଷା: କଳାହାଣ୍ଡିରେ ଆସନ୍ତାକାଲି ବି ସ୍କୁଲ୍ ଛୁଟି

Sep 24, 2026 - 21:18

କଳାହାଣ୍ଡି:ପ୍ରବଳ ବର୍ଷା ଓ ଖରାପ ପାଗକୁ ଦୃଷ୍ଟିରେ ରଖି କଳାହାଣ୍ଡି ଜିଲ୍ଲାରେ ଆସନ୍ତାକାଲି ମଧ୍ୟ ସମସ୍ତ ସ୍କୁଲ୍‌ ଛୁଟି ଘୋଷଣା କରାଯାଇଛି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତକୁ ନେଇ ରାଜ୍ୟରେ ପ୍ରବଳ ବର୍ଷା ହୋଇଛି। ଆସନ୍ତାକାଲି ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ ଜିଲ୍ଲାପାଳ ଏହି ନିଷ୍ପତ୍ତି ନେଇଛନ୍ତି। ଲଗାଣ ବର୍ଷା ଯୋଗୁଁ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ପାଣି ଜମିବା ସହ ଯାତାୟାତରେ ମଧ୍ୟ ସମସ୍ୟା ଉପୁଜିବାର ଆଶଙ୍କା ରହିଛି। ଏଭଳି ପରିସ୍ଥିତିରେ ସ୍କୁଲ୍‌ ଯାଉଥିବା ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ନଜରରେ ରଖି ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଛି।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAJA LIVE - ସମାଜ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMAJA LIVE - ସମାଜ ଦେଖନ୍ତୁ।