ବାତ୍ୟା ଆଶଙ୍କା: ହେଡକ୍ୱାର୍ଟର୍ସ ଛାଡ଼ିବେନି ଅଧିକାରୀ, ୨୪ ଯାଏଁ ସ୍କୁଲ୍‌ ଓ ଅଙ୍ଗନବାଡ଼ି ଛୁଟି

Sep 21, 2026 - 21:11

ଗଜପତି: ସମ୍ଭାବ୍ୟ ପ୍ରବଳ ବର୍ଷା ଓ ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି। ଜିଲ୍ଲାରେ ଆସନ୍ତାକାଲିଠାରୁ ୨୪ ତାରିଖ ପର୍ଯ୍ୟନ୍ତ ସମସ୍ତ ସ୍କୁଲ୍‌ ଓ ଅଙ୍ଗନବାଡ଼ି କେନ୍ଦ୍ରରେ ଛୁଟି ଘୋଷଣା କରାଯାଇଛି।ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନକୁ ପ୍ରସ୍ତୁତ ରଖାଯାଇଥିବା ବେଳେ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ନିଜ ନିଜ ହେଡକ୍ୱାର୍ଟର୍ସ ନଛାଡ଼ିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।ବିଶେଷକରି ଜିଲ୍ଲାର ଭୂସ୍ଖଳନପ୍ରବଣ ଅଞ୍ଚଳ ଉପରେ କଡ଼ା ନଜର ରଖିବାକୁ ସମ୍ପୃକ୍ତ ଅଧିକାରୀମାନଙ୍କୁ କୁହାଯାଇଛି। ପ୍ରବଳ ବର୍ଷା ଯୋଗୁଁ ଯେପରି କୌଣସି ଅଘଟଣ ନଘଟେ, ସେଥିପାଇଁ ସ୍ଥାନୀୟ ପ୍ରଶାସନକୁ ସଜାଗ ରହିବା ସହ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ରହିଛି।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAJA LIVE - ସମାଜ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMAJA LIVE - ସମାଜ ଦେଖନ୍ତୁ।