ବିପଦ ସଙ୍କେତ ଉପରେ ବୁଢ଼ାବଳଙ୍ଗ; ବାଲେଶ୍ୱରରେ ବନ୍ୟା ଆଶଙ୍କା
ବାଲେଶ୍ୱର: ବାଲେଶ୍ୱର ଜିଲ୍ଲାରେ ବୁଢ଼ାବଳଙ୍ଗ ନଦୀର ଜଳସ୍ତର ବଢ଼ିବାରେ ଲାଗିଛି। ଗୋବିନ୍ଦପୁର ଠାରେ ନଦୀର ଜଳସ୍ତର ବିପଦ ସଙ୍କେତ ଅତିକ୍ରମ କରିଛି। ନଦୀର ଏଠାକାର ବିପଦ ସଙ୍କେତ ୮.୧୩ ମିଟର ଥିବାବେଳେ, ଅପରାହ୍ନ ୩ଟା ସୁଦ୍ଧା ଜଳସ୍ତର ୮.୧୬ ମିଟରରେ ପହଞ୍ଚିଛି।ଜଳସ୍ତର ବିପଦ ସଙ୍କେତ ଉପରେ ପ୍ରବାହିତ ହେବା ପରେ ନଦୀକୂଳିଆ ଅଞ୍ଚଳରେ ଆତଙ୍କ ବଢ଼ିଛି। ବିଶେଷକରି ରେମୁଣା ଓ ସଦର ବ୍ଲକର ୨୦ରୁ ଅଧିକ ପଞ୍ଚାୟତରେ ବନ୍ୟା ଆଶଙ୍କା ଦେଖାଦେଇଛି। ନଦୀର ଜଳସ୍ତର ଆହୁରି ବଢ଼ିଲେ ତଳିଆ ଅଞ୍ଚଳରେ ପାଣି ପଶିବାର ଆଶଙ୍କା ରହିଛି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAJA LIVE - ସମାଜ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMAJA LIVE - ସମାଜ ଦେଖନ୍ତୁ।