ବିଲ ମଝିରୁ ମୁଣ୍ଡ ବିହୀନ ମୃତଦେହ ଉଦ୍ଧାର

Nov 06, 2026 - 12:44
ବିଲ ମଝିରୁ ମୁଣ୍ଡ ବିହୀନ ମୃତଦେହ ଉଦ୍ଧାର

କଳାହାଣ୍ଡି : କଳାହାଣ୍ଡି ଜିଲ୍ଲା କୋକସରା ଥାନା ଲଡୁଗାଁ-ସୁକୁପଡ଼ା ରାସ୍ତା ନିକଟସ୍ଥ ଏକ ଚାଷ ଜମିରୁ ଜଣେ ଯୁବକଙ୍କ ମୁଣ୍ଡବିହୀନ ମୃତଦେହ ଉଦ୍ଧାର କରାଯାଇଛି । ହତ୍ୟା ପରେ ପ୍ରମାଣ ନଷ୍ଟ ପାଇଁ ମୁଣ୍ଡ କାଟି ନେଇଛନ୍ତି ଦୁର୍ବୁତ୍ତ । ମୃତ ଯୁବକ ହେଲେ ରାଜୁ ବାଗ । ଆଜି ସକାଳେ ସ୍ଥାନୀୟ ଲୋକେ ଏହାକୁ ଦେଖିବା ପରେ କୋକସରା ପୋଲିସକୁ ଖବର ଦେଇଥିଲେ । ପୋଲିସ ସାଇଣ୍ଟିଫିକ ଟିମ ଓ ସନ୍ଧାନୀ କୁକୁର ସହାୟତାରେ ଏହି ଜଘନ୍ୟ ହତ୍ୟାକାଣ୍ଡର ତଦନ୍ତ ଚଳାଇଛି, କିନ୍ତୁ କଟାମୁଣ୍ଡଟି ଏପର୍ଯ୍ୟନ୍ତ ମିଳିପାରି ନାହିଁ ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMAYA - ସମୟ ଦେଖନ୍ତୁ।