ଯାତ୍ରୀବାହୀ ବସ ଓଲଟି ୧୫ ଆହତ

Oct 09, 2026 - 15:38
ଯାତ୍ରୀବାହୀ ବସ ଓଲଟି ୧୫ ଆହତ

ବଣାଇଁ : ସୁନ୍ଦରଗଡ଼ ଜିଲ୍ଲା ବଣାଇ ଥାନା ନିକଟ ଗୁରୁଣ୍ଡିଆ ମଧୁପୁର ଛକ ଠାରେ ଯାତ୍ରୀବାହୀ ବସ ଦୁର୍ଘଟଣାଗ୍ରସ୍ତ । ‘ଅଂଶିକା ' ନାମକ ଯାତ୍ରୀବାହୀ ବସଟି କୁଚିଣ୍ଡାରୁ ବଣାଇଁ ଆସୁଥିବାବେଳେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡିଥିଲା । ସେଥିରେ ପ୍ରାୟ ୩୦ ଜଣ ଯାତ୍ରୀ ଥିଲେ ଓ ଦୁର୍ଘଟଣାରେ ପ୍ରାୟ ୧୪ ଜଣ ଆହତ ହୋଇଛନ୍ତି । ଖବର ପାଇ ଗୁରୁଣ୍ଡିଆ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଯାତ୍ରୀମାନଙ୍କୁ ଉଦ୍ଧାର କରିବା ପରେ ସମସ୍ତଙ୍କୁ ଗୁରୁଣ୍ଡିଆ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଦୁଇ ଯାତ୍ରୀଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ରାଉରକେଲା ସ୍ଥାନାନ୍ତର କରାଯାଇଥିବାବେଳେ ଅନ୍ୟମାନେ ଏବେ ଗୁରୁଣ୍ଡିଆରେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି । ଅନ୍ୟ ୧୨ ଜଣ ଆହତ ଯାତ୍ରୀଙ୍କ ଅବସ୍ଥା ସ୍ଥିର ଥିବା ପୋଲିସ କହିଛି ।

 

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMAYA - ସମୟ ଦେଖନ୍ତୁ।