ଲଘୁଚାପ ସକ୍ରିୟ , ମୟୁରଭଞ୍ଜ କୁ ରେଡ ୱାର୍ଣ୍ଣିଂ

Sep 10, 2026 - 11:44
ଲଘୁଚାପ ସକ୍ରିୟ , ମୟୁରଭଞ୍ଜ କୁ ରେଡ ୱାର୍ଣ୍ଣିଂ

ମୟୂରଭଞ୍ଜ : ସକ୍ରିୟ ହେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା । ବିଶେଷକରି ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା । ବର୍ଷା ଆଶଙ୍କାକୁ ଦୃଷ୍ଟିରେ ରଖି ଆଜି ମୟୂରଭଞ୍ଜ ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟକୁ ଛୁଟି ଘୋଷଣା କରାଯାଇଛି । ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ଶିକ୍ଷା ଅଧିକାରୀ ସମସ୍ତ ସ୍କୁଲ୍ ପାଇଁ ଛୁଟି ଘୋଷଣା କରିଛନ୍ତି। ଫଳରେ ଆଜି ମୟୂରଭଞ୍ଜ ଜିଲ୍ଲାରେ ସରକାରୀ ଓ ବେସରକାରୀ, ଉଭୟ ବିଦ୍ୟାଳୟରେ ପାଠପଢ଼ା ବନ୍ଦ ରହିବ ।

ଅନ୍ୟପଟେ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ କେନ୍ଦୁଝର, ଭଦ୍ରକ ଓ ବାଲେଶ୍ୱରକୁ ଅରେଞ୍ଜ ଓ୍ୱାର୍ଣ୍ଣିଂଦିଆଯାଇଛି। ଲଘୁଚାପ ପ୍ରଭାବରେ କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ସହ ତଳିଆ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି ଏବଂ ଯାତାୟାତରେ ସମସ୍ୟା ଦେଖାଦେଇପାରେ। ତେଣୁ ଜିଲ୍ଲା ପ୍ରଶାସନ ଓ ସ୍ଥାନୀୟ ଲୋକଙ୍କୁ ସତର୍କ ରହିବାକୁ କୁହାଯାଇଛି ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMAYA - ସମୟ ଦେଖନ୍ତୁ।