ସରପଞ୍ଚ-ନାଏବ ସରପଞ୍ଚଙ୍କୁ ରାଜ୍ୟ ସରକାରଙ୍କ ପୂଜା ଭେଟି , ୬ମାସର ସମ୍ମାନ ରାଶି ମଞ୍ଜୁର

Oct 17, 2026 - 13:46
ସରପଞ୍ଚ-ନାଏବ ସରପଞ୍ଚଙ୍କୁ ରାଜ୍ୟ ସରକାରଙ୍କ ପୂଜା ଭେଟି , ୬ମାସର ସମ୍ମାନ ରାଶି ମଞ୍ଜୁର

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଗ୍ରାମ ପଞ୍ଚାୟତ ସ୍ତରରେ ନିର୍ବାଚିତ ଜନପ୍ରତିନିଧି ରୂପେ କାର୍ଯ୍ୟରତ ସରପଞ୍ଚ ଓ ନାଏବ ସରପଞ୍ଚଙ୍କ ପାଇଁ ୬ ମାସର ସମ୍ମାନ ରାଶି ମଞ୍ଜୁର କରିଛନ୍ତି। ଏଥିପାଇଁ ସମୁଦାୟ ୫୬ କୋଟି ୫୫ ଲକ୍ଷ ୭୨ ହଜାର ଟଙ୍କା ପ୍ରଦାନ ନିମନ୍ତେ ମଞ୍ଜୁର ହୋଇଛି। 

ସୂଚନାଯୋଗ୍ୟ ଯେ, ପିଛିଲା ୨୦୨୬ ଏପ୍ରିଲ ୧ରୁ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ; ୬ ମାସର ଏହି ସମ୍ମାନ ରାଶି ପ୍ରଦାନ କରାଯିବ। ସରପଞ୍ଚମାନେ ୧୦ ହଜାର ଟଙ୍କା ଓ ନାଏବ ସରପଞ୍ଚମାନେ ୪ ହଜାର ଟଙ୍କା ଲେଖାଏଁ ସମ୍ମାନ ରାଶି ପାଇବେ। 

 

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMAYA - ସମୟ ଦେଖନ୍ତୁ।