9 Killed in Truck-Pickup Van Collision: ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ୯ ଜୀବନ
ମହାରାଷ୍ଟ୍ରର ଭଣ୍ଡାରା ଜିଲ୍ଲାର ନାଗପୁର-ରାୟପୁର ଜାତୀୟ ରାଜପଥରେ ଘଟିଛି ଭୟଙ୍କର ଦୁର୍ଘଟଣା। ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଛଅ ଜଣ ମହିଳା ଏବଂ ତିନି ଜଣ ଶିଶୁଙ୍କ ସମେତ ନଅ ଜଣଙ୍କର ମୃତ୍ୟୁ ହୋଇଛି। ପିମ୍ପଲଗାଓଁ ନିକଟରେ ଏହି ଦୁର୍ଘଟଣା ଘଟିଥିଲା।
ରାସ୍ତା କଡ଼ରେ ଥିବା ଏକ ପେଟ୍ରୋଲ ପମ୍ପରୁ ରାଜପଥ ଆଡକୁ ଯାଉଥିବା ଏକ ଟ୍ରକକୁ ପଛରୁ ଧକ୍କା ଦେଇଥିଲା ଏକ ଦ୍ରୁତଗାମୀ ବୋଲେରୋ। ଯାହାଫଳରେ ଘଟଣାସ୍ଥଳରେ ଆଠ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଚିକିତ୍ସା ସମୟରେ ଆଉ ଜଣଙ୍କ ମୃତ୍ୟୁ ହୋଇଛି। ଦୁର୍ଘଟଣା ସମ୍ପର୍କରେ ଖବର ପାଇ ପୋଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଥିଲା। ଘଟଣାର ତଦନ୍ତ ଆରମ୍ଭ ହୋଇଛି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।