ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ହାଇକୋର୍ଟରେ ସ୍ତ୍ରୀ ବିଦ୍ୟାଭାରତୀଙ୍କ ଆବେଦନ ଖାରଜ, ହୋଇପାରନ୍ତି ଗିରଫ

Sep 09, 2026 - 17:55
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ହାଇକୋର୍ଟରେ ସ୍ତ୍ରୀ ବିଦ୍ୟାଭାରତୀଙ୍କ ଆବେଦନ ଖାରଜ, ହୋଇପାରନ୍ତି ଗିରଫ

ପାରଳାଖେମୁଣ୍ଡି,୯ା୯: ଗଜପତି ଜିଲା ପାରଳାଖେମୁଣ୍ଡିର ସହକାରୀ ବନ ସଂରକ୍ଷକ (ACF) ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ତାଙ୍କ ସ୍ତ୍ରୀ ବିଦ୍ୟାଭାରତୀ ପଣ୍ଡାଙ୍କ ପାଇଁ ଆଇନଗତ ଅଡ଼ୁଆ ଆହୁରି ବଢ଼ିଯାଇଛି। କୋର୍ଟରେ ବ୍ୟକ୍ତିଗତ ହାଜିରାରୁ ମୁକ୍ତି ପାଇଁ ବିଦ୍ୟାଭାରତୀ ଯେଉଁ ଆବେଦନ କରିଥିଲେ ତାହାକୁ ଓଡ଼ିଶା ହାଇକୋର୍ଟ ଖାରଜ କରିଦେଇଛନ୍ତି। ହାଇକୋର୍ଟଙ୍କ ଏହି ବଡ଼ ନିଷ୍ପତ୍ତି ପରେ ବିଦ୍ୟାଭାରତୀଙ୍କ ଗିରଫଦାରୀ ଆଶଙ୍କା ଆହୁରି ଘନେଇବାରେ ଲାଗିଛି।

ସୂଚନାଯୋଗ୍ୟ, ୨୦୨୧ ଜୁଲାଇରେ ପାରଳାଖେମୁଣ୍ଡି ସ୍ଥିତ ସରକାରୀ ବାସଭବନରେ ACF ସୌମ୍ୟରଞ୍ଜନ ମହାପାତ୍ର ସନ୍ଦେହଜନକ ଭାବେ ନିଆଁରେ ପୋଡ଼ି ହୋଇଗୁରୁତର ହୋଇପଡ଼ିଥିଲେ। ପରେ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହି ଘଟଣା ସାରା ଓଡ଼ିଶାରେ ଆଲୋଡ଼ନ ସୃଷ୍ଟି କରିଥିଲା।

ସୌମ୍ୟରଞ୍ଜନଙ୍କ ପରିବାର ଲୋକେ ଏହାକୁ ଏକ ଯୋଜନାବଦ୍ଧ ହତ୍ୟାକାଣ୍ଡ ବୋଲି ଅଭିଯୋଗ କରିଥିଲେ। ଏହି ମାମଲାରେ ସୌମ୍ୟରଞ୍ଜନଙ୍କ ସ୍ତ୍ରୀ ବିଦ୍ୟାଭାରତୀ ପଣ୍ଡା, ତତ୍କାଳୀନ ଡିଏଫ୍‌ଓ (DFO) ସଂଗ୍ରାମ କେଶରୀ ବେହେରା ଏବଂ ରୋଷେୟା ମନ୍ମଥ କୁମ୍ଭଙ୍କ ନାମରେ ଅଭିଯୋଗ ହୋଇଥିଲା। ବିଶେଷ କରି ସୌମ୍ୟରଞ୍ଜନ ଓ ବିଦ୍ୟାଭାରତୀଙ୍କ ବୈବାହିକ ସମ୍ପର୍କରେ ତିକ୍ତତା ଏବଂ ଡିଏଫ୍‌ଓଙ୍କ ସହ ସମ୍ପୃକ୍ତିକୁ ନେଇ ଅନେକ ପ୍ରଶ୍ନ ଉଠିଥିଲା।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।