Another Low-Pressure Area Forms: ପୁଣି ଆସୁଛି ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

Aug 20, 2026 - 15:25
Another Low-Pressure Area Forms: ପୁଣି ଆସୁଛି ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ରାଜ୍ୟରେ ପୁଣି ବଢିବ ବର୍ଷା। ୨୨ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ପଶ୍ଚିମ, ଉତ୍ତର ଓ ଉପକୂଳ ଓଡି଼ଶାରେ ପ୍ରବଳ ବର୍ଷା ହୋଇପାରେ। ଆସନ୍ତାକାଲିଠୁ ବଢିବ ବର୍ଷା ପରିମାଣ। ଆସନ୍ତା ୨୪ ଘଣ୍ଟା ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ ଓ ବାଲେଶ୍ବର ଜିଲ୍ଲାର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ୧୪ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର। କାଲିଠୁ ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଲାଗିରହିବ ବର୍ଷା। 

ରାଜ୍ୟରେ ପୁଣି ବଢିବ ବର୍ଷା
୨୨ରେ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା
ପଶ୍ଚିମ, ଉତ୍ତର ଓ ଉପକୂଳ ଓଡି଼ଶାରେ ପ୍ରବଳ ବର୍ଷିବ
୨୪ ଘଣ୍ଟା ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ ଓ ବାଲେଶ୍ବରକୁ ୟେଲୋ ୱାର୍ଣ୍ଣିଂ
ଆସନ୍ତାକାଲି ୧୪ଜିଲ୍ଲାକୁ ୟେଲୋ ଆଲର୍ଟ
୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ଲାଗିରହିବ ବର୍ଷା

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।