Another Low-Pressure System Emerges: ପୁଣି ସୃଷ୍ଟି ହେଲା ଲଘୁଚାପ, ଆସନ୍ତା ୪ ଦିନ ରାଜ୍ୟରେ ପ୍ରବଳ ବର୍ଷା !
ସୃଷ୍ଟି ହେଲା ଲଘୁଚାପ। ଆସୁଛି ବଡ଼ ବର୍ଷା। ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଉପକୂଳରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର। ଏହା ଆଗାମୀ ୪୮ ଘଣ୍ଟା ଯାଏଁ ପଶ୍ଚିମଉତ୍ତର ପଶ୍ଚିମ ଦିଗରେ ଗତିକରି ଉତ୍ତର ଓଡିଶା-ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଦେଇ ଗତି କରିବ। ଏହାର ପ୍ରଭାବରେ ସାରା ରାଜ୍ୟକୁ ଝଡ଼ବର୍ଷା ଆଲର୍ଟ ଜାରି ହୋଇଛି। ବିଶେଷ କରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ।
ଆଜି ଓ ଆସନ୍ତାକାଲି ପାଇଁ ବିଭିନ୍ନ ଜିଲ୍ଲାକୁ ଭୀଷଣ ବର୍ଷା ନେଇ ରେଡ୍ ୱାର୍ଣ୍ଣିଂ ଦିଆଯାଇଛି। ଆସନ୍ତାକାଲି ପାଇଁ ୩ ଜିଲ୍ଲା ବାଲେଶ୍ବର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଓ ୮ ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ସତର୍କତା। ବାକି ୧୯ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଦେଇଛି। ଆସନ୍ତା ୨ ତାରିଖ ଯାଏଁ ଲଘୁଚାପ ପ୍ରଭାବର ଜାରି ରହିବ ବର୍ଷା ପବନ। ...
ସୃଷ୍ଟି ହେଲା ଲଘୁଚାପ, ପ୍ରବଳ ବର୍ଷିବ
ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଉପକୂଳରେ ଲଘୁଚାପ
ଆସନ୍ତା ୪ ଦିନ ରାଜ୍ୟରେ ପ୍ରବଳ ବର୍ଷା ପୂର୍ବାନୁମାନ
ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ନେଇ ଚେତାବନୀ
କାଲି ପାଇଁ ୩ ଜିଲ୍ଲାକୁ ରେଡ୍, ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ଲଘୁଚାପ ପ୍ରଭାବରେ ୨ ତାରିଖ ଯାଏଁ ବର୍ଷା ପବନ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।