Bargarh Dhanu Yatra ଜାନୁଆରି ୧୨ରୁ ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା, ବଦଳିବ କଂସ ମହାରାଜ

Oct 13, 2026 - 20:30
Bargarh Dhanu Yatra ଜାନୁଆରି ୧୨ରୁ ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା, ବଦଳିବ କଂସ ମହାରାଜ

"ବରଗଡ଼: ଓଡ଼ିଶାର ଅନ୍ୟତମ ପ୍ରସିଦ୍ଧ ଧନୁଯାତ୍ରାର ୭୮ତମ ସଂସ୍କାର ଜାନୁଆରି ୧୨ରୁ ଆରମ୍ଭ ହେବ।

ତେବେ ଚଳିତ ଧନୁଯାତ୍ରାରେ କଂସ କିଏ ହେବ ସେନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଛି।

Advertisment Sushil Meher Puri ପୁରୀରେ ବରଗଡ଼ ଧନୁଯାତ୍ରାର କଂସ, ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ସୁଶୀଲ ମେହେରଆଜି (ମଙ୍ଗଳବାର) ବରଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ବରଗଡ଼ ଧନୁଯାତ୍ରା ମହୋତ୍ସବ ସମିତିର ଉପଦେଷ୍ଟା କମିଟି ଓ କାର୍ଯ୍ୟକାରୀ କମିଟିର ବୈଠକ ଅନୁଷ୍ଠିତ ହୋଇଥିଲା।

ଧନୁଯାତ୍ରା ୨୦୨୬-୨୭ ଜାନୁଆରୀ ୧୨ ରୁ ୨୨ ତାରିଖ ଯାଏଁ ଆୟୋଜନ କରିବା ପାଇଁ ଧାର୍ଯ୍ୟ କରାଯାଇଛି।

ଏହା ବ୍ୟତୀତ ଧନୁଯାତ୍ରାର ମୁଖ୍ୟ ଆକର୍ଷଣ ତଥା ମହାନାୟକ କଂସ ଭୂମିକା ପାଇଁ କଳାକାର ଚୟନ ପ୍ରକ୍ରିୟା ସମ୍ପୂର୍ଣ୍ଣ ସ୍ୱଚ୍ଛ, ତର୍କସଙ୍ଗତ ଏବଂ ଉଚିତ ସାଂସ୍କୃତିକ ପ୍ରଣାଳୀ ଅନୁସରଣ କରି ଆସନ୍ତା ୧୫ ଦିନ ମଧ୍ୟରେ ସମ୍ପାଦନ କରାଯିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି।

Dhanu Yatra: ଧନୁଯାତ୍ରା ସାମାଜିକ ଜୀବନରେ ଆଧ୍ୟାତ୍ମିକତାର ନିଦର୍ଶନ: ମୁଖ୍ୟମନ୍ତ୍ରୀ ବୈଠକରୁ ମିଳିଥିବା ସୂଚନା ଅନୁସାରେ, ୨୦୨୪-୨୫ ଆର୍ଥିକ ବର୍ଷ ସୁଦ୍ଧା ୨,୧୩,୩୧,୨୩୯ ଟଙ୍କାର ବଳକା ପାଣ୍ଠି ରହିଛି।

୨୦୨୫-୨୬ ବର୍ଷ ପାଇଁ ମୋଟ ୩,୫୦,୮୭,୮୧୬ ଟଙ୍କା ଖର୍ଚ୍ଚ ହୋଇଛି।

ଏହି ସମୀକ୍ଷା ସହିତ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି ଯେ ଏଥର ଧନୁଯାତ୍ରା ଶେଷ ହେବାର ୩୦ ଦିନ ମଧ୍ୟରେ ବିଭିନ୍ନ କମିଟି ଏବଂ ସେଗୁଡ଼ିକର ଆବାହକମାନେ ସେମାନଙ୍କର ସମସ୍ତ ଖର୍ଚ୍ଚ ହିସାବ ସମିତି ନିକଟରେ ଦାଖଲ କରିବେ।

Kalbaisakhi: ବରଗଡ଼ରେ କାଳବୈଶାଖୀ ମାଡ଼: ଭାଙ୍ଗିଲା ଧନୁଯାତ୍ରା ତୋରଣ, ଦୁଇ ଗୁରୁତରଏହି ବୈଠକରେ ଜିଲ୍ଲାପାଳ ତଥା ଧନୁଯାତ୍ରା ମହୋତ୍ସବ ସମିତିର ସଭାପତି ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ, ବରଗଡ଼ ବିଧାୟକ ଅଶ୍ୱିନୀ ଷଡ଼ଙ୍ଗୀ, ଅତିବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦ, ପୌରାଧ୍ୟକ୍ଷା କଳ୍ପନା ମାଝୀ, ଆରକ୍ଷୀ ଅଧୀକ୍ଷକ ରବି ନାରାୟଣ ଶତପଥୀ, ଅତିରିକ୍ତ ଜିଲ୍ଲାପାଳ ମଧୁଛନ୍ଦା ସାହୁ, ଉପଜିଲ୍ଲାପାଳ ପ୍ରସନ୍ନ ପାଣ୍ଡେ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ଏ.ବି ସିଲ୍ପାଙ୍କ ସମେତ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ ଏବଂ ସମିତିର ସଭ୍ୟସଭ୍ୟାମାନେ ଉପସ୍ଥିତ ଥିଲେ।

ଧନୁଯାତ୍ରା ମହୋତ୍ସବ ସମିତିର ସମ୍ପାଦକ ସୁରେଶ୍ୱର ଶତପଥୀ ସଭା ପରିଚାଳନା କରିଥିଲେ।"

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।