BDAର ୩୫ ବର୍ଷରୁ ଊର୍ଦ୍ଧ୍ୱ ଜମି ବିବାଦରେ ପଡ଼ିଲା ପୂର୍ଣ୍ଣଚ୍ଛେଦ, ୨୦୦ ହିତାଧିକାରୀଙ୍କୁ ଆଶ୍ୱସ୍ତି, ଦୂର ହେଲା…

Sep 10, 2026 - 23:20
BDAର ୩୫ ବର୍ଷରୁ ଊର୍ଦ୍ଧ୍ୱ ଜମି ବିବାଦରେ ପଡ଼ିଲା ପୂର୍ଣ୍ଣଚ୍ଛେଦ, ୨୦୦ ହିତାଧିକାରୀଙ୍କୁ ଆଶ୍ୱସ୍ତି, ଦୂର ହେଲା…

ଭୁବନେଶ୍ୱର,୧୦।୯(ରବିନାରାୟଣ ଜେନା): ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ଠାରୁ ଦୀର୍ଘ ୩୫ ବର୍ଷ ତଳେ ପ୍ଲଟେଡ୍‌ ସ୍କିମରେ ନେଇଥିବା ୨୦୦ରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ଏବେ ଆଶ୍ୱସ୍ତି ମିଳିଛି। ରାଜସ୍ବ ପର୍ଷଦ ସଦସ୍ୟ ସତ୍ୟବ୍ରତ ସାହୁଙ୍କ ହସ୍ତକ୍ଷେପ ଫଳରେ ବିକଶିତ କଳିଙ୍ଗ ନଗର କେ-୭ ପ୍ଲଟେଡ୍‌ ଡେଭଲପମେଣ୍ଟ ସ୍କିମର ହିତାଧିକାରୀମାନଙ୍କ ଜମି ରେକର୍ଡରେ ରହିଥିବା ଅସଙ୍ଗତି ଦୂର ହେବାକୁ ଯାଉଛି। ଗୁରୁବାର ଏନେଇ ରାଜସ୍ବ ପର୍ଷଦ ସଦସ୍ୟ ସାହୁ ଭୁବନେଶ୍ୱର ତହସିଲଦାରଙ୍କୁ ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ସେଥିରେ ବିଡିଏରୁ ପ୍ଲଟ୍‌ ନେଇଥିବା ପ୍ରକୃତ ଆବଣ୍ଟନଗ୍ରହୀତାଙ୍କ ନାମରେ ହାଲ୍‌ ରେକର୍ଡ ଅଫ୍‌ ରାଇଟ୍ସ (ଆର୍‌ଓଆର) ସଂଶୋଧନ କରିବାକୁ କୁହାଯାଇଛି। ଏହି ପଦକ୍ଷେପ ପରେ କେ-୮ ପ୍ଲଟେଡ୍‌ ଡେଭଲପମେଣ୍ଟ ସ୍କିମ୍‌ର ହିତାଧିକାରୀମାନଙ୍କ ଜମି ରେକର୍ଡ ସମସ୍ୟାର ସମାଧାନ ଦିଗରେ ବାଟ ଖୋଲିଛି।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।