Big Independence Day Announcement: ସ୍ୱାଧୀନତା ଦିବସରେ ମୋହନ ମାଝୀଙ୍କ ବଡ଼ ଘୋଷଣା, OCS ପରୀକ୍ଷାର୍ଥୀଙ୍କୁ ଆଶ୍ୱସ୍ତି
ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହରେ ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ସ୍ୱାଧୀନତା ସଂଗ୍ରାମୀଙ୍କ ତ୍ୟାଗ ଓ ବଳିଦାନକୁ ସ୍ମରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
ଏହି ଅବସରରେ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। OCS ପରୀକ୍ଷା ନିୟମ କୋହଳ କରିଛନ୍ତି ମୁଖ୍ୟମନ୍ତ୍ରୀ । ସର୍ବାଧିକ ୬ଟି ସୁଯୋଗ ଉଠାଇଦେବାକୁ ଘୋଷଣା କରାଯାଇଛି। ବର୍ତ୍ତମାନ ଏହି ପରୀକ୍ଷା ପାଇଁ ସର୍ବୋଚ୍ଚ ବୟସସୀମା ପର୍ଯ୍ୟନ୍ତ ସୁଯୋଗ ମିଳିବ। ପରୀକ୍ଷା ମାଫିଆ ଓ ପରିଚାଳନା କରୁଥିବା ଅଧିକାରୀଙ୍କୁ କଡ଼ା ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ସାମାନ୍ୟ ତ୍ରୁଟି ବିଚ୍ୟୁତି ହେଲେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।
୨ ବର୍ଷରେ ୨୧ ଲକ୍ଷ କୋଟି ଟଙ୍କାର ନିବେଶ ପ୍ରସ୍ତାବ ଆସିଛି। ୧୦ ଲକ୍ଷ କୋଟି ଟଙ୍କାର ୪୫୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛୁ। ସାଢ଼େ ୩ ଲକ୍ଷ କୋଟି ଟଙ୍କାର ୧୫୨ଟି ପ୍ରକଳ୍ପର ଶିଳାନ୍ୟାସ କରିଛୁ। ୨ ଲକ୍ଷ ୫୦ ହଜାର ଯୁବକଯୁବତୀଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ।
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
OCS ପରୀକ୍ଷା ନିୟମ କୋହଳ
‘ପରୀକ୍ଷାରେ ସାମାନ୍ୟ ତ୍ରୁଟି ହେଲେ କଡ଼ା ଆକ୍ସନ’
୫ ବର୍ଷରେ ୨୦ ଲକ୍ଷ ନିଯୁକ୍ତି ସୃଷ୍ଟି
'ନବମ ଓ ଦଶମ ପିଲାଙ୍କୁ ମାଗଣା ବହି'
ସରକାରୀ କର୍ମଚାରୀଙ୍କ ଦେହାନ୍ତ ପରେ ଅନୁକମ୍ପା ମୂଳକ ନିଯୁକ୍ତିକୁ କୋହଳ
ମହିଳାଙ୍କ ବିକାଶକୁ ସରକାରଙ୍କ ପ୍ରାଥମିକତା
କୃଷିର ବିକାଶ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ
ମଧୁବାବୁ ପେନସନ ଯୋଜନାରେ ସାମିଲ ହେବେ ଆଉ ୭ଲକ୍ଷ ହିତାଧିକାରୀ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।