Big Meeting Scheduled Today: ମଧ୍ୟାହ୍ନରେ ଲୋକସେବା ଭବନରେ CMଙ୍କ ବଡ଼ ବୈଠକ, ଏକାଠି ହେବେ ଶୀର୍ଷ ଅଧିକାରୀ

Oct 21, 2026 - 11:47
Big Meeting Scheduled Today: ମଧ୍ୟାହ୍ନରେ ଲୋକସେବା ଭବନରେ CMଙ୍କ ବଡ଼ ବୈଠକ, ଏକାଠି ହେବେ ଶୀର୍ଷ ଅଧିକାରୀ

ଆଜି ମଧ୍ୟାହ୍ନରେ ଲୋକସେବା ଭବନରେ ହେବ ମୁଖ୍ୟମନ୍ତ୍ରୀଙ୍କ ବଡ଼ ବୈଠକ। ରାଜ୍ୟର ଶୀର୍ଷ ପୋଲିସ ଓ ପ୍ରଶାସନିକ ଅଧିକାରୀଙ୍କୁ ନେଇ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ଏଥିରେ ପୋଲିସ ଡିଜିଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଯୋଗଦେବେ।

ସୂଚନା ଅନୁସାରେ, ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ପୋଲିସ ମହାନିର୍ଦ୍ଦେଶକ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ଗୁଇନ୍ଦା ବିଭାଗର ନିର୍ଦ୍ଦେଶକ ଉପସ୍ଥିତ ରହିବେ। ଏହା ସହ ଟ୍ୱିନସିଟି ପୋଲିସ କମିଶନର ମଧ୍ୟ ବୈଠକରେ ସାମିଲ ହେବେ।

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକକୁ ନେଇ ପ୍ରଶାସନିକ ମହଲରେ ଗୁରୁତ୍ୱ ବଢ଼ିଛି। ତେବେ ବୈଠକର ନିର୍ଦ୍ଦିଷ୍ଟ ଏଜେଣ୍ଡା ସମ୍ପର୍କରେ ଏପର୍ଯ୍ୟନ୍ତ ସ୍ପଷ୍ଟ ସୂଚନା ମିଳିନାହିଁ। କେଉଁ ପ୍ରସଙ୍ଗକୁ ନେଇ ମୁଖ୍ୟମନ୍ତ୍ରୀ ଶୀର୍ଷ ଅଧିକାରୀଙ୍କ ସହ ଆଲୋଚନା କରିବେ, ତାହା ଉପରେ ଏବେ ସମସ୍ତଙ୍କ ନଜର ରହିଛି। 

ମଧ୍ୟାହ୍ନରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ବୈଠକ
ପୋଲିସ ଅଧିକାରୀଙ୍କ ସହ CMଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ
ଉପସ୍ଥିତି ରହିବେ ପୋଲିସ ଡିଜି, ମୁଖ୍ୟ ଶାସନ ସଚିବ
ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଗୁଇନ୍ଦା ବିଭାଗ ନିର୍ଦ୍ଦେଶକ
ଟ୍ୱିନସିଟି ପୋଲିସ କମିଶନର ମଧ୍ୟ ଉପସ୍ଥିତ ରହିବେ

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।