Big Odisha Announcement: ଛାତ୍ରଛାତ୍ରୀଙ୍କ ପାଇଁ ମୋହନ ମାଝୀଙ୍କ ବଡ଼ ଘୋଷଣା, ମିଳିବ ନୂଆ ସୁବିଧା
ପରୀକ୍ଷା ମାଫିଆ ଓ ପରିଚାଳନା କରୁଥିବା ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ବାର୍ତ୍ତା। ପରୀକ୍ଷାରେ ସାମନ୍ୟ ତ୍ରୁଟି ହେଲେ କଡ଼ା ଆକ୍ସନ ହେବ। ଭୁବନେଶ୍ବର ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହରେ ଜାତୀୟ ପତାକା ଉତ୍ତୋଳନ ସହ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। OCS ପରୀକ୍ଷା ନିୟମ କୋହଳ କରିଛନ୍ତି। ସର୍ବାଧିକ ୬ଟି ସୁଯୋଗ ଉଠାଇଦେବାକୁ ଘୋଷଣା କରାଯାଇଛି।
ବର୍ତ୍ତମାନ ଏହି ପରୀକ୍ଷା ପାଇଁ ସର୍ବୋଚ୍ଚ ବୟସସୀମା ପର୍ଯ୍ୟନ୍ତ ସୁଯୋଗ ମିଳିବ। ପରୀକ୍ଷା ମାଫିଆ ଓ ପରିଚାଳନା କରୁଥିବା ଅଧିକାରୀଙ୍କୁ କଡ଼ା ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ସାମାନ୍ୟ ତ୍ରୁଟି ବିଚ୍ୟୁତି ହେଲେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଘୋଷଣା ବି କରିଛନ୍ତି ମୁଖ୍ୟମନ୍ତ୍ରୀ। ନବମ ଓ ଦଶମ ଶ୍ରେଣୀ ପିଲାଙ୍କୁ ନିଃଶୁଳ୍କ ପାଠ୍ୟପୁସ୍ତକ ଦିଆଯିବ। ପୂର୍ବରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ନିଃଶୁଳ୍କ ପାଠ୍ୟପୁସ୍ତକ ପ୍ରଦାନ କରାଯାଉଥିଲା। ପ୍ରଥମ ଥର ନବମ ଓ ଦଶମ ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା କରାଯାଇଛି।
ସେହିପରି ମୁଖ୍ୟମନ୍ତ୍ରୀ କହିଛନ୍ତି, ୨ ବର୍ଷରେ ୨୧ ଲକ୍ଷ କୋଟି ଟଙ୍କାର ନିବେଶ ପ୍ରସ୍ତାବ ଆସିଛି। ୧୦ ଲକ୍ଷ କୋଟି ଟଙ୍କାର ୪୫୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛୁ। ସାଢ଼େ ୩ ଲକ୍ଷ କୋଟି ଟଙ୍କାର ୧୫୨ଟି ପ୍ରକଳ୍ପର ଶିଳାନ୍ୟାସ କରିଛୁ। ୨ ଲକ୍ଷ ୫୦ ହଜାର ଯୁବକଯୁବତୀଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ। ...
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।