Biju Patnaik statue: ବିଳମ୍ବିତ ରାତିରେ ଦୁର୍ବୃତ୍ତଙ୍କ କାଣ୍ଡ; ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଭଙ୍ଗିଲେ

Sep 10, 2026 - 17:29
Biju Patnaik statue: ବିଳମ୍ବିତ ରାତିରେ ଦୁର୍ବୃତ୍ତଙ୍କ କାଣ୍ଡ; ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଭଙ୍ଗିଲେ

"ଏରସମା: ଜଗତସିଂହପୁର ଜିଲ୍ଲାର ପ୍ରସିଦ୍ଧ ସିଆଳି ବେଳାଭୂମିରେ ଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଶିଷ୍ଟ ରାଜନେତା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିକୁ ଦୁର୍ବୃତ୍ତମାନେ ଭାଙ୍ଗି ଦେଇଥିବା ଅଭିଯୋଗ ହୋଇଛି।

ବୁଧବାର ବିଳମ୍ବିତ ରାତିରେ କେହି ଏହି କାଣ୍ଡ ଘଟାଇଥିବା ଜଣାପଡ଼ିଛି।Advertisment ଗୁରୁବାର ସକାଳେ ପର୍ଯ୍ୟଟକ ଓ ସ୍ଥାନୀୟ ଲୋକେ ବେଳାଭୂମିରେ ପହଞ୍ଚିବା ପରେ ପ୍ରତିମୂର୍ତ୍ତିଟି ଭଙ୍ଗା ଅବସ୍ଥାରେ ଦେଖିଥିଲେ।

ଏହି ଘଟଣା ପ୍ରଚାର ହେବା ପରେ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।

ସିଆଳି ବେଳାଭୂମି ଭଳି ପର୍ଯ୍ୟଟନସ୍ଥଳୀରେ ଐତିହାସିକ ଓ ସମ୍ମାନନୀୟ ବ୍ୟକ୍ତିଙ୍କ ପ୍ରତିମୂର୍ତ୍ତିକୁ ଭଙ୍ଗାଯିବା ଘଟଣାକୁ ନେଇ ସ୍ଥାନୀୟ ଲୋକେ କ୍ଷୋଭ ପ୍ରକାଶ କରିବା ସହ ଘଟଣାରେ ସମ୍ପୃକ୍ତ ଦୁର୍ବୃତ୍ତଙ୍କୁ ତୁରନ୍ତ ଚିହ୍ନଟ କରି କଠୋର ଆଇନଗତ ପଦକ୍ଷେପ ନେବାକୁ ଦାବି କରିଛନ୍ତି।

ଘଟଣାର ପ୍ରକୃତ କାରଣ କ"ଣ ଏବଂ କିଏ ଏହି କାଣ୍ଡ ଘଟାଇଛି, ତାହା ପୁଲିସ ତଦନ୍ତ ପରେ ସ୍ପଷ୍ଟ ହେବ।

ବେଳାଭୂମିରେ ସୁରକ୍ଷା ବ୍ୟବସ୍ଥା ଓ ରାତ୍ରିକାଳୀନ ପାଟ୍ରୋଲିଂ ବଢ଼ାଇବାକୁ ମଧ୍ୟ ଦାବି ହୋଇଛି।

Matabele Ants: ଜନ୍ଦା ଶରୀରରୁ ଆଣ୍ଟିବାୟୋଟିକ୍‌!

"

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।