Chameli Ojha Case: ସରପଞ୍ଚ ଚାମେଲି ଓଝାଙ୍କୁ ନେଇ ବଢ଼ିଲା ଚର୍ଚ୍ଚା, ତଦନ୍ତ କରିବ ଜାତୀୟ ମାନବାଧିକାର କମିଶନ
ଚାମେଲି ଓଝା ମାମଲାର ତଦନ୍ତ କରିବ ଜାତୀୟ ମାନବାଧିକାର କମିଶନ। କେନ୍ଦ୍ରାପଡ଼ା ମହାକାଳପଡ଼ା ବ୍ଲକ ତିଖିରି ସରପଞ୍ଚ ଚାମେଲି ଓଝାଙ୍କୁ ନେଇ ବହୁ ଚର୍ଚ୍ଚିତ ମାମଲାର ତଦନ୍ତ କରିବ NHRC। ଗତ ଜୁନ୍ ୧୧ ତାରିଖରେ ମହାକାଳପଡ଼ା ବିଡିଓଙ୍କ ଚାମ୍ବର ଭିତରେ ଚାମେଲି ଓଝାଙ୍କ ସହ ମାରପିଟ ଓ ଦୁର୍ବ୍ୟବହାର ଅଭିଯୋଗର ତଦନ୍ତ କରିବ କମିଶନ। ଏହି ତଦନ୍ତ ପାଇଁ ତିନି ଜଣିଆ ଟିମ୍ ଅକ୍ଟୋବର ୫ ତାରିଖରେ କେନ୍ଦ୍ରାପଡ଼ାରେ ପହଞ୍ଚିବେ।
ଏନେଇ କମିଶନଙ୍କ ଦିଲ୍ଲୀ କାର୍ଯ୍ୟାଳୟ ପକ୍ଷରୁ କେନ୍ଦ୍ରାପଡ଼ା ଏସପି ଓ ଜିଲ୍ଲାପାଳଙ୍କୁ ପତ୍ର ମାଧ୍ୟମରେ ଆଗୁଆ ସୂଚନା ଦିଆଯାଇଛି। ତଦନ୍ତ ସମୟରେ ଘଟଣା ସହ ସମ୍ପୃକ୍ତ ବିଭିନ୍ନ ପକ୍ଷଙ୍କୁ କମିଶନଙ୍କ ଟିମ୍ ପଚରାଉଚରା କରିବେ। ମହାକାଳପଡ଼ା ପୋଲିସ, ବିଡିଓ, ବିଡିଓଙ୍କ କାର୍ଯ୍ୟାଳୟର କର୍ମଚାରୀ, ଘଟଣାସ୍ଥଳରେ ଉପସ୍ଥିତ ପ୍ରତ୍ୟକ୍ଷଦର୍ଶୀ, ତଦନ୍ତକାରୀ ଅଧିକାରୀ ଏବଂ ସମ୍ପୃକ୍ତ ଡାକ୍ତରଙ୍କୁ ମଧ୍ୟ ପଚରାଉଚରା କରାଯିବ ବୋଲି ଜଣାପଡ଼ିଛି।ଏନେଇ ଜିଲ୍ଲା ପ୍ରଶାସନ କିମ୍ବା ପୋଲିସ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ।
ଚାମେଲି ମାମଲାର ତଦନ୍ତ କରିବ NHRC
ଚାମେଲି ଓଝା ମାମଲାର ତଦନ୍ତ କରିବ ଜାତୀୟ ମାନବାଧିକାର କମିଶନ
ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ମାମଲାର ତଦନ୍ତ କରିବ NHRC
ମହାକାଳପଡ଼ା ବିଡିଓଙ୍କ ଚାମ୍ବରରେ ଦୁର୍ବ୍ୟବହାର ଅଭିଯୋଗର ହେବ ତଦନ୍ତ
ତଦନ୍ତ ପାଇଁ ଆସନ୍ତା ୫ ତାରିଖରେ କେନ୍ଦ୍ରାପଡ଼ାରେ ପହଞ୍ଚିବେ ୩ ଜଣିଆ ଟିମ୍
କମିଶନଙ୍କ ଦିଲ୍ଲୀ କାର୍ଯ୍ୟାଳୟ ପକ୍ଷରୁ ଏସପି ଓ ଜିଲ୍ଲାପାଳଙ୍କୁ ଆଗୁଆ ସୂଚନା
ଘଟଣା ସହ ସମ୍ପୃକ୍ତ ବିଭିନ୍ନ ପକ୍ଷଙ୍କୁ କମିଶନଙ୍କ ଟିମ୍ ପଚରାଉଚରା କରିପାରନ୍ତି
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।