CM Mohan Majhi Holds Public Grievance Hearing: ଦୀପାବଳିରେ ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ, କୋଣ ଅନୁକୋଣରୁ ଆସିଲେ ଶତାଧିକ ଲୋକ
ଦୀପାବଳିରେ ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ।
ନିଜ ଜନ୍ମମାଟି କେନ୍ଦୁଝର ଗସ୍ତ ସମୟରେ ଜନଶୁଣାଣି କରି ଲୋକଙ୍କ ବିଭିନ୍ନ ସମସ୍ୟା ଓ ଅଭିଯୋଗ ଶୁଣିଛନ୍ତି।
ସର୍କିଟ ହାଉସରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲ୍ଲାର କୋଣଅନୁକୋଣରୁ ଆସିଥିବା ଶତାଧିକ ଲୋକ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସେମାନଙ୍କର ଗୁହାରି ଜଣାଇଛନ୍ତି।
Advertisment ମୁଖ୍ୟମନ୍ତ୍ରୀ ଲୋକମାନଙ୍କ ଅଭିଯୋଗକୁ ଗୁରୁତ୍ୱର ସହ ଶୁଣିବା ସହ ସେଗୁଡ଼ିକର ତୁରନ୍ତ ଏବଂ ସମୟୋଚିତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଏହି ଗସ୍ତ କାଳରେ ଶିକ୍ଷା, ସ୍ୱାସ୍ଥ୍ୟ ଏବଂ ଜଳସେଚନ ପରି ବିଭିନ୍ନ କ୍ଷେତ୍ରରେ କେନ୍ଦୁଝର ଜିଲ୍ଲା ପାଇଁ ଅନେକ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ ମଧ୍ୟ କରାଯାଇଛି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।