Contaminated Water Supply Sparks Protest: ପିଇବା ପାଣି ମିଳୁନି, ପଞ୍ଚାୟତ ଅଫିସରେ ତାଲା ପକାଇଲେ ଗ୍ରାମବାସୀ
ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ବ୍ଲକ ଅମ୍ଳାଭଟା ପଞ୍ଚାୟତ ଛତମ୍ବା କଲୋନୀରେ ଉତ୍କଟ ପାନୀୟ ଜଳ ସମସ୍ୟାକୁ ନେଇ ତେଜିଛି ଅସନ୍ତୋଷ। ଦୀର୍ଘ ଦିନ ଧରି ପାନୀୟ ଜଳ ସମସ୍ୟା ଲାଗି ରହିଥିବା ଅଭିଯୋଗ କରି ଗ୍ରାମବାସୀ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିବା ସହ ମୁଖ୍ୟ ଫାଟକରେ ତାଲା ପକାଇଛନ୍ତି।
ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ, ଅଞ୍ଚଳର ପାଣି ଟାଙ୍କି ଦୀର୍ଘ ଦିନ ହେଲା ସଫା କରାଯାଉନାହିଁ। ଏପରିକି ବିନା ଫିଲ୍ଟରରେ ନଦୀରୁ ପାଣି ଆଣି ଲୋକଙ୍କୁ ଯୋଗାଣ କରାଯାଉଛି। ଫଳରେ ଦୂଷିତ ପାଣି ବ୍ୟବହାର କରି ଅନେକ ଲୋକ ଅସୁସ୍ଥ ହେଉଥିବା ମଧ୍ୟ ଗ୍ରାମବାସୀ ଅଭିଯୋଗ କରିଛନ୍ତି।
ପାନୀୟ ଜଳ ସମସ୍ୟାର ସମାଧାନ ପାଇଁ ବାରମ୍ବାର ଅଭିଯୋଗ କରାଯାଇଥିଲେ ମଧ୍ୟ ସ୍ଥାୟୀ ପଦକ୍ଷେପ ନିଆଯାଇନଥିବା ଗ୍ରାମବାସୀ କହିଛନ୍ତି। ଏଥିରେ ଅସନ୍ତୁଷ୍ଟ ହୋଇ ଶନିବାର ଗ୍ରାମବାସୀ ପଞ୍ଚାୟତ କାର୍ଯ୍ୟାଳୟ ଘେରାଉ କରିବା ସହ ଫାଟକରେ ତାଲା ଝୁଲାଇଥିଲେ।
ସମସ୍ୟାର ସମାଧାନ ନହେବା ପର୍ଯ୍ୟନ୍ତ ପଞ୍ଚାୟତ କାର୍ଯ୍ୟାଳୟର ତାଲା ଖୋଲାଯିବ ନାହିଁ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି। ଏବେ ଦୂଷିତ ପାଣି ଯୋଗାଣ ଓ ପାଣି ଟାଙ୍କି ସଫେଇ ନେଇ ପ୍ରଶାସନ କି ପଦକ୍ଷେପ ନେଉଛି, ତାହା ଉପରେ ସମସ୍ତଙ୍କ ନଜର ରହିଛି।
ପିଇବା ପାଣି ସଙ୍କଟ: ପଂଚାୟତ ଅଫିସରେ ତାଲା
ପଂଚାୟତ ଅଫିସରେ ତାଲା ପକାଇଲେ ଗ୍ରାମବାସୀ
ପାଣି ଟାଙ୍କି ସଫା ହେଉନଥିବା ଅଭିଯୋଗ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।