Cuttack gang rape case: ଯୁବତୀଙ୍କୁ ଗଣଦୁଷ୍କର୍ମ ଘଟଣା, ଜଣେ ଅଭିଯୁକ୍ତଙ୍କୁ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ
କଟକ ନିଶ୍ଚିନ୍ତକୋଇଲି ଥାନା ଅଞ୍ଚଳରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ। ୪ରୁ ୬ ଜଣ ଦୁର୍ବୃତ୍ତ ଜଣେ ଯୁବତୀଙ୍କୁ ଦୁଷ୍କର୍ମ କରିଥିବା ପୀଡ଼ିତା ଅଭିଯୋଗ କରିଛନ୍ତି। ଘଟଣାକୁ ଗୁରୁତ୍ବର ସହ ନେଇ ତଦନ୍ତ ଆରମ୍ଭ କରିଛି କଟକ ଗ୍ରାମାଞ୍ଚଳ ପୋଲିସ।
ଯୁବତୀ ଜଣକ ତାଙ୍କ ପୁରୁଷ ବନ୍ଧୁଙ୍କ ସହ କାରରେ କେନ୍ଦ୍ରାପଡ଼ା ଆଡ଼କୁ ଯାଉଥିଲେ। କଟକ-ଚାନ୍ଦବାଲି ରାସ୍ତାର ସୁକରପଡ଼ା ନିକଟରେ କିଛି ଯୁବକ ତାଙ୍କୁ ଅଟକାଇଥିଲେ। ପରେ ଯୁବତୀଙ୍କୁ ଏକାକୀ ପାଇ ତାଙ୍କ ସହ ଜୋରଜବରଦସ୍ତ ଦୁଷ୍କର୍ମ କରିଥିବା ସେ ଅଭିଯୋଗ କରିଛନ୍ତି।
ପୋଲିସ ଗୋଡାଇ ଗୋଡାଇ ବିଲ ମଝିରୁ ଜଣେ ଅଭିଯୁକ୍ତକୁ ଗିରଫ କରିଛି, ଏବେ ବି ଫେରାର ଅଛନ୍ତି ୩ରୁ ୫ ଅଭିଯୁକ୍ତ।
ଘଟଣାକୁ ଗୁରୁତ୍ୱର ସହ ନେଇ କଟକ ଗ୍ରାମାଞ୍ଚଳ ପୋଲିସ ଫେରାର ଅଭିଯୁକ୍ତଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢାଉ କରୁଛି। ଘଟଣାର ତଦନ୍ତ ପାଇଁ ଜଣେ DSP ଓ ଜଣେ ମହିଳା ପୋଲିସ ଅଧିକାରୀଙ୍କୁ ନେଇ ଟିମ୍ ଗଠନ କରାଯାଇଛି। ଅଭିଯୋଗର ସତ୍ୟାସତ୍ୟ ନେଇ ବିଭିନ୍ନ ଦିଗରୁ ତଦନ୍ତ ଚାଲିଥିବା କହିଛନ୍ତି କଟକ ଗ୍ରାମାଞ୍ଚଳ ଏସପି ବିନୀତ ଅଗ୍ରୱାଲ। ପୀଡ଼ିତାଙ୍କ ସ୍ୱାସ୍ଥ୍ୟବସ୍ଥା ଭଲ ଥିବା ଏସପି କହିଛନ୍ତି।
ଅନ୍ୟପଟେ ଏହି ଘଟଣା ପରେ କଟକ ପୋଲିସର କାର୍ଯ୍ୟ ଉପରେ ସାଧାରଣ ଜନତା ପ୍ରଶ୍ନ ଉଠାଇଛନ୍ତି। ପୋଲିସ ଠିକ ଭାବେ ପାଟ୍ରୋଲିଂ କରୁନି କି ଅସାମାଜିକ ବ୍ୟକ୍ତିଙ୍କୁ ଉପରେ କାର୍ଯ୍ୟାନୁଷ୍ଠାନ ନେଉନି ବୋଲି ଲୋକେ ଅଭିଯୋଗ କରିଛନ୍ତି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।