Cyclone Alert for Odisha: ୨୬ରେ ହେବ ବାତ୍ୟା, ବୁଧବାର ସକାଳୁ ଆରମ୍ଭ ହେବ ଭୀଷଣ ପବନ
ପୁଣି ଅକ୍ଟୋବର, ପୁଣି ବାତ୍ୟା।
ଗଲା କିଛି ଦିନ ଧରି ଯେଉଁ ଆଶଙ୍କା କରାଯାଉଥିଲା ସେଥିରେ ମୋହର ମାରିଛି ଆଇଏମଡି।
ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆସନ୍ତା ୨୬ ତାରିଖରେ ବାତ୍ୟାର ରୂପ ନେବ ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ।
୨୮ ତାରିଖ ସକାଳ ବେଳକୁ ସମ୍ଭାବ୍ୟ ବାତ୍ୟା ଦକ୍ଷିଣ ଓଡ଼ିଶା ଉପକୂଳ ପାଖାପାଖି ପହଞ୍ଚିବ।
ସେତେବେଳକୁ ପବନର ବେଗ ଘଣ୍ଟା ପ୍ରତି ୯୦ କିଲୋମିଟର ରହିପାରେ ବୋଲି ଆକଳନ କରାଯାଉଛି।
Advertisment ପରବର୍ତ୍ତୀ ସମୟରେ ଏହା ଆହୁରି ଶକ୍ତିଶାଳୀ ହୋଇ ସ୍ଥଳଭାଗ ଅତିକ୍ରମ କରିବାର ସମ୍ଭାବନା ରହିଛି।
ତେବେ ୨୬ ତାରିଖଠାରୁ ଓଡ଼ିଶା ଉପକୂଳରେ ବଢ଼ିବ ବର୍ଷା ପରିମାଣ।
ଆଇଏମ୍ଡି ଡିଜି ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ଅନୁସାରେ, ଏହା ଅଧିକ ଘନୀଭୂତ ହୋଇ ଆଜି ଅବପାତ, ଆସନ୍ତାକାଲି ଗଭୀର ଅବପାତ ଏବଂ ୨୬ ତାରିଖରେ ଏକ ଘୂର୍ଣ୍ଣିବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି।
୨୮ ତାରିଖ ସକାଳ ସୁଦ୍ଧା ଏହା ଉତ୍ତର ଆନ୍ଧ୍ର ପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ନିକଟରେ ପହଞ୍ଚିବା ନେଇ ଆକଳନ କରାଯାଇଛି।
ପବନରେ ବେଗ ୨୬ ସକାଳ ବେଳକୁ ୭୦-୮୦ କିମି ଏପରିକି ଝଟ୍କା ପବନ ୯୦ କିଲୋମିଟର ପର୍ଯ୍ୟନ୍ତ ଛୁଇଁପାରେ।
ଏହାପରେ ବାତ୍ୟାଟି ଉପକୂଳ ଆଡକୁ ଯେତିକି ବଢ଼ିବ ପବନର ବେଗ ମଧ୍ୟ ବଢ଼ିବାରେ ଲାଗିବ।
ତେବେ ଲ୍ୟାଣ୍ଡଫଲ୍ ବେଳେ ବେଗ କେତେ ରହିବ ସେନେଇ ଆଇଏମ୍ଡି ପକ୍ଷରୁ ଏବେ କୌଣସି ଆକଳନ କରାଯାଇ ନାହିଁ।
ଆଜି ଅବପାତ ସୃଷ୍ଟି ହେବା ପରେ ବାତ୍ୟାର ସମ୍ଭାବ୍ୟ ଗତିପଥ ଓ ପବନର ବେଗ ସଂପର୍କରେ ସ୍ପଷ୍ଟତା ଆସିବ ବୋଲି କୁହାଯାଇଛି।
Advertisment
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।