Cyclone Arnab May Enter South Odisha by Evening: ବାତ୍ୟା ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା, ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ପବନ

Oct 28, 2026 - 08:18
Cyclone Arnab May Enter South Odisha by Evening: ବାତ୍ୟା ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା, ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ପବନ

ବାତ୍ୟା ପ୍ରଭାବରେ ଆନ୍ଧ୍ରର ସମୁଦ୍ର ତଟବର୍ତ୍ତୀ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି।

ଓଡ଼ିଶାରେ ତୁହାକୁ ତୁହା ବର୍ଷା।

୬ଟି ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, ନବରଙ୍ଗପୁର ଓ ଉପକୂଳ ଓଡ଼ିଶାରେ ବର୍ଷା ଓ ପବନ ଲାଗି ରହିଛି।

ବାତ୍ୟା ବର୍ତ୍ତମାନ ଡିପ୍ ଡିପ୍ରେସନ୍ ଭାବେ ଓଡ଼ିଶା ଦେଇ ଦକ୍ଷିଣ ଛତିଶଗଡ଼ ମୁହାଁ ହୋଇ ଆଗକୁ ବଢ଼ିବ ବୋଲି ଆଇଏମଡି ପୂର୍ବାନୁମାନ କରିଛି।

Advertisment ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ।

ଏହି ସମୟରେ ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ଅତିପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୫୦ରୁ ୭୦ କିମି ବେଗରେ ପବନ ହେବାକୁ ଥିବାରୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି।

ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ପୁରୀ, ଖୋରଧା ଓ ନୟାଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ୪୦ରୁ ୬୦ କିମି ବେଗରେ ପବନ ହୋଇପାରେ।

ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ସହ ୩୦ରୁ ୫୦ କିମି ବେଗରେ ପବନ ହେବାର ସମ୍ଭାବନା ରହିଛି।

୨୯ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ୪୦ରୁ ୬୦ କିମି ବେଗରେ ପବନ ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି।

Advertisment

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।