Cyclone Formation Likely on Oct 26: ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୨୬ରେ ବାତ୍ୟା ସମ୍ଭାବନା

Oct 23, 2026 - 10:25
Cyclone Formation Likely on Oct 26: ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୨୬ରେ ବାତ୍ୟା ସମ୍ଭାବନା

୨୬ରେ ବାତ୍ୟା ସମ୍ଭାବନା।

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର।

ଦକ୍ଷିଣ-ପୂର୍ବ ଏବଂ ପାର୍ଶ୍ବବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଘୂର୍ଣ୍ଣିବଳୟର ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।

ଆଜି ସକାଳ ୫ଟା ୩୦ରେ ପୂର୍ବ-କେନ୍ଦ୍ରୀୟ ଏବଂ ଏହାକୁ ଲାଗି ରହିଥିବା ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।

Advertisment ଆସନ୍ତାକାଲି ଏହା ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି।

୨୬ରେ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ହେବାର ସମ୍ଭାବନା ରହିଛି।

ବାତ୍ୟା ସୃଷ୍ଟି ହେଲେ ଉତ୍ତର ଆନ୍ଧ୍ର ପ୍ରଦେଶ ଓ ପାର୍ଶ୍ବବର୍ତ୍ତୀ ଦକ୍ଷିଣ ଓଡିଶା ଉପକୂଳ ମୁହାଁ ହୋଇପାରେ।

ବାତ୍ୟା ସୃଷ୍ଟି ପରେ ଆହୁରି ଶକ୍ତିଶାଳୀ ହେବା ସମ୍ଭାବନା ରହିଛି।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।