Cyclone Murasu Landfall Underway: ସ୍ଥଳଭାଗ ଛୁଇଁଲା ବାତ୍ୟା ‘ମୁରାସୁ’; ତେଲେଙ୍ଗାନା, ତାମିଲନାଡୁ, ଓଡ଼ିଶାରେ ପ୍ରବଳ ବର୍ଷା

Nov 03, 2026 - 08:20
Cyclone Murasu Landfall Underway: ସ୍ଥଳଭାଗ ଛୁଇଁଲା ବାତ୍ୟା ‘ମୁରାସୁ’; ତେଲେଙ୍ଗାନା, ତାମିଲନାଡୁ, ଓଡ଼ିଶାରେ ପ୍ରବଳ ବର୍ଷା

ସ୍ଥଳଭାଗ ଛୁଇଁଲା ବାତ୍ୟା 'ମୁରାସୁ' ।

ଆନ୍ଧ୍ରରେ ସ୍ଥଳଭାଗ ଛୁଇଁଲା ବାତ୍ୟା 'ମୁରାସୁ'।

ନେଲାର-ନରସାପୁର ମଝି ଓଙ୍ଗୋଲ ନିକଟରେ ସ୍ଥଳଭାଗ ଛୁଇଁଲା ବାତ୍ୟା।

ଲ୍ୟାଣ୍ଡଫଲ ସମୟରେ ପବନର ବେଗ ଥିଲା ୧୦୦ରୁ ୧୧୦ କି.ମି।

ରାତି ୧ଟାରୁ ଆରମ୍ଭ ହୋଇଥିଲା ଲ୍ୟାଣ୍ଡଫଲ୍ ପ୍ରକ୍ରିୟା।

Advertisment ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରି ଆଜି ଭୋର ୦୩:୩୦ରୁ ୦୫:୩୦ ମଧ୍ୟରେ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିଛି।

ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୦୦-୧୧୦ କିଲୋମିଟର ଥିଲା ଏବଂ ଝଡ଼ବେଗରେ ପବନର ଗତି ଘଣ୍ଟା ପ୍ରତି ୧୨୦ କିଲୋମିଟର ପର୍ଯ୍ୟନ୍ତ ପହଞ୍ଚିଥିଲା।

ଏହି ଭୀଷଣ ବାତ୍ୟା ଯୋଗୁଁ ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ତାମିଲନାଡୁ ଏବଂ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ଓ ଜୋରଦାର ପବନ ବହିବାର ସମ୍ଭାବନା ରହିଛି।

ଆନ୍ଧ୍ରପ୍ରଦେଶ ଓ ଓଡ଼ିଶାର ପ୍ରଶାସନ ପକ୍ଷରୁ ବିପଦପୂର୍ଣ୍ଣ ଅଞ୍ଚଳଗୁଡ଼ିକରୁ ଲୋକଙ୍କୁ ସ୍ଥାନାନ୍ତର କରିବା ପ୍ରକ୍ରିୟାକୁ ତ୍ୱରାନ୍ୱିତ କରାଯାଇଛି।

Advertisment

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।