Cyclone Preparedness Intensifies in Odisha:୨୮ ଓ ୨୯ରେ ସ୍କୁଲ ଛୁଟି! ବାତ୍ୟା ମୁକାବିଲା ପାଇଁ ସରକାର ପ୍ରସ୍ତୁତ

Oct 24, 2026 - 17:25
Cyclone Preparedness Intensifies in Odisha:୨୮ ଓ ୨୯ରେ ସ୍କୁଲ ଛୁଟି! ବାତ୍ୟା ମୁକାବିଲା ପାଇଁ ସରକାର ପ୍ରସ୍ତୁତ

ସମ୍ଭାବ୍ୟ ବାତ୍ୟାର ମୁକାବିଲା ନେଇ ପ୍ରସ୍ତୁତି ଓ ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଓ ରାଜସ୍ୱ ମନ୍ତ୍ରୀଙ୍କ ଉପସ୍ଥିତିରେ ଏନେଇ ଏକ ଉଚ୍ଚସ୍ତରୀୟ ବୈଠକ ହୋଇଛି।

ବୈଠକରେ ମୁଖ୍ୟ ଶାସନ ସଚିବ, ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ସମେତ ବିଭିନ୍ନ ବିଭାଗର ସଚିବମାନେ ଯୋଗ ଦେଇଥିଲେ।

ବାତ୍ୟା ମୁକାବିଲା ପାଇଁ ସମସ୍ତ ବିଭାଗକୁ ପ୍ରସ୍ତୁତ ରହିବା ସହ ଧନଜୀବନ ସୁରକ୍ଷାକୁ ପ୍ରାଥମିକତା ଦେବାକୁ ଗୁରୁତ୍ୱ ଦିଆଯାଇଛି।

Advertisment ମୁଖ୍ୟମନ୍ତ୍ରୀ କହିଛନ୍ତି, 'ଜିରୋ କାଜୁଆଲିଟି' ହେଉଛି ଆମର ମୁଖ୍ୟ ଲକ୍ଷ୍ୟ।

ସିଏମଙ୍କ ସୂଚନା ଅନୁଯାୟୀ, ସମ୍ଭାବ୍ୟ ବାତ୍ୟା ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ମଧ୍ୟବର୍ତ୍ତୀ ଅଞ୍ଚଳରେ ସ୍ଥଳଭାଗ ଛୁଇଁବାର ଆକଳନ କରାଯାଇଛି।

ଏହାର ପ୍ରଭାବ ଦକ୍ଷିଣ ଓଡ଼ିଶାରେ ପଡ଼ିବାର ସମ୍ଭାବନା ଥିବାରୁ ପ୍ରଶାସନ ପକ୍ଷରୁ ଆବଶ୍ୟକ ପ୍ରସ୍ତୁତି କରାଯାଇଛି।

ସେହିପରି ବାତ୍ୟାର ସମ୍ଭାବ୍ୟ ପ୍ରଭାବକୁ ଦୃଷ୍ଟିରେ ରଖି ୨୮ ଓ ୨୯ ତାରିଖରେ ପ୍ରଭାବିତ ଜିଲ୍ଲାଗୁଡ଼ିକରେ ସ୍କୁଲ ଛୁଟି ରହିବ ବୋଲି ସୂଚନା ଦିଆଯାଇଛି।

ପରିସ୍ଥିତିକୁ ଆକଳନ କରି ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ବାତ୍ୟା ସମୟରେ ଲୋକଙ୍କୁ ସୁରକ୍ଷିତ ରଖିବା, ଆଗୁଆ ସତର୍କତା ଜାରି କରିବା ଏବଂ ଜରୁରୀକାଳୀନ ପରିସ୍ଥିତିର ମୁକାବିଲା ପାଇଁ ପ୍ରଶାସନକୁ ସଜାଗ ରହିବାକୁ କୁହାଯାଇଛି।

Advertisment ସମ୍ଭାବ୍ୟ ବାତ୍ୟା ମୁକାବିଲା ସ୍ଥିତି ସମୀକ୍ଷା କଲେ ସିଏମ୍ ବାତ୍ୟା ମୁକାବିଲା ନେଇ ପ୍ରସ୍ତୁତି ପରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା 'ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଭିତରେ ସ୍ଥଳଭାଗ ଛୁଇଁବ' 'ଦକ୍ଷିଣ ଓଡ଼ିଶାରେ ବାତ୍ୟାର ପ୍ରଭାବ ରହିବ, ପ୍ରସ୍ତୁତ ରହିଛୁ' ଜିରୋ କାଜୁଆଲିଟି ଆମର ମୁଖ୍ୟ ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ '୨୮ ଓ ୨୯ ତାରିଖରେ ପ୍ରଭାବିତ ଜିଲ୍ଲାରେ ସ୍କୁଲ୍ ଛୁଟି ରହିବ' 'ପରିସ୍ଥିତିକୁ ଦେଖି ନିଷ୍ପତ୍ତି ନେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ରହିଛି'

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।