Daily Horoscope 10th Aug 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ
ମେଷ-
ଅଶ୍ୱନୀ- ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବ୍ୟବସାୟାଦି ବିଭିନ୍ନ ସଂସାରୁ ଧନାଗମ ହେବ ।
ଦ୍ୱିଜା- ସନ୍ତାନଙ୍କ ଭାଗ୍ୟରେ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଦେଖାଦେବ । ସାମାଜିକ କାର୍ଯ୍ୟରେ ସଫଳତା ପାଇବେ । ସହଯୋଗୀ ମାନଙ୍କ ଯୋଗୁ କର୍ମକ୍ଷେତ୍ରରେ ଭଲ କରିବେ । ଶିକ୍ଷାର୍ଥୀ ମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବଢିବ ।
କୃତିକା- କଚେରି ମାମଲାରେ କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ମହିଳା ମାନେ କାର୍ଯ୍ୟ ବ୍ୟସ୍ତ ରହିବେ । ବିଭିନ୍ନ ଅନୁଷ୍ଠାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଧାର୍ମିକ ସ୍ଥାନରେ କଳା ସୋରିଷ ତେଲ ଦାନ କରନ୍ତୁ
ବୃଷ-
କୃତିକା- ଶାରୀରିକ ଅବସ୍ଥାରେ ସନ୍ତୁଳନ ପାଇବେ । ଭଲ ପାଉଥିବା ଲୋକଙ୍କ ସହିତ ଆପଣ ସମୟ ବିତାଇବେ । ନିଜର ବନ୍ଧନକୁ ଦୃଢ଼ କରିବା ପାଇଁ ପ୍ରୟାସ କରିବେ । ଯଦି ଆପଣ ଏକ ନୂତନ ବ୍ୟବସାୟ ଆରମ୍ଭ କରନ୍ତି, ତେବେ ଫଳାଫଳ ଅନୁକୂଳ ହେବ ।
ରୋହିଣୀ- ବ୍ୟୟ ଅଧିକ ହେଲେ ବି ଆୟ ସଂଖ୍ୟା ବଢିପାରେ । କୈାଣସି କାର୍ଯ୍ୟରେ ବିଚଳିତ ହୁଅନ୍ତୁ ନାହିଁ । ରାଜନୀତିରେ ବିବାଦ ଦେଖାଦେଲେ ବି ପରେ ସମାଧାନ ହୋଇଯିବ ।
ମୃଗଶିରା- ସତକଥା କହିବାକୁ ଯାଇ ଅନ୍ୟ ଆଗରେ ଦୋଷି ହୋଇପାରନ୍ତି । ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରନ୍ତୁ । ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ଆଣିବା ସହିତ କିଛି ଅର୍ଥ ସଞ୍ଚୟ କରି ପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଲକ୍ଷ୍ମୀଙ୍କର ଆରଧନା କରନ୍ତୁ
ମିଥୁନ-
ମୃଗଶିରା- ସ୍ୱାସ୍ଥ୍ୟ ଜନିତ ଅବସ୍ଥା ନିୟାନ୍ତ୍ରଣାଧିନ ରହିବ । ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ । ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ ।
ଆଦ୍ରା- ବହୁତ ଅଯଥା ଭ୍ରମଣ କରିବାକୁ ପଡିପାରେ । ବ୍ୟବସାୟରେ ସଫଳତା ଅର୍ଜନ କରି ଆଶାତୀତ ଲାଭ ଉଠେଇବେ । କଠିନ ପରିଶ୍ରମ କରି ପଢାରେ ଆଗକୁ ବଢି ପାରିବେ । ସମାଜ ସେବାରେ ସ୍ୱନାମ ପାଇବେ ।
ପୁନର୍ବସୁ- ଜମିଜମା ଜନିତ କ୍ରୟ,ବିକ୍ରୟରୁ ଲାଭ କମାଇ ପାରିବେ । ମହିଳା ମାନେ ଭ୍ରମଣର ସୁଯୋଗ ପାଇବେ । କୈାଣସି ଧର୍ମାନୁଷ୍ଠାନରେ ମୁଖିଆ ଭାବରେ ଦାୟିତ୍ୱ ତୁଲାଇ ପାରନ୍ତି । ଆତ୍ମ ବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କର୍କଟ-
ପୁନର୍ବସୁ- ସାମୟିକ ମୁଣ୍ଡ ଓ ପେଟରେ କଷ୍ଟ ପାଇବେ । ପୂର୍ବ ସମସ୍ୟା ସମାଧାନ ହୋଇ ବ୍ୟବସାୟ ବିସ୍ତାର କରିବାକୁ ଯୋଜନା କରି ପାରିବେ । ଅଯଥା ବିରକ୍ତି ନ ହୋଇ ପିଲାମାନଙ୍କର ଅଭିଯୋଗକୁ ଗୁରୁତ୍ୱର ସହ ବିଚାର କରନ୍ତୁ ।
ପୁଷ୍ୟା- ପାରିବାରିକ ବୁଝାବଣା ବଢିବ । ଲୋକ ମାନଙ୍କ ସେବା କରିବାରେ ମନବଳାଇବେ । ବନ୍ଧୁ ସହୟତା ମିଳିବ । ରାଜନୀତିରେ ହଠାତ୍ ନିର୍ଣ୍ଣୟ ନେବାକୁ ପଡିପାରେ ।
ଅଶ୍ଲେଷା- ଅନ୍ୟମାନଙ୍କ ଆଗରେ ଆପଣଙ୍କର ଛବି ଭଲ ରହିବ । କୋର୍ଟକଚେରୀ ମାମଲାରେ ଚିନ୍ତାରେ ରହିବେ । ଆଧ୍ୟାତ୍ମିକ ଚେତନା ପ୍ରତି ମନ ବଳାଇବେ । ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶିବଙ୍କ ସହସ୍ର ନାମ ପାଠ କରନ୍ତୁ
ସିଂହ-
ମଘା- ବ୍ୟବସାୟ-ବାଣିଜ୍ୟ ଆଶାନୁରୂପ ଫଳ ପ୍ରାପ୍ତି ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍
ପୂ,ଫାଲଗୁନି- କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କ ଠାରୁ ଲାଭବାନ୍ ହେବେ । ରାଜନୀତିରେ ପଛକଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ । ସଘର୍ଷ କରି ବିଜୟ ଲାଭ ପାଇବେ ।
ଉ,ଫାଲଗୁନି- ଜମି ବିବାଦୀୟ ପରିସି୍ଥତି ଭିନ୍ନରୂପ ନେଇପାରେ ।ଧନ ପ୍ରାପ୍ତି ଆଦି ଶୁଭଫଳ ମଧ୍ୟ ପାଇବେ । ସାଂସ୍କୃତିକ କାର୍ୟ୍ୟକ୍ରମରେ ଯୋଗ ଦେବା ସକାଶେ ଆହୂତ ହୋଇପାରନ୍ତି ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ
କନ୍ୟା-
ଉ,ଫଳଗୁନି- କୈାଣସି କାରଣରୁ ମନରେ ଭୟ ଆସିପାରେ । ଆମୋଦ, ପ୍ରମୋଦରେ ଦିନ କଟିବ । ଧର୍ମ ଭାବନାରୁ ଶାନ୍ତି ମିଳିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କର ସହୟତା ଲୋଡିବେ ।
ହସ୍ତା- ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ଆର୍ଥିକ ସହୟତା ପାଇ ଅଫିସରେ କାମ କରିନେବେ । କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ ।
ଚିତ୍ରା- କ୍ୟାରିୟର ଓ ଶିକ୍ଷାକ୍ଷେତ୍ରରେ ପ୍ରତ୍ୟେକ କାର୍ଯ୍ୟକୁ ବଡ ମାନଙ୍କ ଠାରୁ ବୁଝିବିଚାରି କଲେ ଠିକ୍ ହେବ । ଭୂ-ସମ୍ପତି ଭାଗ ହୋଇପାରେ । ନାରୀ ମାନଙ୍କର ସହନଶୀଳତା ବୃଦ୍ଧି ପାଇବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ
ତୁଳା-
ଚିତ୍ରା- ମାନସିକ ଦୁଶ୍ଚିନ୍ତା ଦୂର ହେବ । ଗୁରୁଙ୍କର ପରାମର୍ଶରେ ଧର୍ମମାର୍ଗରେ ଯିବା ପାଇଁ ମନବଳାଇ ପାରନ୍ତି । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ ।
ସ୍ୱାତୀ- ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ । କିଛି ଯାନ୍ତ୍ରିକ ଜିନିଷ ଉପକରଣ କ୍ରୟ କରିପାରନ୍ତି । ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବିଦେଶକୁ ଯାଇ ପାରନ୍ତି ।
ବିଶାଖା- ପୈତୃକ ସମ୍ପତିର ସମାଧାନ ହୋଇଜିବ । ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ସୁନ୍ଦର କଳ୍ପନାରେ ବିଭୋର ରହିବେ । ମହିଳା ମାନେ ଉତ୍ସାହିତ ରହିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ
ବିଛା-
ବିଶାଖା- ପରିବାରରେ ଯେତେ ଅସୁବିଧା ଆସିଲେ ମଧ୍ୟ ସବୁକୁ ଏଡାଇ ଆଗକୁ ଯିବେ । ଜୀବନ ସାଥୀଙ୍କ ସହିତ ଦୂର ଯାତ୍ରାରେ ଆନନ୍ଦ ପାଇବେ ।
ଅନୁରାଧା- ଉପଯୁକ୍ତ ସମୟରେ ଆଶା କରୁଥିବା ଦିଗରୁ ଅର୍ଥଲାଭ ହୋଇପାରେ । କର୍ମକ୍ଷେତ୍ରରେ ବାକି ପଡିଥିବା ପଇସା ପାଇବା ପାଇଁ ଚାପ ପ୍ରୟୋଗ କରିବେ । ଛାତ୍ରଛାତ୍ରି ମାନେ ସଫଳତା ହାସଲ କରିବେ ।
ଜ୍ୟେଷ୍ଠା- ନିଜ ପାଇଁ କିଛି ବାସୋପଯୋଗି ଭୂମି ବା ଘର କ୍ରୟ କରିପାରନ୍ତି । ଛାତ୍ରଛାତ୍ରୀ ମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ମହିଳା ମାନଙ୍କର ପାରିବାରିକ ଜୀବନ ଆନନ୍ଦରେ କଟିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ
ଧନୁ-
ମୂଳା- ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ । କାର୍ୟ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବା ସହ ଉଚ୍ଚ ସମ୍ଭାବନାର ଆଶା ପାଇବେ । ଜିବିକା ଅର୍ଜନରେ ସଫଳତା ଲାଭ ପାଇବେ ।
ପୂ,ଷାଢା- ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ସାମ୍ବାଦିକମାନେ ଶୁଭ ସଂବାଦ ପାଇ ଉତ୍ସାହିତ ହେବେ । ବାଧ୍ୟବାଧକତାରେ ଅନେକ ଟଙ୍କା ଖର୍ଚ୍ଚକରି ଦୁଖିତ ରହିବେ । ଶିକ୍ଷାକ୍ଷେତ୍ରରେ ଅନେକ ସମସ୍ୟା ଦେଖାଦେବ ।
ଉ,ଷାଢା- ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ମହିଳା ମାନେ ପଡୋଶୀଙ୍କ ସହ ଭଲ ସମ୍ପର୍କ ସ୍ଥାପନ କରିବେ । ପୂର୍ବରୁ ଚାଲୁଥିବା ଆଇନଗତ ଲଢେଇରେ ବିଜୟ ଲାଭ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମ ରକ୍ଷକ ସ୍ତୋତ୍ର ପାଠ କରନ୍ତୁ
ମକର-
ଉ,ଷାଢା- ମସ୍ତିଷ୍କରୁ ଲାଗି ରହିଥିବା ସବୁ ଚିନ୍ତା ସମାପ୍ତ ହେବ । କର୍ତୁପକ୍ଷ ଆପଣଙ୍କ ଦରମାକୁ ବୃଦ୍ଧି କରିବା ପାଇଁ ନିଷ୍ପତି ନେଇ ପାରନ୍ତି । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ।
ଶ୍ରବଣା- ସମ୍ମାନ ଏବଂ ପ୍ରତିଷ୍ଠା ବୃଦ୍ଧି ପାଇବ । ଆପଣ ଏକ ନୂତନ କାର୍ୟ୍ୟ ଆରମ୍ଭ କରିବେ । ଉଚ୍ଚଶିକ୍ଷାକୁ ପ୍ରାଥମିକତା ଦେବେ । ଆପଣଙ୍କର ଆୟ ବୃଦ୍ଧି କରିବାର ଅନେକ ସମ୍ଭାବନା ରହିଛି ।
ଧନିଷ୍ଠା- ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ଜମିଜମା ପାଇଁ ଅର୍ଥ ବ୍ୟୟ କରିପାରିବେ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କଳା ରଙ୍ଗର କୁକୁରକୁ ଖାଇବାକୁ ଦିଅନ୍ତୁ
କୁମ୍ଭ-
ଧନିଷ୍ଠା- ସାଂସାରିକ ଜୀବନ ସୁଖମୟ ହେବ । ବ୍ୟବସାୟରେ ଖର୍ଚ୍ଚକୁ ସୀମିତ କରିବାରେ ସକ୍ଷମ ହେବେ । ପ୍ରତ୍ୟେକଟି କ୍ଷେତ୍ରରେ ନିଜର ଉଦ୍ୟମ ବଳରେ ସଫଳତା ପାଇବେ ।
ଶତଭିଷା- ସମାଜ ସେବାରେ ବେଶ୍ ଆନନ୍ଦ ଅନୁଭବ କରିବେ । ଛାତ୍ରଛାତ୍ରି ମାନେ ପଢାରେ ସହଯୋଗ ପାଇବେ । ରାଜନୀତିରେ ଆଗ୍ରହ ବଢିପାରେ ।
ପୂ,ଭାଦ୍ରପଦ- ପରହାତରେ ଥିବା ଧନ ସହଜରେ ପ୍ରାପ୍ତ ହେବ । ମହିଳା ମାନଙ୍କୁ କୈାଣସି ବ୍ୟକ୍ତିଙ୍କ ସହୟତା ମିଳିବ । ନୂତନ ଯାନ ବାହନ କ୍ରୟ କରିବାର ଯଥେଷ୍ଟ ସମ୍ଭାବନା ରହିଛି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ମୀନ-
ପୂ,ଭାଦ୍ରପଦ- ରୋଗରୁ ରକ୍ଷା ପାଇପାରିବେ । ବୃତ୍ତିରେ ଉନ୍ନତି ଆଣିବା ପାଇଁ ଅନେକ ସୁଯୋଗ ଉପଭୋଗ କରିବେ । ଆପଣଙ୍କର ପ୍ରେମ ଜୀବନ ଅଧିକ ରୋମାଞ୍ଚକର ହେବ । ସକରାତ୍ମକ ଫଳାଫଳ ଅନୁଭବ କରିବେ ।
ଉ,ଭାଦ୍ରପଦ- ରାଜନୈତିକ କ୍ଷେତ୍ରରେ ଟିକିଏ ଜଟିଳ ଆଡକୁ ଗତି କରିବ କିନ୍ତୁ ପରିମାଣ ବିଶେଷ କିଛି ଖରାପ ହେବ ନାହିଁ । ଶିକ୍ଷାର୍ଥୀ ମାନେ ସଫଳତା ଦିଗକୁ ଗତି କରିବେ ।
ରେବତୀ- ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ସାଙ୍ଗଠନିକ କାର୍ୟ୍ୟରେ ଯୋଗଦାନ କରି ପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଜ ମନ୍ତ୍ର ପାଠ କରନ୍ତୁ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।