Daily Horoscope 10th October 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ
ମେଷ-
ଅଶ୍ୱନୀ- ଶାରୀରିକ କ୍ଲାନ୍ତି ଦୂର ହେବ । ପରିବାରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନ ମୂଳକ ଦିଗ ପ୍ରତି ଆଗ୍ରହୀ ହେବେ । କର୍ମ କ୍ଷେତ୍ରରେ ଉନ୍ନତି ହେବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ପାଇବ ।
ଦ୍ୱିଜା- ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଉତ୍ତିର୍ଣ୍ଣ ହେବେ । ରାଜନୈତିକ କ୍ଷେତ୍ରରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପ୍ରିୟଜନ ମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାର୍ଯ୍ୟ କରିବେ ।
କୃତିକା- ପ୍ରେମିକ, ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । ପରିବହନ ଓ ଶିଳ୍ପରେ ମାନ୍ଦା ହେବାର ଦେଖାଦେଇ ପାରେ । ପୂର୍ବରୁ କରିଥିବା କର୍ମ ପାଇଁ ଦଣ୍ଡ ପାଇ ପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମଙ୍ଗଳଙ୍କର ମନ୍ତ୍ର ପାଠ କରନ୍ତୁ
ବୃଷ-
କୃତିକା- ସମ୍ପର୍କୀୟ ବନ୍ଧୁ ବ୍ୟବସାୟରେ ସାହାଯ୍ୟ ସହଯୋଗ କରିବେ । ଆପଣଙ୍କୁ ପାରିବାରିକ ସୁଖ ସମୃଦ୍ଧି ସାଙ୍ଗକୁ କର୍ମକ୍ଷେତ୍ରରେ ଆଶା ଅନୁଯାୟୀ ସୁଫଳ ପ୍ରଦାନ କରିବ। ସନ୍ତାନଙ୍କ ଦ୍ୱାରା ଗୌରବ ଅନୁଭବ କରିବେ ।
ରୋହିଣୀ- ତରବରିଆ ପଦକ୍ଷେପ ନେଲେ ବେଶି ହଇରାଣ ହେବେ। ଅଫିସ୍ ସମସ୍ୟା ସମାଧାନର ରାସ୍ତା ବାହାର କରିବାରେ ସମର୍ଥ ହେବେ। ପଡ଼ୋଶୀ କେହି ପ୍ରତିବାଦର ସ୍ବର ଉଠାଇ ସମସ୍ୟା ସୃଷ୍ଟି କରିପାରନ୍ତି।
ମୃଗଶିରା- ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ । ବିଦ୍ୟାର୍ଥୀ ଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ । ଯାନ ବାହନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଲକ୍ଷ୍ମୀଙ୍କର ମନ୍ତ୍ର ପାଠ କରନ୍ତୁ
ମିଥୁନ-
ମୃଗଶିରା- କର୍ମ କ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ସ୍ୱାସ୍ଥ୍ୟକୁ ନେଇ ଚିନ୍ତା କରିପାରନ୍ତି । ପରିବାରରେ ମତାନ୍ତର ସୃଷ୍ଟି ହୋଇପାରେ । ବ୍ୟବସାୟରେ କ୍ରମଶଃ ଲାଭ ପାଇବେ।
ଆଦ୍ରା- ରାଜନୈତିକ କ୍ଷେତ୍ରରେ ଶତ୍ରୁ ମାନେ ବୃଦ୍ଧି ପାଇବେ । ଜିବିକା ଅର୍ଜନରେ ସଫଳତା ଲାଭ ପାଇବେ । ଶିକ୍ଷାର୍ଥୀ ମାନେ ପରିଶ୍ରମ ମୁତାବକ ଫଳ ପାଇବେ । ପ୍ରସାସନ କ୍ଷେତ୍ରରେ ଶୁଭ ଫଳ ପାଇବେ ।
ପୁନର୍ବସୁ- କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ମାଲିମକଦ୍ଦମାରେ ସଫଳତା ମିଳିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ-
ପୁନର୍ବସୁ- ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ। କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି। ବ୍ୟବସାୟରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରିବେ ।
ପୁଷ୍ୟା- ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳ ହେବେ । ରାଜନୈତିକ କ୍ଷେତ୍ରରେ ଉପଯୁକ୍ତ ଲୋକମାନଙ୍କ ସହିତ ସ୍ଥାୟୀ ବନ୍ଧୁତା ସ୍ଥାପନ କରି ପାରିବେ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପନ କରିବେ ।
ଅଶ୍ଲେଷା- ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ଦୂର ସ୍ଥାନକୁ ଯାତ୍ରା କଲେ ଅସୁବିଧାରେ ପଡିପାରନ୍ତି । ଯାନ ବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର- ଶ୍ୱେତଚନ୍ଦନରେ କର୍ପୂର ମିଶେଇ ମସ୍ତକରେ ଧାରଣ କରନ୍ତୁ
ସିଂହ-
ମଘା- ପରିବାରରେ ସୁଖଶାନ୍ତି ଫେରିଆସିବ । ଭାଙ୍ଗିଯାଇଥିବା ସପଂର୍କ ପୁନର୍ବାର ଯୋଡି ହୋଇପାରେ । ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ବ୍ୟବସାୟ, ବାଣିଜ୍ୟରୁ ଭଲ ଲାଭ ପାଇବେ କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିବ ।
ପୂ- ଫାଲ୍ଗୁନୀ- ସରକାରୀ ସ୍ତରରୁ ଆଶା କରୁଥିବା ଶୁଭ ଖବର ପାଇ ଉଲ୍ଲସିତ ହେବେ । କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀ ମାନଙ୍କ ସହିତ କିଛି ବାଦ ବିବାଦ ଉପୁଜି ପାରେ । ସାମାଜିକ ସ୍ତରରେ ସମ୍ମାନୀୟ ବ୍ୟକ୍ତି ସହାୟତା କରିବେ ।
ଉ- ଫାଲ୍ଗୁନୀ- ଅଯଥା ଖର୍ଚ୍ଚ ବୃଦ୍ଧି ହୋଇପାରେ । ଆନୁଷ୍ଠାନିକ କାର୍ଯ୍ୟ ସକାଶେ ପ୍ରସ୍ତୁତି ଜୋରଦାର କରିପାରନ୍ତି । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାଙ୍କଡକୁ ଗୁଡ ଖାଇବାକୁ ଦିଅନ୍ତୁ
କନ୍ୟା-
ଉ,ଫଳଗୁନି- ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ପାଇବ । ଦୂର ବନ୍ଧୁଙ୍କ ଠାରୁ ଶୁଭ ସମାଚାର ପାଇ ଖୁସି ହେବେ । ମାନସିକ ଦୁଶ୍ଚିନ୍ତା ଦୂରେଇ ଯିବ । ଅଟକିଥିବା କାର୍ଯ୍ୟ ପୂରଣ ହେବ ।
ହସ୍ତା- କର୍ମକ୍ଷେତ୍ରରେ କେହି ଜଣେ ପ୍ରତିବାଦର ସ୍ବର ଉଠାଇ ସମସ୍ୟା ସୃଷ୍ଟି କରିପାରନ୍ତି। ବିଦ୍ୟାର୍ଥୀ ମାନେ ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ଆର୍ଥିକ ସ୍ଥିତି ସ୍ୱଛଳ ରହିବା ଫଳରେ ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ ।
ଚିତ୍ରା- ବିବାଦୀୟ ବିଷୟ ଚିନ୍ତାକରି ସମ୍ପର୍କୀୟମାନେ ମଧ୍ୟ ପାଖ ମାଡ଼ିବେ ନାହିଁ। ଦୀର୍ଘ ଦିନରୁ ଅବହେଳିତ କାର୍ୟ୍ୟ ସକାଶେ ଅନୁତାପ କରିପାରନ୍ତି । ନିର୍ମାଣଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବାରେ ପଡୋଶୀ ସାହାଯ୍ୟ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ
ତୁଳା-
ଚିତ୍ରା- ପ୍ରେମିକ ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ଖେଳାଳିଙ୍କ ପାଇଁ ଦିନଟି ବହୁତ ଭଲ ରହିବ ।
ସ୍ୱାତୀ- ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ଶିକ୍ଷାର୍ଥୀମାନେ କିଛି ପରିମାଣରେ ଶୁଭଫଳ ପାଇବେ। ଚାକିରୀଆଙ୍କୁ ନୂଆ ପକଳ୍ପ ଦାୟିତ୍ୱ ମିଳିବ । ବ୍ୟପାରୀ ବର୍ଗଙ୍କୁ ଅଚାନକ ଧନ ଲାଭ ହେବ ।
ବିଶାଖା- ଜମି କିଣିବା ବେଳେ ଗୁରୁଜନଙ୍କ ପରାମର୍ଶ ଭଲ ରହିବ । ମଧୁର ବ୍ୟବହାର ପାଇଁ ଅନ୍ୟ ମାନଙ୍କୁ ଆକର୍ଷଣ କରି ପାରିବେ । ଅଳ୍ପ ପରିଶ୍ରମ କରି ଅଧିକ ଧନ ପାଇବାର ଆଶା ଦେଖାଦେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବିଛା-
ବିଶାଖା- ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜ ମାନ କରିବ । ସନ୍ତାନ ମାନଙ୍କ ପାଇଁ ଘରକୁ ଖୁସି ଖବର ଆସିବ ।
ଅନୁରାଧା- ନୂତନ କର୍ମ ନିଯୁକ୍ତିର ସୂଚନା ପାଇବେ । ଋଣ ଭାରରୁ ମୁକ୍ତି ପାଇବେ । ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ ଓ ପରୀକ୍ଷାରେ ସଫଳ ହେବେ ।
ଜ୍ୟେଷ୍ଠା- ଜାଗା , ଜମି , ଯାନବାହାନ ସମ୍ବନ୍ଧୀୟ ସମସ୍ୟାର ସମାଧାନ ହୋଇଯିବ । ପଡୋଶୀ ମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରି ପାରନ୍ତି । ଘରକୁ ବନ୍ଧୁ ଆସିବା ଦ୍ୱାରା ଖର୍ଚ୍ଚାନ୍ତ ହୋଇପାରନ୍ତି ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ
ଧନୁ-
ମୂଳା- ଭାତୃ ସଂପର୍କରେ ଉନ୍ନତି ଘଟିବ । ବ୍ୟବସାୟୀ ମାନେ ସାମାନ୍ୟ କ୍ଷତି ସହିବେ । ଆର୍ଥିକ କ୍ଷେତ୍ରରେ ଲଭବାନ୍ ସହିତ ସଂଚୟ କରିପାରନ୍ତି । ଅଚାନକ କୈାଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ ।
ପୂ, ଷାଢା- ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । କ୍ରିଡା କ୍ଷେତ୍ରରେ ଉଲେଖନୀୟ ସଫଳତା ମିଳିପାରେ । କର୍ମ କ୍ଷେତ୍ରରେ ନିରବତା ଅବଲମ୍ବନ କରିବେ
ଉ, ଷାଢା- ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ଅନ୍ୟ ମନସ୍କତା ଓ ଆଘାତପ୍ରାପ୍ତିର ଆଶଙ୍କା ରହିଛି । ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ ପାଇବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର –ଲଡୁ ଧର୍ମସ୍ଥାନ ରେ ଭୋଗ ଲଗାନ୍ତୁ
ମକର-
ଉ,ଷାଢା-ଅନେକ ଗୁଡିଏ କାର୍ଯ୍ୟବ୍ୟସ୍ତତା ଭିତରେ ବ୍ୟତିବ୍ୟସ୍ତ ରହିବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସହାର୍ଯ୍ୟ କରିବ ।
ଶ୍ରବଣା- ବନ୍ଧୁ ବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାର୍ଯ୍ୟ ସହେଯାଗ କରିବେ । ବ୍ୟବସାୟୀ ମାନେ କଠିନ ପରିଶ୍ରମ କରିବେ । ନୂଆ ଲକ୍ଷ ନିର୍ଦ୍ଧାରିତ କରି ତାହାର ସଫଳତା ପାଇଁ ପ୍ରଯତ୍ନଶୀଳ ରହିବେ ।
ଧନିଷ୍ଠା- କୋର୍ଟ କଚେରୀ ଧନ୍ଦା ମଧ୍ୟରେ ଆଶ୍ୱସ୍ତି ବଢିବ । ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନାକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ଇଚ୍ଛା ନଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ
କୁମ୍ଭ
ଧନିଷ୍ଠା- ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ । ନେତ୍ରପିଡା ଅନୁଭବ କରି ପାରନ୍ତି ।
ଶତଭିଷା- ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ । ରାଜନିତି ବିରୋଧୀ ସମ୍ମୁଖିନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ ।
ପୂ, ଭାଦ୍ରପଦ- କୌଣସି ଗୁରୁତ୍ୱ ପୂର୍ଣ୍ଣ କାର୍ୟ୍ୟକୁ ନେଇ ବ୍ୟସ୍ତ ରହିପାରନ୍ତି । ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି । ସଞ୍ଚୟ ଅଧିକ କରି ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହୋଇପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କ ମନ୍ତ୍ରକୁ ୨୧ ଥର ଜପ କରନ୍ତୁ
ମୀନ-
ପୂ,ଭାଦ୍ରପଦ- ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । କର୍ମ କ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବା ସହ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ । କର୍ମ କ୍ଷେତ୍ରରେ ମାନ୍ୟତା ଅର୍ଜନ କରିବେ ।
ଉ,ଭାଦ୍ରପଦ- ରାଜନୀତି କ୍ଷେତ୍ରରେ ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ । ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ ।
ରେବତୀ- ମାଲିମକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରିବାକୁ ବାଧ୍ୟ ହେବେ । ସ୍ୱାର୍ଥକୁ କେନ୍ଦ୍ର କରି ସୁବର୍ଣ୍ଣ ସୁଯୋଗକୁ ହାତଛଡା କରିପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ପାଣିରେ ଗୋଟାଲୁଣ ମିଶାଇ ଘରକୁ ପୋଛି ଦିଅନ୍ତୁ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।