Daily Horoscope 10th Sept 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ
ମେଷ-
ଅଶ୍ୱନୀ- ଭାଗୀଦାରୀ ବ୍ୟବସାୟୀଙ୍କ ସହ ସମନ୍ୱୟ ଭଲ ରହିବ । ମାର୍କେଟିଂ ବିକ୍ରୟ ଯୋଗାଯୋଗରେ ସଫଳତା ପାଇବେ । ସମସ୍ତ ପରିବାର ସଦର୍ସ ଏକାଠି ମିଶି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି । ନିଜ ବାଲ୍ୟ ବନ୍ଧୁଙ୍କୁ ବିବାହ ପ୍ରସ୍ତାବ ଦେଇପାରନ୍ତି ।
ଦ୍ୱିଜା- ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ । ବିଦେଶରେ ରହି ପଢିବାର ସ୍ୱପ୍ନ ପୂରଣ ହୋଇପାରେ । ଅନ୍ୟର ସାହାଯ୍ୟ ସମର୍ଥନରେ ଲକ୍ଷହାସଲ କରିପାରିବେ ।
କୃତିକା- ଧାର୍ମିକ ଭାବନାରେ ଶାନ୍ତି ପାଇବେ ଓ ଆତ୍ମ ବିଶ୍ୱାସ ବଢିପାରେ । ରାଜନୈତିକ ସ୍ତରରେ ପ୍ରଂଶସିତ ହେବେ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସର୍ବକାର୍ଯ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ବୃଷ-
କୃତିକା- ବ୍ୟବସାୟ ସମ୍ବନ୍ଧରେ ବଡ ଚୁକ୍ତି ହୋଇପାରେ । ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ହେବ । ମିତ୍ର ବନ୍ଧୁମାନଙ୍କ ପରିସର ବୃଦ୍ଧି ପାଇବ । ବୃଦ୍ଧି ବିଦ୍ୟାର ଉତମ ଉପଯୋଗ କରି କାର୍ଯ୍ୟରେ ସଫଳତା ପାଇବେ ।
ରୋହିଣୀ- ଶିକ୍ଷାର୍ଥୀମାନେ ଅଧ୍ୟୟନ ଦିଗରେ ମନ ବଳାଇବେ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ଆର୍ଥିକ କ୍ଷୟକ୍ଷତି ଦେଖା ଦେଇପାରେ ।
ମୃଗଶିରା- ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ । ଉତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ । ଯାନ ବାହନରେ ଚଳାଚଳରେ ସତର୍କ ରୁହନ୍ତୁ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ମୃଗଶିରା- ଆପଣଙ୍କର ଭାଗ୍ୟ ଆପଣଙ୍କ ସହିତ ରହିବ ଏବଂ କମ୍ ପରିଶ୍ରମ ସତ୍ତ୍ୱେ ଅନୁକୂଳ ଫଳାଫଳ ପାଇବେ । ପରିବାର ସଦସ୍ୟଙ୍କ ମଧ୍ୟରେ ଥିବା ସମନ୍ୱୟ ବିଘ୍ନ ଆଣିପାରେ କିନ୍ତୁ ପରିସ୍ଥିତି ଧୀରେ ଧୀରେ ଭଲ ରହିବ ।
ଆଦ୍ରା- ସ୍ଥାବର ଅସ୍ଥାବର ସମ୍ପତିର ମାଲିକାନା ପାଇପାରନ୍ତି । ଶିକ୍ଷା ସହ ଜଡିତ କିଛି ଅସୁବିଧା ସାମ୍ନା କରିବାକୁ ପଡିପାରେ । ବିନା ସ୍ୱାର୍ଥରେ ଅନ୍ୟର ସହୟତା କରି ଖୁସି ଅନୁଭବ କରିବେ । ସଙ୍ଗୀତରେ ରୁଚି ରଖିଥିବା ଲୋକଙ୍କୁ ଭଲ ଗୁରୁ ମିଳିବେ ।
ପୁନର୍ବସୁ- ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ଜମି ଦଲାଲ୍ଙ୍କୁ ଯଥେଷ୍ଟ ଲାଭ ମିଳିବ । ସଫଳତା ପାଇଁ ପ୍ରୟାସ ଜାରି ରଖନ୍ତୁ । ପିତା ମାତା ନିଜ ସନ୍ତାନଙ୍କ ବିବାହ ପାଇଁ ଯୋଜନା କରି ପାରନ୍ତି ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ
କର୍କଟ-
ପୁନର୍ବସୁ- ବ୍ୟବସାୟୀ ମାନେ କମ୍ ପରିଶ୍ରମରେ ଅଧିକ ଲାଭବାନ୍ ହେବେ । କଳା ଓ ସାହିତ୍ୟ କ୍ଷେତ୍ରରେ ଆଗ୍ରହ ବଢିବ । ସାମାଜିକ ଭାବମୂର୍ତି ସୁରକ୍ଷା ହେବ । ଅଫିସ୍ରେ ଆପଣଙ୍କର ପଦୋନ୍ନତି ବିଷୟରେ ଆଲୋଚନା କରିପାରନ୍ତି ।
ପୁଷ୍ୟା- କାର୍ୟ୍ୟ ବିଷୟରେ ପରାମର୍ଶ ଦେବା ଫଳରେ ପ୍ରଂଶସିତ ହେବେ । ନ୍ୟାୟମାର୍ଗ ଓ ମିଠା ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ୍ ହେବେ । ଶତୃମାନେ ମିତ୍ରପରି ବ୍ୟବହାର କରିବେ । ଭାଷଣ ବାଜିରେ କ୍ରୋଧକୁ ଆୟତକରିବା ଉଚିତ୍
ଅଶ୍ଳେଷା- ପରିଚିତ ଲୋକଙ୍କଠାରୁ ଅଧିକ ଲାଭ ମିଳିବ । କୈାଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ସିଂହ-
ମଘା- ପାରିବାରିକ ଜୀବନରେ ଦ୍ୱନ୍ଦ୍ୱ ସୃଷ୍ଟି ହୋଇପାରେ । ଦାମ୍ପତ୍ୟ ଜୀବନରେ ପତୀପତ୍ନୀ ମଧ୍ୟରେ ଥିବା ତିକ୍ତତା ଭାବ ଦୂରିଭୂତ ହୋଇଯିବ ଓ ପ୍ରିତି ବୃଦ୍ଧି ପାଇବ ।
ପୂ,ଫାଲଗୁନି- ଆପଣ ଦୀର୍ଘ ସମୟରୁ ବିନିଯୋଗ କରିଥିବା ଅର୍ଥର ଲାଭାଂଶ ପାଇବେ । ବିଦ୍ୟାର୍ଥୀ ମାନେ ଉତମ ଫଳ ପାଇବେ । ଔଷଧ ବ୍ୟବସାୟୀଙ୍କୁ ଭଲ ଲାଭ ହେବ । ରାଜନୀତିରେ ଆଗକୁ ଯିବେ ।
ଉ,ଫାଲଗୁନି- ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ । ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ । ମନୋରଞନ କାର୍ଯ୍ୟରେ ଅଶାନ୍ତି ଉପୁଜିବ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କନ୍ୟା-
ଉ- ଫାଲ୍ଗୁନୀ- ଶରୀର ସୁସ୍ଥ ରହିବା ସହ ଯାତ୍ରାରେ ବିଶେଷ ଲାଭବାନ୍ ହେବେ ।ବନ୍ଧୁଙ୍କ ସାହାର୍ୟ୍ୟ ଦ୍ୱାରା କଠିନ କାର୍ୟ୍ୟ କରିବେ । ବ୍ୟବସାୟରେ ବିରାଟ ଯୋଜନାର ସଂକଳ୍ପ ନେବେ ।
ହସ୍ତା- ଚାକିରିରେ ପ୍ରାଧାନ୍ୟ ବଜାୟ ରହିବ । ଶିକ୍ଷାର୍ଥୀ ମାନେ ଭାବନା ଉପରେ ନିୟନ୍ତ୍ରଣ ରଖିଲେ ଶିକ୍ଷା ଲାଭ କରି ପାରିବେ । ରାଜନୀତିରେ ଲୋକ ପ୍ରିୟତା ଦେଖା ଦେବ ।
ଚିତ୍ରା- ମହିଳା ମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ । ପରିବାରରେ ଅଯଥା ଝଗଡା ବଢିଯିବା ଫଳରେ ନିଜେ ଲଜ୍ଜିତ ହେବ । କ୍ୟାରୀୟରରେ ସକାରାତ୍ମକ ପ୍ରଭାବ ପଡିବ । କର୍ମଚାରୀ ଓ ଶ୍ରମିକମାନେ ବେଶୀ ଉପକୃତ ହେବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ
ତୁଳା-
ଚିତ୍ରା- ଯାନବାହନରୁ ପତନର ଯୋଗ ରହିଅଛି । ଚାକିରୀ କ୍ଷେତ୍ରରେ ଭଲ ବେତନ ପାଇବେ । ଜୀବନସାଥୀଙ୍କ ମଧ୍ୟରେ ସାମାନ୍ୟ ତିକ୍ତତା ଦେଖା ଦେଇପାରେ । ପରିବାରରେ ଆପଣଙ୍କ ଗୁରୁତ୍ୱ ବୃଦ୍ଧି ପାଇବ ।
ସ୍ୱାତୀ- ସମ୍ପତି ବାଡିକୁ ନେଇ ସାମାନ୍ୟ ଚିନ୍ତା ଦେଖାଦେଇପାରେ । କ୍ୟାରିୟରକୁ ନେଇ ଗର୍ବିତ ଅନୁଭବ କରିବେ । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି
ବିଶାଖା- ନୂତନ ପୋଷାକ ଅଳଙ୍କାର ନିଜପାଇଁ କିଣି ପାରନ୍ତି । ଧର୍ୟ୍ୟର ସହିତ ସବୁ କାର୍ଯ୍ୟକୁ ସମାଧାନ କରିପାରିବେ । ନାନା ଭାବନା ଓ ଦ୍ୱିଧାଭାବ ଭିତରେ ଗତି କରି ପାରନ୍ତି । ପ୍ରତିଷ୍ଠିତ ଲୋକଙ୍କ ସହିତ ସୁସଂପର୍କ ସ୍ଥାପନ ହେବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ
ବିଛା-
ବିଶାଖା- ମାନସିକ କ୍ଳାନ୍ତି ଅନୁଭବ କରିବେ । ନୂଆ ବିଚାର ଆପଣଙ୍କ ଆର୍ଥିକ ପକ୍ଷ ଲାଗି ଲାଭଦାୟକ ହେବ । ବାଣିଜ୍ୟରେ ଆତ୍ମବୃଦ୍ଧି ଓ ସଞୟ ହେବ । ବିନା ସ୍ୱାର୍ଥରେ ଅନ୍ୟର ସହୟତା କରି ଖୁସି ଅନୁଭବ କରିବେ ।
ଅନୁରାଧା- ଛାତ୍ର ଛାତ୍ରୀ ମାନେ ଗଠନ ମୂଳକ କାର୍ଯ୍ୟରୁ ପ୍ରଶଂସିତ ହୋଇ ପାରନ୍ତି । ରାଜନୀତିରେ ବିଶ୍ୱାସୀ ଲୋକମାନେ ଧୋକା ଦେବେ । ବ୍ୟବସାୟରେ କ୍ଷତି ଯୋଗୁ ମନ ଅଶାନ୍ତିରେ ରହିବ ।
ଜ୍ୟୋଷ୍ଠା- ଅନେକ ଗୁଡିଏ କାମ ଅଟକି ରହିଥିବାରୁ ଅନ୍ୟମନସ୍କ ରହିବେ । ଆକସ୍ମିକ ଧନ ଲାଭ ହୋଇପାରେ । କିଛି ଯାନ୍ତ୍ରିକ ଜିନିଷ ଉପକରଣ କ୍ରୟ କରିପାରନ୍ତି । ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳା ମନ୍ତ୍ର ପାଠ କରନ୍ତୁ
ଧନୁ-
ମୂଳା- ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଦକ୍ଷେପ ଗ୍ରହଣ କରିବେ । ନିଜ ପରିବାରକୁ ଅଧିକ ସମୟ ଦେବା ସହିତ ହସ ଖୁସିରେ ସମୟ କାଟିବେ । ପ୍ରେମ ସମ୍ପର୍କକୁ ଦୃଢ କରିବେ ।
ପୂ,ଷାଢା- ସମ୍ପତି କ୍ରୟ କରିବାର ସୁଯୋଗ ପାଇବେ । ବିଦ୍ୟାର୍ଥୀ କୈାଣସି ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଫର୍ମ ଭରିବେ । ବାଦବିବାଦ କ୍ଷେତ୍ରରେ ବିଜୟୀ ହେବେ
ଉ,ଷାଢା- ମହିଳାମାନେ ସୁଖଭାଗିନୀ ହେବେ । କର୍ତୁପକ୍ଷ ଆପଣଙ୍କୁ କୈାଣସି ବଡ ଦାୟିତ୍ୱ ଦେବେ । କୈାଣସି ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ । ଦୀର୍ଘଦିନର ଆଶା ପୂରଣ ହୋଇପାରେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ
ମକର
ଉ, ଷାଢା- ବିଭିନ୍ନ ଅନୁଷ୍ଠାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରୁ ଲାଭବାନ୍ ହେବେ
ଶ୍ରବଣା- ପତୀ ପତ୍ନୀଙ୍କ ମଧ୍ୟରେ ଭଲ ବୁଝାବଣା ହେବା ସହିତ ଦାମ୍ପତ୍ୟ ଜୀବନରେ ସୁଖ ଆସିବ । ଛାତ୍ର ଛତ୍ରୀ ମାନେ ଅଧିକ ସମୟ ଖେଳରେ କଟାଇବେ । ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । ସମ୍ମାନ ବୃଦ୍ଧି ଘଟିବ ଓ ପ୍ରତିଭାର ବିକାଶ ଘଟିବ
ଧନିଷ୍ଠା- ବହୁ ଦିନରୁ ସମାଧାନ ହୋଇ ନପାରୁଥିବା ସମସ୍ୟା ସମାଧାନ ହୋଇ ଯିବ । ନିଜର ବାସସ୍ଥାନ କରିବା ପାଇଁ ନୂତନ ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି । ଘରେ କିଛି ମାଙ୍ଗଳିକ କାର୍ୟ୍ୟ କରିବା ପାଇ ବନ୍ଧୁଙ୍କ ପରାମର୍ଶ କରିପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସୂର୍ଯ୍ୟଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ
କୁମ୍ଭ-
ଧନିଷ୍ଠା- ହଜମ ଜନୀତ ସମସ୍ୟା ସାମାନ୍ୟ ଦେଖା ଦେଇପାରେ । ପରିବହନ ଓ ଖାଦ୍ୟ ପଦାର୍ଥକୁ ନେଇ ବ୍ୟବସାୟରେ ନିଜ ଆଶାନୁରୂପକ ବ୍ୟବସାୟ କରିବେ । ମାନସିକ ଚାପ ସତ୍ୱେ ପରିବାରର ସବୁ କାର୍ଯ୍ୟ ସୁଚାରୁରୂପେ ତୁଲାଇବେ ।
ଶତଭିଷା- ବିବାହ ଆଶାୟୀ ଯୁବକ ଯୁବତୀ ମାନେ ବିବାହ ବନ୍ଧନରେ ଆବଦ୍ଧ ହୋଇପାରନ୍ତି । ଆୟର ଉତ୍ସ ବୃଦ୍ଧି ପାଇବା ସହ ସମ୍ପତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । କଠିନ ପରିଶ୍ରମ କରୁଥିବା ଛାତ୍ରମାନଙ୍କ ଆଶା ଶେଷରେ ପୂରଣ ହେବ
ପୂ,ଭାଦ୍ରପଦ- ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ମହିଳା ମାନଙ୍କର ମିଷ୍ଠାନ ଲାଭରୁ ମନ ଖୁସିରହିବ । ଆଧାତ୍ମିକ ଜୀବନ ବିତାଇ ପାରନ୍ତି
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ମୀନ
ପୂ, ଭାଦ୍ରପଦ- ପୁରୁଣା ସାଙ୍ଗ ମାନଙ୍କ ସହିତ ଦୂର ଭ୍ରମଣରେ ଯାଇ ପାରନ୍ତି । କୈାଣସି କାର୍ୟ୍ୟରେ ବ୍ୟସ୍ତ ବହୁଳ ରହିବେ । ଯେଉଁ କ୍ଷେତ୍ରରେ କର୍ମ କରୁଛନ୍ତି ଅଚାନକ ଭାବରେ ବାହାରକୁ ଯିବାର ସମ୍ଭାବନା ଅଛି ।
ଉ, ଭାଦ୍ରପଦ- ରାଜନୈତିକ ସମ୍ମାନ ମିଳିବ । ବିଦ୍ୟାର୍ଥୀ ମାନେ ପଢାରେ ଭଲ ପ୍ରଦର୍ଶନ କରିବେ । ବ୍ୟବସାୟକୁ ନୂଆ ପ୍ରଣାଳୀରେ ଆରମ୍ଭ କରିବାକୁ ଚେଷ୍ଟା କରିବେ । ଉଦାସିନତା ଓ ନକରାତ୍ମକ ପ୍ରବୃତିକୁ ଛାଡିବା ପାଇଁ ପ୍ରୟାସ କରିବେ ।
ରେବତୀ- ଗୃହିଣୀଙ୍କ ପାଇଁ ମିଶ୍ରିତ ଫଳ ରହିବ । ଗୁରୁଜନଙ୍କ ସହ ଆଲୋଚନା କରି ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ । ମନର ନକରାତ୍ମକତା ଦୂର ହୋଇ ଉଚ୍ଚଶିକ୍ଷାରେ ସଫଳତା ପାଇବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ପରିଧାନ କରନ୍ତୁ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।