Daily Horoscope 11th Aug 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

Aug 11, 2026 - 08:13
Daily Horoscope 11th Aug 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

ମେଷ-
ଅଶ୍ୱନୀ- ନିକଟ ସମ୍ପର୍କୀୟଙ୍କ ଠାରୁ ସାହାଯ୍ୟ ପାଇ ଖୁସି ହେବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପାଇବେ ।  ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ ।
ଦ୍ୱିଜା- ପ୍ରସାସନିକ କ୍ଷେତ୍ରରେ ସାହାଯ୍ୟ ପାଇବେ । ଆର୍ଥିକ ସହୟତା ପାଇ ଅଫିସରେ କାମ କରିନେବେ । ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ । 
କୃତିକା- ସମାଜ ସେବା କରିବାରେ ମନଭାବ ପୋଷଣ କରିବେ ।  ଗୃହ ନିର୍ମାଣ ବା ଯାନବାହନ ଭୂମି କ୍ରୟ କରି ପାରିବେ । ମହିଳା ମାନେ ସୁସ୍ୱାଦ ଭୋଜନ କରିବେ । 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - କୈାଣସି ଛୋଟା ଲୋକଙ୍କୁ କିଛି ସାହାର‌୍ୟ୍ୟ କରନ୍ତୁ

ବୃଷ-
କୃତିକା- ଅନିୟମିତ ଆହାର ଯୋଗୁ ସ୍ବାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ । ଅଫିସ୍ କାମରେ କୌଣସି ବ୍ୟକ୍ତି ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି । ଚେଷ୍ଟା ସଫଳ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ ।
ରୋହିଣୀ- ପାରିବାରିକ କ୍ଷେତ୍ରର ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିବେ।  ଉଚ୍ଚବର୍ଗଙ୍କଠାରୁ ପରୋକ୍ଷରେ ସମାଲୋଚିତ ହେବେ । କର୍ମକ୍ଷେତ୍ରରେ ଭୁଲ୍ ଖବର ପାଇ ବିବ୍ରତ ହୋଇପାରନ୍ତି ।
ମୃଗଶିରା- ପାଖ,ପଡ଼ୋଶୀଙ୍କ ସହ ସୁସମ୍ପର୍କ ସ୍ଥାପନ କରିବା ପାଇଁ ମନ ବଳାଇବେ । ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । କଚେରି ମାମଲା ମନ୍ଥର ହୋଇପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ମିଥୁନ-
ମୃଗଶିରା- ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ବ୍ୟକ୍ତି ଗତ ଜୀବନରେ ଅନ୍ୟ ବ୍ୟକ୍ତି ହସ୍ତକ୍ଷେପ ଦ୍ୱାରା ଆପଣ ବିରକ୍ତ ହୋଇପାରନ୍ତି ।
ଆଦ୍ରା- ଅଫିସ୍ କାମ କରିବା ବେଳେ ମନକୁ ବିଭିନ୍ନ ପ୍ରକାର ଯୋଜନା ଆସିବ । ସାମାଜିକ ସ୍ଥିତି ବଜାୟ ରହିବ । ରାଜନୀତିଜ୍ଞ ମାନେ ଉଭୟ ସଂଗଠନ ଓ ଶାସନ କ୍ଷେତ୍ରରେ ସ୍ଥିତି ସାମାନ୍ୟ ଉନ୍ନତ ହେବ । ପରୀକ୍ଷାରେ ପ୍ରତିଯୋଗିତାରେ କୃତକାର୍ଯ୍ୟ ହେବେ ।
ପୁନର୍ବସୁ- ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । ମାଲିକମକଦ୍ଦମାରେ ଓକିଲଙ୍କ ସାହାର‌୍ୟ୍ୟ ପାଇବେ । ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବଗଳାମୁଖିଙ୍କର ପୂଜା ପାଠ କରନ୍ତୁ

କର୍କଟ-
ପୁନର୍ବସୁ- ମାନସିକ ଅଶାନ୍ତି କ୍ରମଶଃ ବୃଦ୍ଧି ପାଇବା କାରଣରୁ ମନରେ ଖୁସି ରହିବ ନାହିଁ। କର୍ମକ୍ଷେତ୍ରରେ ଆପଣଙ୍କ ଭୁଲ୍ ନିଷ୍ପତ୍ତି ଏକତରଫା ହୋଇଯାଇପାରେ । ବ୍ୟବସାୟ ଲାଗି ଯାତ୍ରାରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। 
ପୁଷ୍ୟା- ଶିଳ୍ପ, ପରିବହନ, ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ କିନ୍ତୁ ନିରାଶ ହେବେନି । ସାମାଜିକ ସ୍ତରରେ ସମ୍ମାନ ଲାଭ କରିପାରନ୍ତି । ପରୋକ୍ଷ ଶତ୍ରୁତା ପ୍ରତି ସତର୍କ ରହିବା ସହିତ କାମ ହାସଲ କରିବାରେ କିଛି ଅସୁବିଧା ହେବ ନାହିଁ।
ଅଶ୍ଲେଷା- ପରିସ୍ଥିତିବଶତଃ ଅନ୍ୟମାନଙ୍କୁ ବିଶ୍ୱାସକରି ପ୍ରତାରିତ ହୋଇପାରନ୍ତି । ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହୋଇପାରନ୍ତି । ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – କଳା ରଙ୍ଗର କୁକୁରକୁ ଖାଇବାକୁ ଦିଅନ୍ତୁ 

ସିଂହ-
ମଘା- କୈାଣସି ରୋଗରେ ସାମାନ୍ୟ କଷ୍ଟ ପାଇ ପାରନ୍ତି । ଯୋଗାଯୋଗ ଅଭାବ ହେତୁ ସମ୍ପର୍କୀୟଙ୍କ ମଧ୍ୟରେ ଦୂରତା ରହିପାରେ । ବ୍ୟବସାୟ ସମ୍ବନ୍ଧରେ ବଡ ଚୁକ୍ତି ହୋଇପାରେ । ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ହେବ ।
ପୂ,ଫାଲଗୁନି- ସମ୍ପର୍କୀୟ ମାନଙ୍କର ସାହାଯ୍ୟ ପାଇବା କାରଣରୁ ଆର୍ଥିକ ଉନ୍ନତି ପାଇପାରିବେ ।  ରାଜନୈତିକ କ୍ଷେତ୍ରରେ ସାମାଜିକ ସ୍ଥିତି ବଜାୟ ରହିବ । ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ । 
ଉ,ଫାଲଗୁନି- ନିଜର ଚତୁରତା, ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ । କ୍ରୀଡା,ମନୋରଞ୍ଜନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ ।
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

କନ୍ୟା-
ଉ,ଫଳଗୁନି- ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବ, ଯାହାକି ଦୁଶ୍ଚିନ୍ତାର କାରଣ ହୋଇପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସଫଳତା ହାସଲ କରିବେ । ଅଫିସରେ କାମ ହାସଲ କରିବା କଷ୍ଟକର ହୋଇପଡ଼ିବ ।
ହସ୍ତା- ଧର୍ମକାର୍ଯ୍ୟରେ ବ୍ୟସ୍ତ ରହିବେ । ଆବଶ୍ୟକତା ପୂରଣ କରିବା ପାଇଁ ଧାର ଉଧାର କରିବାକୁ ପଡ଼ିପାରେ। ବିଶିଷ୍ଟ ବ୍ୟକ୍ତିମାନଙ୍କର ସଂସ୍ପର୍ଶରେ କାର୍ଯ୍ୟ ହାସଲ କରିବେ।
ଚିତ୍ରା- ସମସ୍ୟା ରହିଥିଲେ ମଧ୍ୟ କାମ ହାସଲ ପାଇଁ ପ୍ରତିବନ୍ଧକ ସାଜିବ ନାହିଁ। ମାଲିମକଦ୍ଦମାରେ ବିଜୟ ଓ ଶତ୍ରୁଙ୍କୁ ପରାସ୍ତ କରିବାରେ ସହାୟକ ହେବେ। ଅର୍ଥନୈତିକ ପ୍ରଗତି ମାନସିକ ସ୍ଥିତିକୁ ଦୃଢ଼ୀଭୂତ କରିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -ସକାଳୁ କିଛି ଖାଦ୍ୟ ପକ୍ଷୀଙ୍କୁ ଖାଇବାକୁ ଦିଅନ୍ତୁ

ତୁଳା-
ଚିତ୍ରା- ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ପ୍ରେମିକା, ପ୍ରେମିକ ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବେମାର, ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ ।  
ସ୍ୱାତୀ- ବ୍ୟବସାୟୀ ମାନେ ବିନା ପରିଶ୍ରମରେ ଅଧିକ ଲାଭବାନ୍ ହେବେ । କଳା ଓ ସାହିତ୍ୟ କ୍ଷେତ୍ରରେ ଆଗ୍ରହ ବଢିବ । ସାମାଜିକ ଭାବମୂର୍ତି ସୁରକ୍ଷା ହେବ । ଚାକିରି କ୍ଷେତ୍ରରେ ପଦୋନ୍ନତି ହୋଇପାରେ ।
ବିଶାଖା- ଉପରିସ୍ଥ କର୍ମଚାରୀମାନଙ୍କ ସହିତ କିଛି ବାଦ ବିବାଦ ଉପୁଜି ପାରେ । କୋର୍ଟକଚେରୀ ମାମଲାଠୁ ଦୂରରେ ରୁହନ୍ତୁ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଦେବଙ୍କର ଦର୍ଶନ ସହିତ ପୂଜା ପାଠ କରନ୍ତୁ

ବିଛା-
ବିଶାଖା- କର୍ମ କ୍ଷେତ୍ରରେ ବିଶେଷ ଅସୁବିଧା ରହିବ ନାହିଁ । ପାରିବାରିକ ବିଶୃଙ୍ଖଳା ଦେଖାଦେବ । ବାଧ୍ୟତାବଶତଃ ଆନୁଷ୍ଟାନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ ।
ଅନୁରାଧା- ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ କ୍ଷେତ୍ର ମଧ୍ୟମ ପ୍ରକାରର ରହିବ । କର୍ମକ୍ଷେତ୍ରରେ ବନ୍ଧୁତା ଓ ବ୍ୟବସାୟରେ ଉନ୍ନତି କରିବେ । ସାଂସ୍କୃତିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ଦକ୍ଷତାରୁ ପ୍ରଶଂସିତ ହେବେ।
ଜ୍ୟେଷ୍ଠା- କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତାରୁ ରକ୍ଷା ପାଇ ପାରିବେନି ।ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । କର୍ମଚାରୀ ମାନଙ୍କୁ ଭରସା କଲେ କୈାଣସି ଅସୁବିଧା ହେବ ନାହିଁ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ଶ୍ରୀ ହନୁମାନ ଚଳିସା ପାଠ କରନ୍ତୁ

ଧନୁ-
ମୂଳା- ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ନିତିଦିନିଆ କାମ ସହଜରେ ପୂରା ହୋଇଯିବ । ଜୀବନ ସାଥିଙ୍କ ସହଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ । ବ୍ୟବସାୟରେ ଧନଲାଭର ନୂଆ ଉତ୍ସ ତଲାସ କରିବେ ।
ପୂ,ଷାଢା- ରାଜନୀତିରେ ମହତ୍ୱାକାଂକ୍ଷା ପୂରା ହେବ । ଚାକିରି ବୃତିରେ ଅଧୁରା ସ୍ୱପ୍ନ ପୂରା ହୋଇପାରେ । ପିଲାମାନେ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ । କୈାଣସି କାର‌୍ୟ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ ।
ଉ,ଷାଢା- ଗମ୍ଭିରତାର ସହ ଉଦ୍ୟମ କରନ୍ତୁ ସଫଳତା ପାଇବେ । ଭୂ-ସମ୍ପତି କିଣିବାର ଯୋଗ ରହିଛି । କଠିନ ପରିଶ୍ରମ କରିବା ଫଳରେ ବହୁତ ଭଲ ଫଳାଫଳ ପାଇବେ । ନୂତନ ଦ୍ରବ୍ୟ ଲାଭର  ସୁଯୋଗ ରହିଛି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩    
ପ୍ରତିକାର –  ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ

ମକର-
ଉ,ଷାଢା- ସୁସ୍ଥ ମାନସିକତା ରକ୍ଷା କରିବେ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ ।
ଶ୍ରବଣା- ରାଜନିତିରେ ଲୋକଙ୍କ ପ୍ରିୟ ରହିବେ । କାର‌୍ୟ୍ୟ କ୍ଷେତ୍ରରେ ଖୁବ ଶିଘ୍ର ସଫଳତା ପାଇବେ । ଆୟରେ ଉନ୍ନତି ଘଟିବ । ଅଫିସ୍ କାମରେ ସଂପୂର୍ଣ୍ଣ ବ୍ୟସ୍ତ ରହିବେ ।
ଧନିଷ୍ଠା- ମାଲିମକଦ୍ଦମା, ତର୍କବିତର୍କ, କ୍ଷେତ୍ରରୁ ଶୁଭଫଳ ପାଇବେ । ଖଳଲୋକଙ୍କ କଥାରେ ଭୁଲ୍ ମାର୍ଗ ଅନୁସରଣ କରି ହଇରାଣ ହେବେ। କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହୋଇପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଗରିବ ଲୋକଙ୍କୁ ଖାଇବାକୁ ଦିଅନ୍ତୁ

କୁମ୍ଭ-
ଧନିଷ୍ଠା- ହଠାତ୍ ବାୟୁରୋଗ ଦେଖା ଦେଇପାରେ । ସ୍ୱାର୍ଥ ପ୍ରବୃତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରି ପାରବେ ନାହିଁ। ସ୍ଥଗିତ ଥିବା କର୍ମଟି ପୂରଣ ହେବା ସହ ଆର୍ଥୀକ ସଙ୍କଟ ଦୂରେଇ ଯାଇପାରେ ।
ଶତଭିଷା- ଖେଳାଳି ଓ ଚିତ୍ରତାରକା ମାନେ ଉତମ ପ୍ରଦର୍ଶନ କରିବେ ।  ବ୍ୟବସାୟରେ ନୂଆ କିଛି କରିବାକୁ ଆଗ୍ରହୀ ଥିଲେ ମଧ୍ୟ ବରିଷ୍ଠଙ୍କ ପରାମର୍ଶ ନିଅନ୍ତୁ । ଚାକିରିଆ ବ୍ୟକ୍ତି  ମାନେ ନିଜର ବାଣୀ ଉପରେ ଧ୍ୟାନ ଦିଅନ୍ତୁ ।
ପୂ,ଭାଦ୍ରପଦ- ରାଜନୈତିକ କ୍ଷେତ୍ରରେ ସମସ୍ୟା ସମାଧାନ କରିପାରିବେ । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜାର୍ଚ୍ଚନା କରନ୍ତୁ 

ମୀନ-
ପୂ,ଭାଦ୍ରପଦ- ବାନ୍ଧବୀଙ୍କ ଠାରୁ ଶୁଭ ଖବର ଶୁଣିବାକୁ ପାଇବେ । ଉଦର ରୋଗରେ ଆକ୍ରାନ୍ତ ହେବେ ।  ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ।
ଉ,ଭାଦ୍ରପଦ- ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ । ମୁରବୀ ଆପଣଙ୍କୁ କୈାଣସି ଭଲ ପରାମର୍ଶ ଦେଇ ପାରନ୍ତି ।
ରେବତୀ- ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି । ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩    
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।