Daily Horoscope 11th October 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ
ମେଷ-
ଅଶ୍ୱନୀ – ଅର୍ଥ ଆୟ କରିବା ସହିତ ମାନସମ୍ମାନ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ଘଟଣା ଗୁଡିକୁ ଅସ୍ୱାଭାବିକ ଭାବେ ଚିନ୍ତା କରିବେ । ଅପୂରଣୀୟ ଅଭିଳାଶ ନେଇ ଦୁଃଖ ଅନୁଭବ କରିବେ । ଶୁଣା କଥାକୁ ବିଶ୍ୱାସ କରିଲେ ଅସୁବିଧାରେ ପଡିପାରନ୍ତି ।
ଦ୍ୱିଜା – ସନ୍ତାନମାନଙ୍କ ସଫଳତାକୁ ଦେଖି ଆପଣ ଖୁସି ଅନୁଭବ କରିବେ । ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ବାଦବିବାଦ କ୍ରମେ ଜଟିଳ ହେବ କିନ୍ତୁ ଆପଣ ସଫଳତା ହାସଲ କରିବେ ।
କୃତିକା – ମହିଳାମାନେ ଅନ୍ୟକୁ ସାହାଯ୍ୟ କରିବେ । ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ଗଠନ ମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଂଶସିତ ହେବେ । ଯାନବାହନ, ସଭସମିତି, ପାରିବାରିକ ସମସ୍ୟା ନେଇ ଚିନ୍ତାରେ ରହିବେ ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ
ବୃଷ-
କୃତିକା- ଆପଣଙ୍କର ଭାଗ୍ୟ ଆପଣଙ୍କ ସହିତ ରହିବ ଏବଂ କମ୍ ପରିଶ୍ରମ ସତ୍ତ୍ୱେ ଅନୁକୂଳ ଫଳାଫଳ ପାଇବେ । ପରିବାର ସଦସ୍ୟଙ୍କ ମଧ୍ୟରେ ଥିବା ସମନ୍ୱୟ ବିଘ୍ନ ଆଣିପାରେ କିନ୍ତୁ ପରିସ୍ଥିତି ଧୀରେ ଧୀରେ ଭଲ ରହିବ ।
ରୋହିଣୀ- ସ୍ଥାବର ଅସ୍ଥାବର ସମ୍ପତ୍ତିର ମାଲିକାନା ପାଇପାରନ୍ତି । ଶିକ୍ଷା ସହ ଜଡିତ କିଛି ଅସୁବିଧା ସାମ୍ନା କରିବାକୁ ପଡିପାରେ । ବିନା ସ୍ୱାର୍ଥରେ ଅନ୍ୟର ସହୟତା କରି ଖୁସି ଅନୁଭବ କରିବେ।
ମୃଗଶିରା- ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ଜମି, ଦଲାଲ୍ଙ୍କୁ ଯଥେଷ୍ଟ ଲାଭ ମିଳିବ । ସଫଳତା ପାଇଁ ପ୍ରୟାସ ଜାରି ରଖନ୍ତୁ । ସଙ୍ଗୀତରେ ରୁଚି ରଖିଥିବା ଲୋକଙ୍କୁ ଭଲ ଗୁରୁ ମିଳିବେ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ
ମିଥୁନ-
ମୃଗଶିରା - ମାନସିକ ସ୍ଥିରତା ଦେଖାଦେବା ସହ କାମରେ ପରିଶ୍ରମ କରି ପ୍ରଂଶସିତ ହେବେ । ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ପ୍ରେମିକ ପ୍ରେମିକାମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ ।
ଆଦ୍ରା - ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ଶିକ୍ଷାର୍ଥିମାନେ କିଛି ପରିମାଣରେ ଶୁଭଫଳ ପାଇବେ । ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି । ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ ।
ପୁନର୍ବସୁ - ଗମ୍ଭିରତାର ସହ ଉଦ୍ୟମ କରନ୍ତୁ ସଫଳତା ପାଇବେ । ଭୂ-ସମ୍ପତି କିଣିବାର ଯୋଗ ରହିଛି । କଠିନ ପରିଶ୍ରମ କରିବା ଫଳରେ ବହୁତ ଭଲ ଫଳାଫଳ ପାଇବେ । ନୂତନ ଦ୍ରବ୍ୟ ଲାଭର ସୁଯୋଗ ରହିଛି ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ-
ପୁନର୍ବସୁ- ଯାନବାହନରୁ ପତନର ଯୋଗ ରହିଅଛି । ଚାକିରୀ କ୍ଷେତ୍ରରେ ଭଲ ବେତନ ପାଇବେ । ଜୀବନସାଥୀଙ୍କ ମଧ୍ୟରେ ସାମାନ୍ୟ ତିକ୍ତତା ଦେଖା ଦେଇପାରେ । ପରିବାରରେ ଆପଣଙ୍କ ଗୁରୁତ୍ୱ ବୃଦ୍ଧି ପାଇବ।
ପୁଷ୍ୟା- ସମ୍ପତ୍ତି ବାଡିକୁ ନେଇ ସାମାନ୍ୟ ଚିନ୍ତା ଦେଖାଦେଇପାରେ । କ୍ୟାରିୟରକୁ ନେଇ ଗର୍ବିତ ଅନୁଭବ କରିବେ । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି।
ଅଶ୍ଳେଷା- ନୂତନ ପୋଷାକ ଅଳଙ୍କାର ନିଜ ପାଇଁ କିଣି ପାରନ୍ତି । ଧର୍ଯ୍ୟର ସହିତ ସବୁ କାର୍ଯ୍ୟକୁ ସମାଧାନ କରିପାରିବେ । ନାନା ଭାବନା ଓ ଦ୍ୱିଧାଭାବ ଭିତରେ ଗତି କରି ପାରନ୍ତି । ପ୍ରତିଷ୍ଠିତ ଲୋକଙ୍କ ସହିତ ସୁସଂପର୍କ ସ୍ଥାପନ ହେବ
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀଙ୍କର ପୂଜାର୍ଚ୍ଚନା ସହିତ ମନ୍ତ୍ର ପାଠ କରନ୍ତୁ
ସିଂହ-
ମଘା – ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ଅଧିକ ଭାଗ୍ୟଦାରୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । କର୍ମ କ୍ଷେତ୍ରରେ ଅନ୍ୟ ମାନେ ଆପଣଙ୍କର କର୍ମ କରିବାର ଶୈଳୀକୁ ବୁଝିପାରିବେ ନାହିଁ।
ପୂ , ଫାଲଗୁନୀ - ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇଁ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ । ଶିକ୍ଷାକ୍ଷେତ୍ରରେ ମାନସିକ ସି୍ଥରତା ଦେଖାଦେବ ଓ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ପାରନ୍ତି ।
ଉ ,ଫାଲଗୁନୀ – ନିଜର ଚତୁରତା, ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ । କ୍ରିଡା,ମନୋରଞନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ ।
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କନ୍ୟା-
ଉ- ଫାଲ୍ଗୁନୀ- ଗମନାଗମନ ସମୟରେ ଭୂତାଣୁ ସଂକ୍ରମଣ ହୋଇପାରେ ସେଥିପ୍ରତି ସତର୍କ ରୁହନ୍ତୁ । ପରିବାରରେ ସମ୍ପତିକୁ ନେଇ ବିବାଦ ଉପୁଜିଲେ ବି ବୁଝାବଣା ମାଧ୍ୟମରେ ସମସ୍ୟାର ସମାଧାନ ହୋଇଯିବ।
ହସ୍ତା- ଜୀବନ ସାଥୀ ପରସ୍ପର ପ୍ରତି ଦାୟିତ୍ୱବାନ୍ ରହିବେ। ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ଆଣିବା ସହିତ କିଛି ଅର୍ଥ ସଞ୍ଚୟ କରି ପାରନ୍ତି । ଛାତ୍ରଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତିଙ୍କଠାରୁ ଭଲ ପରାମର୍ଶ ମିଳିବ।
ଚିତ୍ରା- କଳକାରଖାନା ବ୍ୟବସାୟରେ ଉନ୍ନତି ଘଟିବ । କଠିନ ଶ୍ରମ ଓ ଦୂରଦର୍ଶିତା ସଫଳତାର ପୃଷ୍ଟ ହୋଇପାରେ । କୋର୍ଟ କଚେରୀ ମାମଲା ମାନସିକ ସ୍ଥିତିକୁ ବିଗାଡି ଦେଇପାରେ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସର୍ବକାର୍ଯ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ତୁଳା -
ଚିତ୍ରା – ଫେରିବା ବାଟରେ ବନ୍ଧୁଙ୍କ ସହିତ ମତାନ୍ତର ରହିବ । ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ପିତା ମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ସମସ୍ୟା ଦେଖାଦେଇ ପାରେ । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ ।
ସ୍ୱାତୀ – ଛାତ୍ର ଛାତ୍ରୀ ମାନେ ପଢାରେ ଭଲ ସଫଳତା ଆଣିବେ । ଋଣ କିମ୍ବା ଉଧାର ନେବା ଠାରୁ ଦୂରେଇ ରହିବା ଉଚିତ୍ । ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ । କର୍ମ କ୍ଷେତ୍ରରେ କୈାଣସି ବ୍ୟକ୍ତିଙ୍କ ଠାରୁ ନିଜେ କରିଥିବା ଭୁଲ କଥା ଜାଣିପାରିବେ ।
ବିଶାଖା – ଉପରିସ୍ଥ କର୍ମଚାରୀ ମାନଙ୍କ ସହିତ କିଛି ବାଦ ବିବାଦ ଉପୁଜି ପାରେ । କୋର୍ଟକଚେରୀ ମାମଲାଠୁ ଦୂରରେ ରୁହନ୍ତୁ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ବିଛା-
ବିଶାଖା- ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି । କର୍ମ କ୍ଷେତ୍ରରେ ସହଭାଗୀ ମାନଙ୍କ ସହ ଖୁସିରେ କାମ କରିବେ । ମହିଳା ମାନେ ମଧ୍ୟ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ଓ ପ୍ରଂଶସା ପାଇବେ।
ଅନୁରାଧା- ଘରେ ମାଙ୍ଗଳିକ କାର୍ଯ୍ୟ କରିବା ପାଇଁ ବିଚାର କରିବେ । ଆପଣଙ୍କ ଜୀବନ ସାଥୀଙ୍କ ସହିତ ସମ୍ପର୍କ ମଧୁର ରହିବ । କୈାଣସି ବଡ ବିନିଯୋଗ କରିବା ସହିତ ଆର୍ଥିକ ଅଭିବୃଦ୍ଧି ଘଟିବ।ଜ୍ୟୋଷ୍ଠା- ରାଜନୀତିରେ ଆଗକୁ ଯିବେ । ମହିଳା ମାନେ ଅନ୍ୟକୁ ଦେଇଥିବା ପ୍ରତିସୃତି ରକ୍ଷା କରିପାରିବେ ନାହିଁ । ଆପଣଙ୍କୁ ନୂଆ ଦାୟିତ୍ୱ ମିଳିପାରେ । ମସ୍ତିଷ୍କରୁ ଲାଗି ରହିଥିବା ସବୁ ଚିନ୍ତା ସମାପ୍ତ ହେବ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ
ଧନୁ-
ମୂଳା – ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସ୍ଥିରତା ଅକ୍ଷୁର୍ଣ୍ଣ ରହିବ । କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ । ପିଲା ମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ ।
ପୂ , ଷାଢା – ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ ।
ଉ , ଷାଢା – ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । ଆଜ୍ଞା ପାଳନ କରିବେ । ମାଲିକମକଦ୍ଦମାରେ ଓକିଲଙ୍କ ସାହାଯ୍ୟ ପାଇବେ ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ପ୍ରତିଦିନ ସକାଳୁ ସୂର୍ଯ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ
ମକର-
ଉ, ଷାଢା- ଫୁସଫୁସ ସଂକ୍ରମଣରେ ଆକ୍ରାନ୍ତ ହୋଇପାରନ୍ତି । ନିଜର ଦକ୍ଷତା ଅନୁସାରେ କର୍ମକ୍ଷେତ୍ରରେ ବଡ ଦାୟିତ୍ୱ ନେଇପାରନ୍ତି । ଭାଙ୍ଗିଯାଇଥିବା ସପଂର୍କ ପୁନର୍ବାର ଯୋଡି ହୋଇପାରେ ।
ଶ୍ରବଣା- ପୁସ୍ତକ ବ୍ୟବସାୟ, ପ୍ରସାଧନ ସାମଗ୍ରୀ ବ୍ୟବସାୟରେ ସଫଳତା ପାଇବେ । ବିଦ୍ୟାର୍ଥୀ ମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ । ପରୋକ୍ଷ ଷଡଯନ୍ତ୍ର ମନରେ ହତାଶ ଭାବ ଦେଖା ଦେଇପାରେ।
ଧନିଷ୍ଠା- ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷରେ ଯିବ ନାହିଁ । ପାଖରେ ଥିବା ଲୋକଟିର କଥା ସନ୍ଦେହ ଜନକ ରହିପାରେ । ଆର୍ଥିକ ଦିଗରୁ ସନ୍ତୋଷଜନକ ଫଳ ପାଇବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କୁମ୍ଭ-
ଧନିଷ୍ଠା – କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ । ନୂଆ କାର୍ଯ୍ୟ ପାଇଁ ପ୍ଲାନିଙ୍ଗ କରି ପାରନ୍ତି , ଯାହା ଆପଣଙ୍କୁ ସଫଳତା ଆଣିଦେବ ।
ଶତଭିଷା – ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ । ଲୋକମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ ।
ପୂ , ଭାଦ୍ରପଦ – ରାଜନୈତିକ କ୍ଷେତ୍ରରେ ସମସ୍ୟା ସମାଧାନ କରିପାରିବେ । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ
ମୀନ-
ପୂ, ଭାଦ୍ରପଦ- ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଦକ୍ଷେପ ଗ୍ରହଣ କରିବେ । ନିଜ ପରିବାରକୁ ଅଧିକ ସମୟ ଦେବା ସହିତ ହସ ଖୁସିରେ ସମୟ କାଟିବେ । ପ୍ରେମ ସମ୍ପର୍କକୁ ଦୃଢ କରିବେ
ଉ, ଭାଦ୍ରପଦ- ସମ୍ପତି କ୍ରୟ କରିବାର ସୁଯୋଗ ପାଇବେ । ବିଦ୍ୟାର୍ଥୀ କୈାଣସି ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଫର୍ମ ଭରିବେ । ବାଦବିବାଦ କ୍ଷେତ୍ରରେ ବିଜୟୀ ହେବେ । ରାଜନୀତିରେ ସକ୍ରିୟ ଭୂମିକା ନିର୍ବାହ କରିବେ।
ରେବତୀ- ମହିଳା ମାନେ ସୁଖଭାଗିନୀ ହେବେ । କର୍ତ୍ତୃପକ୍ଷ ଆପଣଙ୍କୁ କୈାଣସି ବଡ ଦାୟିତ୍ୱ ଦେବେ । କୈାଣସି ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ । ଦୀର୍ଘଦିନର ଆଶା ପୂରଣ ହୋଇପାରେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।