Daily Horoscope 13th Aug 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

Aug 13, 2026 - 08:38
Daily Horoscope 13th Aug 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

ମେଷ-
ଅଶ୍ୱନୀ- ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ପ୍ରେମିକ ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ ।  ଦୁର୍ଘଟଣା ଗସ୍ତ ହୋଇପାରନ୍ତି । କାମରେ ଭଲ ପ୍ରଦର୍ଶନ ପାଇଁ କିଛି ନୂଆ କରିବେ ।
ଦ୍ୱିଜା-    ଅନ୍ୟମନସ୍କ ହେତୁକ କୌଣସି ଭୁଲ୍ କାମ କରି ଅନୁତପ୍ତ ହେବେ । ହାତକୁ ନେଇଥିବା ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବାରେ କଠୋର ଶ୍ରମ କରିବାକୁ ପଡ଼ିପାରେ ।
କୃତିକା- ଯାନବାହାନ, ଲାଭ ସାଙ୍ଗକୁ ମନୋରଞ୍ଜନ ଓ ମାଙ୍ଗଳିକ କାମରୁ ଖୁସିରହିବେ । ଅନ୍ୟର ସାହାର୍ଯ୍ୟ, ସମର୍ଥନ ଲକ୍ଷହାସଲରେ ସହାୟକ ହୋଇପାରିବ । ଧର୍ମ ଓ ସାଂସୃତିକ କାର୍ଯ୍ୟରେ ଅଗ୍ରଣି ହେବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯    
ପ୍ରତିକାର -  ପ୍ରଭୁ ଜଗନ୍ନାଥଙ୍କର ଦର୍ଶନ କରନ୍ତୁ

ବୃଷ
କୃତିକା  - ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ବ୍ୟକ୍ତି ଗତ ଜୀବନରେ ଅନ୍ୟ ବ୍ୟକ୍ତି ହସ୍ତକ୍ଷେପ ଦ୍ୱାରା ଆପଣ ବିରକ୍ତ ହୋଇପାରନ୍ତି । ଆଲୋଚନା ଅନୁଯାୟୀ କାମ ସବୁ ଠିକ୍‌ରେ ହୋଇଯିବ ।  
ରୋହିଣୀ – ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ । ଶିକ୍ଷାର୍ଥୀ ମାନେ ଦେଇଥିବା ପରୀକ୍ଷାରେ କୃତକାର୍ଯ୍ୟ ହେବେ । ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ । କଳା, ସାହିତ୍ୟ ପ୍ରତି ଆଗ୍ରହ ବଢିବ ।  ମୃଗଶିରା – ନିଜ  ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ହଠାତ୍ କୈାଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ନିଜ ଲୋକ କେହି ଆପଣଙ୍କୁ ହଇରାଣରେ ପକାଇ ପାରନ୍ତି ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ 

ମିଥୁନ-
ମୃଗଶିରା- କୌଣସି ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ । ଆର୍ଥିକ ଅନଟନ ହେତୁ ଆଶା ପୂରଣ ହୋଇପାରିବ ନାହିଁ । ପରିବହନ କ୍ଷେତ୍ରରେ, କ୍ରୀଡ଼ା ଓ ଚଳଚ୍ଚିତ୍ରରେ, ସଭାସମିତିରେ ସମସ୍ୟା ସମାଧାନ ହେବ ।
ଆଦ୍ରା- ଆନୁଷ୍ଠାନିକ କ୍ଷେତ୍ରରୁ ଏବଂ କ୍ରୀଡ଼ା ଚଳଚ୍ଚିତ୍ର କ୍ଷେତ୍ରରୁ ସମ୍ମାନ ଲାଭ କରିବେ। ଦୀର୍ଘଦିନରୁ ଲାଗିରହିଥିବା ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବେ। ବିବାଦୀୟ ଘଟଣା, ଜମିଜମା କଳହ ତଥା ମାଲିମକଦ୍ଦମା ସମାଧାନ ହୋଇଯିବ ।
ପୁନର୍ବସୁ- ଚୋରି ହେବା ସମ୍ଭାବନା ରହିଛି । ଜମି କିଣିବା ବେଳେ ଗୁରୁଜନଙ୍କ ପରାମର୍ଶ ଭଲ ରହିବ । ଅଳ୍ପ ପରିଶ୍ରମ କରି ଅଧିକ ଧନ ପାଇବାର ଆଶା ଦେଖାଦେବ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

କର୍କଟ
ପୁନର୍ବସୁ - ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ପ୍ରେମିକା, ପ୍ରେମିକ ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବେମାର, ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ ।  
ପୁଷ୍ୟା –  ଆର୍ଥିକ  କ୍ଷେତ୍ରରେ ଲାଭବାନ୍ ସହିତ ସଂଚୟ କରିପାରନ୍ତି । ରାଜନୀତିରେ ଅଗ୍ରଣୀ ଭୂମିକା ନେବେ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଚାକିରି  କ୍ଷେତ୍ରରେ ମନ ଅସ୍ଥିରତା ରହିବ ।
ଅଶ୍ଳେଷା -  ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ମହିଳା ମାନେ କୌଣସି  ଧର୍ମାନୁଷ୍ଠାନରେ କିଛି ଅଗ୍ରଣି ଦାୟିତ୍ୱ ନେଇ ପାରନ୍ତି । କୈାଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ । 
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ

ସିଂହ-
ମଘା- ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି ।
ପୂ,ଫାଲଗୁନି- ବିଦେଶରେ ଥିବା ସମ୍ପର୍କୀୟଙ୍କ ଠାରୁ ଆର୍ଥିକ ସହାୟତା ପାଇବେ । ଦାମ୍ପତ୍ୟ ଜୀବନରେ ସୁନ୍ଦର ମୁହୂର୍ତ୍ତଗୁଡ଼ିକ ଅନୁଭବ କରିବାକୁ ଅଧିକ ସୁଯୋଗ ଆସିବ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି ।
ଉ,ଫାଲଗୁନି- ମହିଳା ମାନେ ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ । ମାଲିମକବ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ଗମନା ଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ

କନ୍ୟା
ଉ , ଫାଲଗୁନୀ – ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ପତିପତ୍ନୀଙ୍କ ମଧ୍ୟରେ ଭଲ ସପଂର୍କ ସୃଷ୍ଟି ହେବ । ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ । ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ ।
ହସ୍ତା – ରାଜନୀତିରେ ମହତ୍ୱାକାଂକ୍ଷା ପୂରା ହେବ । ଚାକିରି ବୃତିରେ ଅଧୁରା ସ୍ୱପ୍ନ ପୂରା ହୋଇପାରେ । ପିଲାମାନେ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ । କୈାଣସି କାର୍ଯ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ । 
ଚିତ୍ରା – ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବ । କୈାଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କିଛି ନୂଆ ଯୋଜନା କରିବେ । 
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -  ସର୍ବକାର‌୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ 

ତୁଳା-
ଚିତ୍ରା- ପ୍ରେମିକ, ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । ପରିବହନ ଓ ଶିଳ୍ପରେ ମାନ୍ଦା ହେବାର ଦେଖାଦେଇ ପାରେ । ନିଷ୍ପତି ମୂଳକ କାର‌୍ୟ୍ୟରେ ଆଗପଛ ହୋଇ ପାରନ୍ତି ।
ସ୍ୱାତୀ- ବନ୍ଧୁ ମିଳନରୁ ଆନନ୍ଦିତ ହେବେ । ବ୍ୟବସାୟ, ପରିବହନ, ବାଣିଜ୍ୟ, କଳକାରଖାନା ଦିଗରୁ ଉପକୃତ ହେବେ। ସହକର୍ମୀଙ୍କ ସହ ବାକ୍ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ
ବିଶାଖା- ଆକସ୍ମିକ ଭାବେ କାହା ଉପରେ ରାଗି ଅନର୍ଥ ଓ ଶତ୍ରୁତା ସୃଷ୍ଟି କରିବାକୁ ପଡ଼ିପାରେ । ପରିସ୍ଥିତିକୁ ଯେତେଟା ଜଟିଳ ମନେ କରୁଛନ୍ତି ସେମିତି କିଛି ହେବନାହିଁ । ଅସମ୍ପୂର୍ଣ୍ଣ କାର୍ଯ୍ୟ କିଛି ଅଂଶରେ ବଢ଼ିଚାଲିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଭଗବାନଙ୍କର ମୀନ ଅବତାର ଫଟକୁ ପୂଜା କରନ୍ତୁ

ବିଛା
ବିଶାଖା – ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ଅଧିକାଂଶ ସମୟ ମନ ଭାରାକ୍ରାନ୍ତ ରହିବା କାରଣରୁ ଯାହା ନ କହିବା କଥା ତାହା କହି ସମସ୍ୟାକୁ ଡାକି ଆଣିବେ । 
ଅନୁରାଧା – ବ୍ୟବସାୟରେ ଭାଗ୍ୟର ସହଯୋଗ  ପାଇବେ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧୁତ୍ୱ ସୃଷ୍ଟି ହୋଇପାରେ
ଜ୍ୟେଷ୍ଠା  –  ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ । ମହିଳା  ଅଧିକ ସମୟ ପିଲାଙ୍କ ସହିତ ବିତାଇବେ । ଅନ୍ୟର ଭଲ କରିବାକୁ ଯାଇ ଅପମାନିତ । ଅନ୍ୟମାନଙ୍କର କଥା ଓ କାର୍ଯ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେ କରିବେ । 
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ

ଧନୁ-
ମୂଳା- ପରିବାର ମଧ୍ୟରେ ଛୋଟକଥାକୁ ଧରି ବସିଲେ ଅଶାନ୍ତି କମିବା ବଦଳରେ ବଢ଼ିଯିବ। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ ନତବା ହରାଇପାରନ୍ତି । ଦୀର୍ଘଦିନର ଶତ୍ରୁତା କେତେକ ସମସ୍ୟା ସୃଷ୍ଟି କରିବାର ଆଶଙ୍କା ରହିଛି ।
ପୂ,ଷାଢା- ସାମାଜିକ ଜୀବନକୁ ସରସ ସୁନ୍ଦର କରିବାରେ ସହାୟକ ହେବ । ଅନ୍ୟମାନଙ୍କୁ ସାହାର୍ଯ୍ୟ କରିବା ପାଇଁ ବିଭିନ୍ନ ଚେଷ୍ଟା କଲେ ମଧ୍ୟ ଅସଫଳ ହେବେ । କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ ।
ଉ,ଷାଢା- ମାଲିମକଦ୍ଧମାରେ ଜୟଯୁକ୍ତ ହେବେ । ମହିଳା ମାନେ ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ । ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଓଁ ହ୍ରୀଂ ସ୍ରୀଂ ହୁଁ ଫଟ ମନ୍ତ୍ରକୁ ପାଠ କରନ୍ତୁ

ମକର
ଉ , ଷାଢା -  ନିକଟ ସମ୍ପର୍କୀୟଙ୍କ ଠାରୁ ସାହାଯ୍ୟ ପାଇ ଖୁସି ହେବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାର‌୍ୟ୍ୟ ପାଇବେ ।  ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ ।
ଶ୍ରବଣା – ଆର୍ଥୀକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ । 
ଧନିଷ୍ଠା – ଜମିଜମା କାରବାରରେ ଉପକୃତ ହେବେ । ସରକାରୀ ଚାକିରିଆ ମାନଙ୍କ ପାଇଁ ଭଲ ସୁଯୋଗ ଆସିପାରେ । ନିର୍ମାଣ କାର୍ଯ୍ୟରେ ଆଗେଇବେ, ଆଶା ବଢି ବଢି ଚାଲିବ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ 

କୁମ୍ଭ-
ଧନିଷ୍ଠା- ସ୍ୱାସ୍ଥ୍ୟ ସମସ୍ୟା ମାନସିକ ଅସୁସ୍ଥତାର କାରଣ ହୋଇପାରେ। ଅଫିସ୍ର କୌଣସି ସଂକଟଜନକ ସ୍ଥିତିର ସମାଧାନ ହୋଇଯିବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ କ୍ଷେତ୍ରରୁ ସୁଫଳ ପାଇବେ ।
ଶତଭିଷା- ଆନୁଷ୍ଠାନିକ କାର୍ଯ୍ୟ ସକାଶେ ପ୍ରସ୍ତୁତିପୂର୍ବ ଜୋରଦାର କରିପାରନ୍ତି । ସମସ୍ୟା ଭାରକ୍ରାନ୍ତ ହୋଇ ମନଟା ଭଲ ଲାଗିବ ନାହିଁ । ରାଜନିତି କ୍ଷେତ୍ରରେ ବିଜୟ ଲାଭ କରିବେ ।  
ପୂ,ଭାଦ୍ରପଦ- ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ମହିଳା ମାନେ କୌଣସି  ଧର୍ମାନୁଷ୍ଠାନରେ କିଛି ଅଗ୍ରଣି ଦାୟିତ୍ୱ ନେଇ ପାରନ୍ତି । ଅନ୍ୟ ମନସ୍କତା ଓ ଆଘାତପ୍ରାପ୍ତିର ଆଶଙ୍କା ରହିଛି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ବିଷ୍ଣୁଙ୍କ ପାଖରେ ତୁଳସୀ ଅର୍ପଣ କରନ୍ତୁ

ମୀନ
ପୂ, ଭାଦ୍ରପଦ- ଦାମ୍ପତ୍ୟ ସୁଖରେ  ଶାନ୍ତି ଅନୁଭବ କରିବେ । ବ୍ୟବସାୟ ପଥ ସୁଗମ ହେବ , ଆୟ ଅବ୍ୟହତ ହେବ। ସରକାରୀ ସଂସ୍ଥା କାମରେ  ସହଯୋଗ କରି ପାରନ୍ତି । ଶିକ୍ଷା କ୍ଷେତ୍ରରେ କୈାଣସି ଶୁଭ ସମାଚାର ମଧ୍ୟ ମିଳିପାରେ ।
ଉ, ଭାଦ୍ରପଦ- କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି । ନେତା ବା ଉଚ୍ଚପଦସ୍ଥ  ଅଧୀକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ ।
ରେବତୀ- ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ କ୍ଷ ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ । ଯେତେ ଭଲ କାମ କରିଲେ ଅନ୍ୟ ମାନେ ଦୋଷ ଖୋଜିବୁଲିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଅଶ୍ୱତଥ୍ ଗଛକୁ ପୂଜା କରନ୍ତୁ

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।