Daily Horoscope 14th Aug 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ
ମେଷ-
ଅଶ୍ୱନୀ- ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । କାର୍ଯ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ । ଯାହାଠାରୁ ଯାହା ପାଇବା ପାଇଁ ପ୍ରତିଶ୍ରୁତି ପାଇଥିଲେ ତାହା ନ ପାଇବାରୁ ପ୍ରତିହିଂସା ମୂଳକ ମନଭାବ ପୋଷଣ କରିବେ ।
ଦ୍ୱିଜା-ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । କୃଷି କ୍ଷେତ୍ରରେ ଫସଲ ହାନି ଘଟିପାରେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି । ମହିଳା ମାନେ ଅଳଙ୍କାର ମାନ କ୍ରୟ କରି ପାରନ୍ତି ।
କୃତିକା- ଲୋକ କଲ୍ୟାଣ କାର୍ଯ୍ୟ କରିବେ । ଜମିରେ ଲାଗିଥିବା ପୂର୍ବ ସମସ୍ୟାର ସୁ- ସମାଧାନ ହୋଇପାରେ । ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ପୂଜାର୍ଚ୍ଚନା କରନ୍ତୁ
ବୃଷ-
କୃତିକା- ଜୀବନ ସାଥିଙ୍କ ବିଚାର ବୁଝିବାକୁ ଚେଷ୍ଟା କରିବେ । ସେବାସମ୍ବନ୍ଧ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ । ବନ୍ଧୁ ବା ସମ୍ପର୍କୀୟ ସହାୟତା ଯୋଗୁଁ ଆର୍ଥିକ ସ୍ୱଚ୍ଚଳତା ସହ ଆପଣଙ୍କ ଆତ୍ମବିଶ୍ୱାସ ମଧ୍ୟ ବଢିବ ।
ରୋହିଣୀ- ଛାତ୍ରଛାତ୍ରି ମାନେ ସେମାନଙ୍କ ପରିଶ୍ରମ ଅନୁଯାୟୀ ଫଳ ମିଳିବ । ରାଜନିତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନେ ମାନ ସମ୍ମାନ ପାଇବେ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ ।
ମୃଗଶିରା- ଶତୃମାନେ ମିତ୍ରପରି ବ୍ୟବହାର କରିବେ । ମହିଳା ମାନେ ଆଧାର୍ମିକ ଦିଗରେ ମନ ଦେବେ । ପଇସାପତ୍ର ଅଭାବକୁ ନେଇ ସାମାନ୍ୟ ସମସ୍ୟା ଦେଖାଦେଇପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ
ମିଥୁନ-
ମୃଗଶିରା- ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବିଦ୍ୟାର୍ଥି ମାନେ ଏକାଗ୍ରତା ରକ୍ଷା କରିବେ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଂଗ୍ରହ କରିବେ। ଅଫିସ ଆଜି ନିଜ କାମକୁ ନେଇ ବ୍ୟସ୍ତ ରହିବେ ।
ଆଦ୍ରା- ବ୍ୟବସାୟରେ ସୈଜନ୍ୟ ହାନି ଘଟିବ । ଦଳୀୟ ନେତାଙ୍କ ସହିତ କୈାଣସି କଥା ଆଲୋଚନା କରିପାରନ୍ତି । ଛାତ୍ରମାନେ ଏକାଗ୍ରତାର ସହ ପଢାରେ ମନ ଲଗାଇବେ ।
ପୁନର୍ବସୁ- ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କର୍କଟ-
ପୁନର୍ବସୁ- ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇପାରେ । ସ୍ୱାର୍ଥ ପ୍ରବୃତିର ଶୀକାର ହୋଇ ବନ୍ଧୁ ମିତ୍ରଙ୍କ ସହ ହସ ଖୁସିର ବାତାବରଣ ସୃଷ୍ଟି ହେବ । ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବା ପାଇଁ ମନ ଲଗାଇ କାର୍ଯ୍ୟ କରିବେ ।
ପୁଷ୍ୟା- ସନ୍ତାନ ମାନଙ୍କର ସଫଳତା ଯୋଗୁଁ ମାନସିକ ସ୍ଥିତି ଭଲ ରହିବ । ବ୍ୟବସାୟରେ ନୂଆ ଶାଖା ଖୋଲିବା ପାଇଁ ଚେଷ୍ଟା କରିବେ । କର୍ମଚାରୀ ମାନେ ପରିଶ୍ରମର ଫଳ ପ୍ରାପ୍ତ କରିବେ ।
ଅଶ୍ଲେଷା- ଉଚ୍ଚ କର୍ମକର୍ତା ମାନେ ଆପଣଙ୍କ ଉପରେ ଖୁସି ହେବାର ଆଶା ଦେଖାଦେବ । ଇଚ୍ଛା ନଥିଲେ ମଧ୍ୟ ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ । ନାରୀମାନେ ଉଦର ପୀଡାରୁ ମୁକ୍ତି ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – କୈାଣସି ଭୋକିଲା ଲୋକଙ୍କୁ ଖାଦ୍ୟ ଦିଅନ୍ତୁ
ସିଂହ-
ମଘା- ଶାରିରୀକ ଦୁର୍ବଳତାରୁ ମୁକ୍ତି ପାଇବେ । ପାରିପାରିକ ଜୀବନ ସୁଖକର ହୋଇପାରେ । ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ । କର୍ମକ୍ଷେତ୍ରରେ କିଛି ନୂଆ ଅଭୀଜ୍ଞତା ହାସଲ କରିବେ ।
ପୂ,ଫାଲଗୁନି- ନୂଆ କାମ ହାସଲ କରିବେ । ରାଜନୀତିରେ ବିବାଦରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ବିଦ୍ୟାର୍ଥୀ ମାନେ ପଢାରେ ଚିନ୍ତିତ ରହିବେ । ଆଲୋଚନା ସମୟରେ ସାଧାରଣ ଯୁକ୍ତିତର୍କ ହେତୁ ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହୋଇପାରେ ।
ଉ,ଫାଲଗୁନି- ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତା ମୂଳକ ପରିକ୍ଷାରେ ସଫଳ ହେବେ । ରାଜନୀତିରେ ଚାପରେ ଗତିକରିବେ । ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । ଆପଣଙ୍କ କାମରେ ଅନ୍ୟ ମାନଙ୍କୁ ଖୁସି କରିପାରିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ
କନ୍ୟା-
ଉ,ଫଳଗୁନି- ଆପଣଙ୍କ ଆର୍ଥୀକ ସ୍ଥିତି ସୁଦୃଢ ରହିବ । ନିର୍ଦ୍ଧାରିତ ସମୟ ମଧ୍ୟରେ କାମ କରନ୍ତୁ ଆପଣଙ୍କୁ ଲାଭ ମିଳିବ । ଉତମ ବୁଝାବଣା ମାଧ୍ୟମରେ ପରିବାରିକ ଜୀବନ ମଧୁମୟ ରହିବ
ହସ୍ତା- ନୂତନ ବ୍ୟବସାୟ ଆରମ୍ଭ କରିି, ମାତ୍ର ମୂଳଧନ ବିନିଯୋଗରେ ସାମାନ୍ୟ ଲାଭ ଦେଖାଦେବ । ରାଜନୀତି କ୍ଷେତ୍ରରେ ସମସ୍ୟା ସୁଧାର ନେବି । ଅନ୍ୟ ମନସ୍କ ହେତୁ ପାଠପଢାରେ ମନ ଲାଗିବ ନାହିଁ ।
ଚିତ୍ରା- ଖର୍ଚ୍ଚ ଅଟକଳ କ୍ଷେତ୍ରରେ ଅସମର୍ଥତା ପ୍ରକାଶ ପାଇବ । ମାଲିମକଦ୍ଦମାରେ ଆପଷ ସମାଧାନର ରାସ୍ତା ଖୋଲିଯିବ । ମହିଳା ମାନଙ୍କର ସଂଗୀତ କ୍ଷେତ୍ରରେ ରୂଚି ରହିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ
ତୁଳା-
ଚିତ୍ରା- ନିଜ ଲୋକଙ୍କୁ ବୃଥା ସନ୍ଦେହ କରି ନିଜେ ହିଁ କ୍ଷତିରେ ପଡିବେ । ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ଆର୍ଥୀକ ସମସ୍ୟା କିଛି ମାତ୍ରାରେ ଲାଘବ ହେବ । ପଢାପଢିରେ ଓ ପରୀକ୍ଷାରେ ସମଫଳ ମିଳିବ ।
ସ୍ୱାତୀ- ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ଅଧିକ ଆତ୍ମବିଶ୍ୱାସ ହାନିକାରକ ହୋଇପାରେ ।
ବିଶାଖା-ପଡୋଶୀ ତଥା ସାଙ୍ଗସାଥୀଙ୍କ ସାହାଯ୍ୟ, ସହଯୋଗ ମାଧ୍ୟମରେ କାମ ହାସଲ କରିବେ । ଖେଳାଳିଙ୍କ ପାଇଁ ଦିନଟି ଶୁଭ ଦାୟକ ରହିବ । ଭୂ- ସମ୍ପତିରେ ଅଧିକ ପଇସା ନିବେଶ କରନ୍ତୁ । ରାଜନୀତିକ ନେତାଙ୍କ ଲାଗି ଦିନଟି ଭଲ ରହିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶିବଙ୍କର ଦର୍ଶନ ସହ ପୂଜାପାଠ କରନ୍ତୁ
ବିଛା-
ବିଶାଖା- ଶ୍ୱାସ ଓ ହୃଦ ରୋଗୀ ମାନେ ବିଶେଷ ସତର୍କତା ରହିବା ଦରକାର୍ । ଏଭଳି ବ୍ୟକ୍ତିଙ୍କ ସହ ମିଶିବେ, ଯିଏ ଆପଣଙ୍କ ନୂଆ କାମରେ ସାହାଯ୍ୟ କରିବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବା ଫଳରେ ବ୍ୟବସାୟରେ ପରିବର୍ତନ କରିବାର ଇଚ୍ଛା ହେବ ।
ଅନୁରାଧା- ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ । ବିଜ୍ଞାନ ଛାତ୍ରୀ ସଫଳତା ପାଇବେ । ରାଜନୀତିରେ ସମସ୍ତଙ୍କ ପ୍ରତି ନମ୍ର ବ୍ୟବହାର ରହିବ । ଟଙ୍କା ନିବେଶ କରିଲେ ଆଶାତୀତ ଲାଭ ପାଇବେ ।
ଜ୍ୟେଷ୍ଠା- ଚାକିରି କ୍ଷେତ୍ରରେ ସ୍ଥାନ ପରିବର୍ତନ ହେବା ସହ ବିଭିନ୍ନ ପ୍ରକାର ସମସ୍ୟାର ସମ୍ମଖୀନ ହୋଇପାରନ୍ତି । ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି । ମହିଳା ମାନେ ଟିକେ ମାନସିକ ଚାପରେ ରହିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ବଗଳାମୁଖୀଙ୍କ ପୂଜାର୍ଚ୍ଚନା କରନ୍ତୁ
ଧନୁ-
ମୂଳା- ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ଛୋଟ ଛୋଟ କଥାକୁ ନେଇ ପ୍ରେମି ଯୁଗଳଙ୍କ ମଧ୍ୟରେ ମତାନ୍ତର ହୋଇପାରେ । ଆଖ ପାଖ ଗତିବିଧି ଉପରେ ନଜର ରଖନ୍ତୁ ।
ପୂ,ଷାଢା- ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ । ଛାତ୍ରଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ । ମହିଳା ମାନେ ସବୁ କାର୍ଯ୍ୟକୁ ସମ୍ଭାଳୀ ନେବେ । ସଭାସମିତିରେ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଉତ୍ଫୁଲ୍ଲିତ ହୋଇପାରନ୍ତି ।
ଉ,ଷାଢା- ବିବାହିତ ସମ୍ବନ୍ଧୀୟ କଥାବାର୍ତା ବେଳେ ସଂଯମ ରଖନ୍ତୁ । ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି । ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ
ମକର-
ଉ,ଷାଢା- ହଠାତ୍ କୈାଣସି ରୋଗ ଦେଖା ଦେଇପାରେ । ପ୍ରେମ ମନ ଭାବନାରେ ହଠାତ୍ ଆଶୁଥିବା ପରିବର୍ତନ ଆପଣଙ୍କୁ ନିରାଶ କରିପାରେ । ଆପଣ ବହୁରାଷ୍ଟ୍ରୀୟ କମ୍ପାନୀରେ ଚାକିରି ପାଇଁ ଆବେଦନ କରି ସେଥିରେ ନିଶ୍ଚିନ୍ତ ଭାବରେ ସଫଳତା ପାଇବେ ।
ଶ୍ରବଣା- ଶିକ୍ଷାରେ ଉତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠ ସ୍ଥାନ ଲାଭ କରିବେ । ବଡ କଂପାନିରୁ ଚାକିରି ପାଇଁ ଡାକରା ଆସିବ । ସାମାଜିକ କାର୍ଯ୍ୟରେ ଭାଗନେଇ ଗଠନ ମୂଳକ କାର୍ଯ୍ୟ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ ।
ଧନିଷ୍ଠା- ସରକାରୀ କ୍ଷେତ୍ରରେ ମନୋନୀତ ସ୍ଥାନକୁ ସ୍ଥାନାନ୍ତରିତ ହୋଇପାରେ । ଟଙ୍କା କାରବାରକୁ ନେଇ ଅନେକ ସୁବିଧା ପାଇବେ । ମହିଳା ମାନେ ଗୃହୋପକରଣ କ୍ରୟ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ଧନିଷ୍ଠା- ଦେହ ପିଡା ହେତୁ ସବୁ କାର୍ଯ୍ୟ ଅଧା ରହିବ । ପତୀପତ୍ନୀଙ୍କ ଭିତରେ ମନମାଳିନ୍ୟ ଦେଖାଦେବ । ବ୍ୟବସାୟରେ ଉଥନ-ପତନ ଲାଗି ରହିବ ।ପିଲାମାନଙ୍କ ସମସ୍ୟା ବିଷୟକୁ ନେଇ ମନରେ ସରସତା ରହିବ ନାହିଁ ।
ଶତଭିଷା- କର୍ମ କ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍ ଭାବରେ ସାମ୍ନା କରିବାର ସାହାସ ରଖି କୃତକାର୍ଯ୍ୟ ହେବେ । ମହିଳା ମାନେ ଖୁସି ଅନୁଭବ କରିବେ ।ରାଜନୈତିକ ସ୍ତରରେ କେତେକ ସମସ୍ୟାକୁ କେନ୍ଦ୍ର କରି ଅନ୍ତର୍ଦ୍ୱନ୍ଦ ସୃଷ୍ଟି ହୋଇପାରେ ।
ପୂ,ଭାଦ୍ରପଦ- ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । ସାହାର୍ୟ୍ୟ କାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନ ଚାଳିଶା ସହ ପୂଜାପାଠ କରନ୍ତୁ
ମୀନ-
ପୂ,ଭାଦ୍ରପଦ- ଜୀବନ ଶୈଳୀରେ ସାବଧାନତା ଅବଲମ୍ବନ କଲେ ସବୁ ପୁରୁଣା ରୋଗରୁ ମୁକ୍ତି ମିଳିବ । ପରିବାରରେ ହସଖୁସିର ବାତାବରଣ ଖେଳିଯିବ । ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ ।
ଉ,ଭାଦ୍ରପଦ- ପ୍ରେମିକ, ପ୍ରେମିକା ମାନଙ୍କ ପାଇଁ ସୁଖକର ହେବ । ଅଫିସ୍ରେ ଆପଣଙ୍କର ପଦୋନ୍ନତି ବିଷୟରେ ଆଲୋଚନା କରିପାରନ୍ତି । ବିଦ୍ୟା କ୍ଷେତ୍ରରେ ପ୍ରଂଶସା ପାଇବେ ।
ରେବତୀ- ଗୁପ୍ତ ଶତୃ ପରାଜିତ ହୋଇପାରନ୍ତି । ଜାଗା, ଜମି ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ମହିଳା ମାନେ ସହନଶୀଳତା ଦେଖାଇବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବିଷ୍ଣୁ ସାହସ୍ରନାମା ପାଠ କରନ୍ତୁ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।