Daily Horoscope 17th Sept 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

Sep 17, 2026 - 08:48
Daily Horoscope 17th Sept 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

ମେଷ-
ଅଶ୍ୱନୀ- ଧନ ପ୍ରାପ୍ତିର ଯୋଗ ଓ ବ୍ୟବସାୟରେ ଉନ୍ନତି ରହିବ ।  ସାମୟିକ ଦେହପିଡା, ଓ ବନ୍ଧୁ ବିୟୋଗ ଦେଖାଦେବ । କର୍ମ କ୍ଷେତ୍ରରେ ଅଧିକ ପରିଶ୍ରମ ଓ କାର୍ଯ୍ୟ ବ୍ୟସ୍ତତା ଯୋଗୁଁ  ହଇରାଣ ହୋଇ ପାରନ୍ତି ।
ଦ୍ୱିଜା- ଲମ୍ବା ସମୟ ଧରି ଅଟକି ରହିଥିବା କାମକୁ ସମ୍ପୁର୍ଣ୍ଣ କରିବେ । ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତା ମୂଳକ ପରିକ୍ଷାରେ ସଫଳ ହେବେ । ନିର୍ମାଣ କାର୍ଯ୍ୟରେ ଆଗେଇବେ ।
କୃତିକା- ସମ୍ପତି ଲାଭ ହୋଇପାରେ । ମହିଳା ମାନେ ଯୋଗ୍ୟ ପ୍ରତିପାଦିତ ହେବେ । କଳା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦିତ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ 

ବୃଷ-
କୃତିକା-ଅତୀତରେ ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ । ନୂଆ ଜ୍ଞାନର ବୃଦ୍ଧି ହେବ ଓ ସୁଖ ସମ୍ପଦ ପ୍ରାପ୍ତି ହେବ । ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । 
ରୋହିଣୀ- ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ । ରାଜନୀତିରେ ବିରୋଧି ମାନେ ଦୂରେଇ ଯିବେ । ବନ୍ଧୁ ମିତ୍ରଙ୍କ ଠାରୁ ସାହାର୍ଯ୍ୟ ସହଯୋଗ ମିଳିବା ଦ୍ୱାରା ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । 
ମୃଗଶିରା- ବିଦ୍ୟାଅଧ୍ୟୟନ ସମ୍ବନ୍ଧିତ ଶୁଭ ସମାଚାର ପ୍ରାପ୍ତ ହେବ । କଚେରି ମାମଲାର ଶୁଣାଣି ଆପଣଙ୍କ ସପକ୍ଷରେ ଯାଇପାରେ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟସୃଷ୍ଟି ହେବ । 
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ 

ମିଥୁନ-
ମୃଗଶିରା- କର୍ମ କ୍ଷେତ୍ରରେ ସଫଳତା ପାଇଁ କାହାଠାରୁ ପରାମର୍ଶ ମିଳିବ । ବ୍ୟବସାୟରେ ଧନ ଲାଭର ସୁଯୋଗ ଆସିବ । ସନ୍ଧ୍ୟା ସମୟରେ ପରିବାର ଲୋକଙ୍କ ସହିତ ସମୟ ବିତାଇବେ ।
ଆଦ୍ରା- ଶିକ୍ଷାକ୍ଷେତ୍ରରେ ବିଦ୍ୟାର୍ଥୀ ମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ରାଜନୀତି କ୍ଷେତ୍ରରେ ପ୍ରଂଶସିତ ହେବେ । କର୍ମ କ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହୋଇପାରନ୍ତି । 
ପୁନର୍ବସୁ- ଜମି କିଣିବା ଲାଗି ସୁନ୍ଦର ଯୋଗ ଅଛି । ସକରାତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ । ଖେଳ କ୍ଷେତ୍ରରେ ପ୍ରତିଯୋଗୀତା ମନୋଭାବ ଉପୁଜିପାରେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ 

କର୍କଟ-
ପୁନର୍ବସୁ- ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ । ଭାଇ-ଭଉଣୀମାନଙ୍କ ସହ ମନୋମାଳିନ୍ୟ ତୁଟିଯିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । 
ପୁଷ୍ୟା- ଦୀର୍ଘଦିନରୁ ରହିଥିବା ଋଣ ଓ ବନ୍ଧୁମାନଙ୍କ ହୀନମନ୍ୟତା ବିଷୟରେ ଚିନ୍ତା କରିବେ । ଆତ୍ମୀୟଙ୍କ ଭିନ୍ନ ଚିନ୍ତାଧାରାରେ ସମାଲୋଚନା କରିପାରନ୍ତି । ସଭାସମିତି କିମ୍ବା ଆଲୋଚନା କ୍ଷେତ୍ରରେ ମାନସିକ ଦ୍ୱନ୍ଦ ହେତୁ ନିଷ୍ପତ୍ତି ନେବାରେ ବିଳମ୍ବ ହୋଇପାରେ । 
ଅଶ୍ଲେଷା-ଅଟକି ରହିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ।    
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ

ସିଂହ-
ମଘା- ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । କଠିନ ପରିଶ୍ରମ କରିବା ଦ୍ୱାରା ଯଶ ମାନ ସମ୍ମାନ ମିଳିବ । ପରିବାର ସଦସ୍ୟଙ୍କ ସହିତ ଆପଣଙ୍କର ଆଚରଣ ଭଲ ରହିବ ।
ପୂ,ଫାଲଗୁନି- ଛାତ୍ର ଛାତ୍ରୀ ମାନେ ମାନସିକ ସ୍ତରରେ ଖୁସି ରହିବେ । ବ୍ୟସ୍ତତା ଭିତରେ ସମୟ ବିତାଇବେ । କୈାଣସି କାର୍ଯ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନିଅନ୍ତୁ । ସମ୍ପତି ବୃଦ୍ଧି ହୋଇପାରେ ।
ଉ,ଫାଲଗୁନି- ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର‌୍ୟ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ । ଘରୋଇ କାର୍ଯ୍ୟକୁ ପୁରା କରିବାରେ ସକ୍ଷମ ହେବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ

କନ୍ୟା-
ଉ,ଫଳଗୁନି- ପାରିବାରିକ ଜୀବନ ସୁଖରେ କାଟିବେ କିନ୍ତୁ ସାଧାରଣ କଥାରେ ବିତର୍କର ସମ୍ଭାବନା ରହିଛି । ବ୍ୟବସାୟରେ ସମସ୍ୟା ଦେଖାଦେଇପାରେ କିନ୍ତୁ ଅସୁବିଧା ହେବନି । 
ହସ୍ତା- କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀଙ୍କ ବିଶ୍ୱାସ ଭାଜନ ହେବେ । ଶିକ୍ଷା କ୍ଷେତ୍ରରେ ଅଧିକ ଗୁରୁତ୍ୱ ଦେବେ । କଠିନ ପରିଶ୍ରମ କରି ଲକ୍ଷ ସ୍ଥଳରେ ପହଞିବେ ।     
ଚିତ୍ରା- ଗୃହପାଳିତ ପଶୁ ଓ ଯାଜବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖି କାହାକୁ ମଧ୍ୟ ସହଜରେ ବିଶ୍ୱାସ କରିପାରିବେ ନାହିଁ । 
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -  ସର୍ବକାର୍ଯ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ 

ତୁଳା-
ଚିତ୍ରା- ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ରାଜନୀତି କ୍ଷେତ୍ରରେ ଇଚ୍ଛା ନଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ । ବିଶେଷ କାମକୁ ପ୍ରଥମେ କରିବାକୁ ଚେଷ୍ଟା କରିବେ ।
ସ୍ୱାତୀ- ସରକାରୀ ସଂସ୍ଥା କାମରେ  ସହଯୋଗ କରି ପାରନ୍ତି । ଜୀବନରେ ନୂଆ  ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ । ଜୀବନରେ କିଛି ପରିବର୍ତନ କରିବାକୁ ଚେଷ୍ଟା କରିବେ ।
ବିଶାଖା-ନୂଆ ଘର ତିଆରି କରିବେ । ମହିଳା ମାନେ ବାହାରକୁ ବୁଲିବା ପାଇଁ ଯିବେ । ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧୀ ଭାବର ଅବସାନ ଘଟିବ ଏବଂ କାର୍ଯ୍ୟ କ୍ଷେତ୍ରରେ  ପରିବର୍ତ୍ତନ ହେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ବିଛା-
ବିଶାଖା- ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ସେୟାର ବଜାରରେ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ । ମନ ଚାହୁଁଥିବା ଜୀବନସାଥି ପାଇବେ ।     
ଅନୁରାଧା- ଛାତ୍ରଛାତ୍ରୀ ମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ । କର୍ମ କ୍ଷେତ୍ରରେ ଅଶାନ୍ତି ଉପୁଜିବ । 
ଜ୍ୟେଷ୍ଠା- ପର କଥାରେ ମନ ଦେଇ ନିଜ କାମକୁ ଅବହେଳା କରିବା କାରଣରୁ ଘରୁ ଗାଳି ଖାଇପାରନ୍ତି । ଶୁଣା  କଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡିପାରନ୍ତି । ଜୋର୍ କରି ଅନ୍ୟମାନଙ୍କଠାରୁ ଅର୍ଥ, କାମ, ଆଦାୟ କରିବାରେ ସଫଳ ହେବେ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ

ଧନୁ-
ମୂଳା- କବିଙ୍କର କୈାଣସି କବିତାରେ ପ୍ରଂଶସା ହୋଇପାରେ । କୈାଣସି ଅସ୍ଥାୟୀ କାର୍ଯ୍ୟ ସ୍ଥାୟୀ ହୋଇପାରେ । କୈାଣସି ପୁରୁଣା ବିବାଦର ସମ୍ମୁଖିନ କରିବାକୁ ପଡିବ ।
ପୂ,ଷାଢା- କାରବାରରେ ପରିବର୍ତ୍ତନ କରିବାର ଇଚ୍ଛା ଜାଗ୍ରତ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ସାମ୍ବାଦିକମାନେ କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ ।
ଉ,ଷାଢା- ଧାର୍ମିକ ଯାତ୍ରା ପାଇଁ ଅଧିକ ସୁଯୋଗ ମିଳିବ । କ୍ୟାରିୟରର ଉତ୍କୃଷ୍ଟ ସଫଳତା ପାଇବେ । ନୂତନ ଯାନ ପାଇବାର ସୁଯୋଗ ଅଛି, ଖର୍ଚ୍ଚ ହ୍ରାସ ହେବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କ  ରକ୍ଷକ ସ୍ତୋତ୍ର ପାଠ କରନ୍ତୁ

ମକର-
ଉ,ଷାଢା- ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ପରିବାରରେ ଆପଣଙ୍କ ଗୁରୁତ୍ୱ ବୃଦ୍ଧି ପାଇବ । ବିବାହ ବନ୍ଧନରେ ଆବଦ୍ଧ ହୋଇପାରନ୍ତି ।     
ଶ୍ରବଣା- ସରକାରୀ କ୍ଷେତ୍ରରେ ସଫଳ ହେବେ । କ୍ରିଡା, ପ୍ରନ୍ଦ୍ୱନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ନିଜ ଗୋଡରେ ନୁଜେ ଠିଆ ହେବାକୁ ସାହାସ ବାନ୍ଧିବେ ।
ଧନିଷ୍ଠା- ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍ ମନେକରି ପାଠ ପଢାରେ ମନେଯାଗ ଦେବେ । ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ସ୍ଥିର ହେବ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ 

କୁମ୍ଭ-
ଧନିଷ୍ଠା- ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ । ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ । ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଅଚାନକ ସାକ୍ଷାତ ହେବ ।
ଶତଭିଷା- କୈାଣସି  କଥାକୁ ନେଇ ମତାନ୍ତର ଦେଖାଦେଇ ପାରେ । ମନରେ ଦବି ରହିଥିବା କଥା ସମ୍ମୁଖକୁ ଆଣନ୍ତୁ । ସରକାରୀ କାମରେ ସଫଳତା ପାଇବେ ।
ପୂ,ଭାଦ୍ରପଦ- ମହିଳା ମାନଙ୍କ ମନରେ ନୂଆ ଆଶା ସୃଷ୍ଟି ହେବ । ଅଦାଲତରୁ ସୁଫଳ ମିଳିପାରେ । ଭୂ-ସମ୍ପତି କିଣିବାର ଯୋଗ ରହିଛି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜାର୍ଚ୍ଚନା କରନ୍ତୁ

ମୀନ-
ପୂ,ଭାଦ୍ରପଦ- ସ୍ୱାସ୍ଥ୍ୟ ଭଲ ରହିବା ସହ ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପେଯାଗ କରିବେ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ । ପାରିବାରିକ ମାମଲା ବହୁତ ସହଜ ଓ ସରଳ ହେବ ।
ଉ,ଭାଦ୍ରପଦ- ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ । କର୍ମ କ୍ଷେତ୍ରରେ ମିତ୍ର ମାନଙ୍କ ଠାରୁ ବହୁତ ସାହାର୍ଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । 
ରେବତୀ- ସ୍ଥାବର ଅସ୍ଥାବର ସମ୍ପତ୍ତିର ମାଲିକାନା ପାଇପାରନ୍ତି । ନୂତନ ଗୃହ ନିର୍ମାଣ କରିବାର ଯୋଜନା କରିପାରନ୍ତି । କର୍ମ କ୍ଷେତ୍ରରେ ପଦୋନ୍ନତି ହୋଇପାରେ ।  
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଅଶ୍ୱତଥ୍ ଗଛକୁ ପୂଜା କରନ୍ତୁ

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।