Daily Horoscope 19th Aug 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

Aug 19, 2026 - 08:27
Daily Horoscope 19th Aug 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

ମେଷ-
ଅଶ୍ୱନୀ- ଆପଣଙ୍କ  ମନରେ ଏଭଳି ବିଚାର ଆସିବ  ଯାହା ଦ୍ୱାରା ପ୍ରଗତିର ବାଟ ଖୋଲିବ । ଦାମ୍ପତ୍ୟ ଜୀବନ ସାମଞସ୍ୟ ବଜାୟ ରହିବ । ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ । 
ଦ୍ୱିଜା- ଅଫିସରେ ବାକି କାମ ସବୁକୁ ସଂପୂର୍ଣ୍ଣ କରିବେ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଅଧିକ ଆତ୍ମବିଶ୍ୱାସ ହାନିକାରକ ହୋଇପାରେ ।
କୃତିକା- ବହୁ ଦିନର ମନସ୍କାମନା ପୂରଣ ହେବ । ବ୍ୟସ୍ତତା ଭିତରେ ସମୟ ବିତାଇବେ । କୈାଣସି କାର୍ଯ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ । ସମ୍ପତି ବୃଦ୍ଧି ହୋଇପାରେ
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ବୃଷ-
କୃତିକା- ସମ୍ପର୍କୀୟ ବନ୍ଧୁ ବ୍ୟବସାୟରେ ସାହାଯ୍ୟ ସହଯୋଗ କରିବେ । ଆପଣଙ୍କୁ ପାରିବାରିକ ସୁଖ ସମୃଦ୍ଧି ସାଙ୍ଗକୁ କର୍ମକ୍ଷେତ୍ରରେ ଆଶା ଅନୁଯାୟୀ ସୁଫଳ ପ୍ରଦାନ କରିବ। ସନ୍ତାନଙ୍କ ଦ୍ୱାରା ଗୌରବ ଅନୁଭବ କରିବେ । 
ରୋହିଣୀ- ତରବରିଆ ପଦକ୍ଷେପ ନେଲେ ବେଶି ହଇରାଣ ହେବେ। ଅଫିସ୍ ସମସ୍ୟା ସମାଧାନର ରାସ୍ତା ବାହାର କରିବାରେ ସମର୍ଥ ହେବେ। ପଡ଼ୋଶୀ କେହି ପ୍ରତିବାଦର ସ୍ବର ଉଠାଇ ସମସ୍ୟା ସୃଷ୍ଟି କରିପାରନ୍ତି।
ମୃଗଶିରା- ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ । ବିଦ୍ୟାର୍ଥୀ ଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ । ଯାନ ବାହନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଲକ୍ଷ୍ମୀଙ୍କର ମନ୍ତ୍ର ପାଠ କରନ୍ତୁ 

ମିଥୁନ-
ମୃଗଶିରା- ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ ।  ଆପଣ ଟିକେ ଆଳସ୍ୟ ଅନୁଭବ କରିବେ । ନୂତନ ଭାବରେ ଆରମ୍ଭ କରୁଥିବା କାର୍ଯ୍ୟରେ ବ୍ୟସ୍ତ ରହିବେ ।
ଆଦ୍ରା- କୈାଣସି ସହପାଠୀ ଆପଣଙ୍କର ସାହାଯ୍ୟ ଆଶା କରିପାରନ୍ତି । ଚାକିରିରେ ପଦ ମର‌୍ୟ୍ୟଦା ପ୍ରାପ୍ତ ହୋଇପାରେ । ଛାତ୍ର ଛାତ୍ରୀ ମାନେ ମାନସିକ ସ୍ତରରେ ଖୁସି ରହିବେ
ପୁନର୍ବସୁ- କୈାଣସି କଥାକୁ ନେଇ ମତାନ୍ତର ଦେଖାଦେଇ ପାରେ । ମନରେ ଦବି ରହିଥିବା କଥା ସମ୍ମୁଖକୁ ଆଣନ୍ତୁ । ସରକାରୀ କାମରେ ସଫଳତା ପାଇବେ । ଲୋକେ ଆପଣଙ୍କ ବ୍ୟକ୍ତିତକୁ ପ୍ରେରଣା ଦେବେ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

କର୍କଟ-
ପୁନର୍ବସୁ- ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ। କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି। ବ୍ୟବସାୟରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରିବେ ।
ପୁଷ୍ୟା- ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳ ହେବେ । ରାଜନୈତିକ କ୍ଷେତ୍ରରେ ଉପଯୁକ୍ତ ଲୋକମାନଙ୍କ ସହିତ ସ୍ଥାୟୀ ବନ୍ଧୁତା ସ୍ଥାପନ କରି ପାରିବେ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପନ କରିବେ ।
ଅଶ୍ଲେଷା- ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ଦୂର ସ୍ଥାନକୁ ଯାତ୍ରା କଲେ ଅସୁବିଧାରେ ପଡିପାରନ୍ତି । ଯାନ ବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର- ଶ୍ୱେତଚନ୍ଦନରେ କର୍ପୂର ମିଶେଇ ମସ୍ତକରେ ଧାରଣ କରନ୍ତୁ

ସିଂହ-
ମଘା- ଦାମ୍ପତ୍ୟ ଜୀବନକୁ ନେଇ ଖୁସି ରହିବେ । ବ୍ୟବସାୟରେ ଧନ ଲାଭର ସୁଯୋଗ ଆସିବ । ସନ୍ଧ୍ୟା ସମୟରେ ପରିବାର ଲୋକଙ୍କ ସହିତ ସମୟ ବିତାଇବେ ।
ପୂ,ଫାଲଗୁନି- ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି । ଅନ୍ୟର ଭଲ କରିବାକୁ ଯାଇ ଅପମାନିତ । ଅନ୍ୟମାନଙ୍କର କଥା ଓ କାର୍ଯ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେ କରିବେ ।
ଉ,ଫାଲଗୁନି- ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ । କିଣା ବିକା ବେଳେ ସାବଧନତା ଅବଲମ୍ବନ କରନ୍ତୁ । ମହିଳା ମାନେ ଅଳଙ୍କାର ମାନ କ୍ରୟ କରି ପାରନ୍ତି ।
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧    
ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ

କନ୍ୟା-
ଉ,ଫଳଗୁନି- ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ପାଇବ । ଦୂର ବନ୍ଧୁଙ୍କ ଠାରୁ ଶୁଭ ସମାଚାର ପାଇ ଖୁସି ହେବେ । ମାନସିକ ଦୁଶ୍ଚିନ୍ତା ଦୂରେଇ ଯିବ । ଅଟକିଥିବା କାର୍ଯ୍ୟ ପୂରଣ ହେବ ।
ହସ୍ତା- କର୍ମକ୍ଷେତ୍ରରେ କେହି ଜଣେ ପ୍ରତିବାଦର ସ୍ବର ଉଠାଇ ସମସ୍ୟା ସୃଷ୍ଟି କରିପାରନ୍ତି। ବିଦ୍ୟାର୍ଥୀମାନେ ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ଆର୍ଥିକ ସ୍ଥିତି ସ୍ୱଛଳ ରହିବା ଫଳରେ ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ ।
ଚିତ୍ରା- ବିବାଦୀୟ ବିଷୟ ଚିନ୍ତାକରି ସମ୍ପର୍କୀୟମାନେ ମଧ୍ୟ ପାଖ ମାଡ଼ିବେ ନାହିଁ। ଦୀର୍ଘ ଦିନରୁ ଅବହେଳିତ କାର‌୍ୟ୍ୟ ସକାଶେ ଅନୁତାପ କରିପାରନ୍ତି।ନିର୍ମାଣଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବାରେ ପଡୋଶୀ ସାହାଯ୍ୟ କରିବେ । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ

ତୁଳା-
ଚିତ୍ରା- ବଡ ବ୍ୟବସାୟ ଦଳରେ ସାମିଲ ହେବା ପାଇଁ ପ୍ରସ୍ତାବ ପାଇବେ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣିପାରନ୍ତି । ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ ।
ସ୍ୱାତୀ- ଛାତ୍ରଛାତ୍ରି ମାନେ ପ୍ରତିଯୋଗିତା ସଫଳତା ଲାଭ କରିବେ । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର‌୍ୟ୍ୟକୁ ହାତକୁ ନେବେ । କିଛି ଜିନିଷ ଦ୍ୱାରା ଆପଣ ଆଘାତ ପାଇ ପାରନ୍ତି ।
ବିଶାଖା- ଅନ୍‌ଲାଇନ ବ୍ୟବସାୟ କରିବାକୁ ଭାବିବେ । ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ । ସରକାରୀ ସଂସ୍ଥା କାମରେ  ସହଯୋଗ କରି ପାରନ୍ତି । ଖେଳକୁଦରେ ମନ ଦେବେ 
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଦାନ କରନ୍ତୁ

ବିଛା-
ବିଶାଖା- ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜ ମାନ କରିବ । ସନ୍ତାନ ମାନଙ୍କ ପାଇଁ ଘରକୁ ଖୁସି ଖବର ଆସିବ ।  
ଅନୁରାଧା- ନୂତନ କର୍ମ ନିଯୁକ୍ତିର ସୂଚନା ପାଇବେ । ଋଣ ଭାରରୁ ମୁକ୍ତି ପାଇବେ । ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ ଓ ପରୀକ୍ଷାରେ ସଫଳ ହେବେ ।
ଜ୍ୟେଷ୍ଠା- ଜାଗା, ଜମି, ଯାନବାହାନ ସମ୍ବନ୍ଧୀୟ ସମସ୍ୟାର ସମାଧାନ ହୋଇଯିବ । ପଡୋଶୀ ମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରି ପାରନ୍ତି । ଘରକୁ ବନ୍ଧୁ ଆସିବା ଦ୍ୱାରା ଖର୍ଚ୍ଚାନ୍ତ ହୋଇପାରନ୍ତି ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

ଧନୁ-
ମୂଳା- ବ୍ୟବସାୟ ବିଷୟରେ ଭଲ କଥା କହିବେ ।  ପାରିବାରିକ ଜୀବନ ଆମୋଦ ଦାୟକ ହେବ । ଭାଗ୍ୟ ଉଦ୍ୟୋଗି ହେବା ସହିତ,  ବାଣିଜ୍ୟରେ ଲାଭ ମିଳିବ । ସ୍ୱାସ୍ଥ୍ୟ ସାଧାରଣତଃ ଉତମ ରହିବ ।      
ପୂ,ଷାଢା- ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ଆବଶ୍ୟକିୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ ।  ଆଧ୍ୟାତ୍ମିକ ଆଲୋଚନାରେ ସମୟ ବିତାଇବେ । ନିଜର ଦୋଷ ତୃଟି ସ୍ୱକାର କରିବେ ।
ଉ,ଷାଢା- କୈାଣସି ନିଷ୍ପତ୍ତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । ଲମ୍ବା ସମୟ ଧରି ଅଟକି ରହିଥିବା କାମକୁ ସମ୍ପୁର୍ଣ୍ଣ କରିବେ । ନିର୍ମାଣ କାର୍ଯ୍ୟରେ ଆଗେଇବେ, ଆଶା ବଢି ବଢି ଚାଲିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ମକର-
ଉ,ଷାଢା-ଅନେକ ଗୁଡିଏ କାର୍ଯ୍ୟବ୍ୟସ୍ତତା ଭିତରେ ବ୍ୟତିବ୍ୟସ୍ତ ରହିବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସହାର୍ଯ୍ୟ କରିବ ।
ଶ୍ରବଣା- ବନ୍ଧୁ ବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାର୍ଯ୍ୟ ସହେଯାଗ କରିବେ । ବ୍ୟବସାୟୀ ମାନେ କଠିନ ପରିଶ୍ରମ କରିବେ । ନୂଆ ଲକ୍ଷ ନିର୍ଦ୍ଧାରିତ କରି ତାହାର ସଫଳତା ପାଇଁ ପ୍ରଯତ୍ନଶୀଳ ରହିବେ ।
ଧନିଷ୍ଠା- କୋର୍ଟ କଚେରୀ ଧନ୍ଦା ମଧ୍ୟରେ ଆଶ୍ୱସ୍ତି ବଢିବ । ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନାକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ଇଚ୍ଛା ନଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

କୁମ୍ଭ-
ଧନିଷ୍ଠା- ପ୍ରେମ ଜୀବନ ମଧୁର ମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । କର୍ମ କ୍ଷେତ୍ରରେ ଅବହେଳା ପ୍ରଦର୍ଶନ କରିବେ ।
ଶତଭିଷା- ଛାତ୍ରଛାତ୍ରିଙ୍କ ଲେଖାପଢାରେ ବାଧା ଦୂର ହେବ । ମାନ ମର‌୍ୟ୍ୟଦାରେ ଅଭିବୃଦ୍ଧି ଘଟିବ । ସୂର୍ଣ୍ଣଳଙ୍କାର କିଣି ଖୁସି ଅନୁଭବ କରିପାରନ୍ତି ।  ଆପଣଙ୍କ ବିଚାରକୁ ସକାରତ୍ମକ ରଖନ୍ତୁ ।    
ପୂ,ଭାଦ୍ରପଦ- ଟଙ୍କା, ପଇସାକୁ ନେଇ ଆପଣଙ୍କ ଚିନ୍ତା ଦୂର ହେବ । କୈାଣସି ଅସ୍ଥାୟୀ କାର‌୍ୟ୍ୟ ସ୍ଥାୟୀ ହୋଇପାରେ ।  କୈାଣସି ପୁରୁଣା ବିବାଦର ସମ୍ମୁଖିନ କରିବାକୁ ପଡିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮    
ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ

ମୀନ-
ପୂ,ଭାଦ୍ରପଦ- ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । କର୍ମ କ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବା ସହ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ । କର୍ମ କ୍ଷେତ୍ରରେ ମାନ୍ୟତା ଅର୍ଜନ କରିବେ ।
ଉ,ଭାଦ୍ରପଦ- ରାଜନୀତି କ୍ଷେତ୍ରରେ ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ । ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ ।
ରେବତୀ- ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରିବାକୁ ବାଧ୍ୟ ହେବେ । ସ୍ୱାର୍ଥକୁ କେନ୍ଦ୍ର କରି ସୁବର୍ଣ୍ଣ ସୁଯୋଗକୁ ହାତଛଡା କରିପାରନ୍ତି । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ପାଣିରେ ଗୋଟାଲୁଣ ମିଶାଇ ଘରକୁ ପୋଛି ଦିଅନ୍ତୁ

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।