Daily Horoscope 19th Sept 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ
ମେଷ-
ଅଶ୍ୱନୀ- ଶରୀରକୁ ସୁସ୍ଥ ରଖିବା ପାଇଁ ଆଜି ଆପଣ ବହୁତ ଯୋଜନା କରିବେ । ଆପଣ ନିଜ କଥାରେ ଅନ୍ୟ ମାନଙ୍କ ମନ ମୋହିବେ । ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସହ କଥା ହେବାକୁ ପଡିବ ।
କୃତିକା- ଛାତ୍ରଛାତ୍ରୀ ମାନେ ପଢାରେ କଷ୍ଟ କରିବେ ।ବ୍ୟବସାୟରେ ଆଂଶିକ ସଫଳତା ପାଇବେ । ରାଜନିତିରେ ଛୋଟ କଥାକୁ ବଡ କରି ବିବାଦ ଲାଗିପାରେ ।
ଦ୍ୱିଜା- କର୍ମକ୍ଷେତ୍ରରେ ସାମାନ୍ୟ ବିଶ୍ରାମ କରିବାର ସୁଯୋଗ ପାଇବା କଷ୍ଟକର ହୋଇପାରେ । ଅଧିକ ମୂଲ୍ୟ ଦେଇ ଜମି କିଣିବେ । ଶତୃଙ୍କର ଷଡଯନ୍ତ୍ରର ଶିକାର ହୋଇ ପାରନ୍ତି ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ
ବୃଷ-
କୃତିକା- ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ବ୍ୟବସାୟ, ବାଣିଜ୍ୟରେ ସ୍ଥିର ଅବସ୍ଥା ଲାଗି ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହାୟତା ଯୋଗୁଁ କାମ ଗୁଡିକ ସହଜ ହେଇଯିବ । ସଭା ସମିତି ପ୍ରଭୁତିରୁ ଆଶ୍ଵସ୍ଥି ଲାଭ କରିବେ ।
ରୋହିଣୀ- ଅଫିସରୁ ଆସିଲା ବେଳେ ନିଜ ମନ ପସନ୍ଦର ଜିନିଷ ଟିଏ କିଣିକି ଆଣିବାରେ ସମର୍ଥ ହେବେ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ । ଛାତ୍ରଛାତ୍ରିମାନେ ପରୀକ୍ଷାରେ ଉତମ ଫଳ ପ୍ରଦର୍ଶନ କରିବେ ।
ମୃଗଶିରା- ମହିଳା ମାନେ କଠିନ ପରିଶ୍ରମ କରିବେ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ । ଅନ୍ୟମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ । ଆପଣଙ୍କ ପିଲା ବ୍ୟବସାୟ କାମରେ ଆପଣଙ୍କୁ ସହଯୋଗ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ
ମିଥୁନ-
ମୃଗଶିରା- ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । କର୍ମକ୍ଷେତ୍ରରେ ମଧୁର ବାକ୍ୟ କହି ନିଜର କାର୍ୟ୍ୟ ହାସଲ କରିନେବେ । ଦାମ୍ପତ୍ୟ ଜୀବନରେ ସମାନ୍ୟ ତିକ୍ତତା ଦେଖାଦେଇପାରେ ।
ଆଦ୍ରା- ବ୍ୟବସାୟରେ ନୂଆ କୈାଶଳ ପ୍ରୟୋଗ କରିବେ । ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ରାଜନୈତିକ କ୍ଷେତ୍ରରେ ଉଚ୍ଚ ପଦ ମର୍ଯ୍ୟଦା ଲାଭ କରିବେ ।
ପୁନର୍ବସୁ- ସମ୍ପତିକୁ ନେଇ ଦୀର୍ଘଦିନର ଚିନ୍ତା ଦୂର ହେବ । ମହିଳା ମାନେ ରକ୍ଷଣଶୀଳ ରହିବେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଭୂବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କର୍କଟ-
ପୁନର୍ବସୁ- ଭାଇ-ଭଉଣୀଙ୍କ ଭିତରେ ସଂପର୍କ ଭଲ ରହିବ । ବ୍ୟବସାୟରେ ସମସ୍ୟା ସତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଚାକିରିଆଙ୍କୁ ଅଫିସ୍ କାମରେ ଦୂର ଜାଗାକୁ ଯାତ୍ରା କରିବେ ।
ପୁଷ୍ୟା- ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି । ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ । ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ ।
ଅଶ୍ଳେଷା- କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ବିଦ୍ୟାର୍ଥୀ ମାନେ ପଢାପଢିରେ ମନଭାବ ପ୍ରକାଶ କରିବେ । ଶତୃମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବରଗଛ ମୂଳରେ କ୍ଷୀର ଢାଳି ଦିନ ଆରମ୍ଭ କରନ୍ତୁ
ସିଂହ-
ମଘା- ରୋଗର ପ୍ରକୋପ ବୃଦ୍ଧି ପାଇବ । ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ । ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । ଘରକୁ ଅତିଥୀ ଆସିବାର ସମ୍ଭାବନା ରହିଛି ।
ପୂ- ଫାଲ୍ଗୁନୀ- ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଜନଙ୍କ ପାଖରେ ଆଦୃତ ହେବେ । କର୍ମକ୍ଷେତ୍ରରେ ଆପଣଙ୍କର ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ ।
ଉ- ଫାଲ୍ଗୁନୀ- ରାଜନିତି କ୍ଷେତ୍ରରେ କୈାଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି । ଶତୃମାନେ ପୁନରାୟ ପଛରେ ଲାଗି ଯାଇ ପାରନ୍ତି ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ
କନ୍ୟା-
ଉ- ଫାଲ୍ଗୁନୀ- ଗୋଡରେ କିଛି ସମସ୍ୟା ଦେଖାଦେବ । ବନ୍ଧୁ ମାନଙ୍କର ଅପପ୍ରଚାରରୁ ମାନସିକ ଅଶାନ୍ତି ଦେଖାଦେଇ ପାରେ । ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଂଗ୍ରହ କରିବେ ।
ହସ୍ତା- କୃଷି କ୍ଷେତ୍ରରେ ଫସଲ ହାନି ଘଟିପାରେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି । ରାଜନୀତିରେ କୈାଣସି ପଦ ବ୍ୟକ୍ତିଙ୍କ ସାନିଦ୍ଧ୍ୟ ପାଇ ପାରନ୍ତି । କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରେ ।
ଚିତ୍ରା- ଅଯଥା ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । ଯେଉଁ କାର୍ୟ୍ୟ କରିବେ ତାହା ଅପ୍ରିୟକର ହୋଇପାରେ । ସ୍ୱାର୍ଥପରତା ଯୋଗୁ ଅନେକ ବନ୍ଧୁ ଆପଣଙ୍କ ଠାରୁ ଦୂରେଇ ଯିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ
ତୁଳା-
ଚିତ୍ରା- ଦୂରେଇ ଚାଲି ଯାଇଥିବା ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଚେଷ୍ଟା କରିବେ । ନୂଆ ବେପାର ଆରମ୍ଭ କରିବା ପାଇଁ ଭାବିବେ । ପିଲାମାନଙ୍କୁ ନେଇ ଗର୍ବିତ ଅନୁଭବ କରିବେ ।
ସ୍ୱାତୀ- କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ ।ପଡୋଶି ବା କୁଟୁମ୍ଭଙ୍କ ସହିତ ମତାନ୍ତର ଥିଲେ ସମାଧାନ ହୋଇଯିବ । ମହିଳା ମାନେ ନିଜ ହାତ ପାହାନ୍ତାରେ ଥିବା ସୁଯୋଗ ହରାଇ ପାରନ୍ତି।
ବିଶାଖା- ଆଇନର ଆଶ୍ରୟ ନେଇ ପାରନ୍ତି । ଶିକ୍ଷାକ୍ଷେତ୍ରରେ ଉଚ୍ଚ ଶ୍ରେଣୀ ପାଇବାସହ ବିଦ୍ୟାର୍ଥିମାନେ ନିଜ କ୍ୟାରିୟର ପାଇଁ ଭଲ ସୁଯୋଗ ପାଇବେ । ପୁଞ୍ଜି ଲଗାଣ , ଆଦାନ, ପ୍ରଦାନରେ ବିଶେଷ ଲାଭବାନ୍ ହେବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶନିଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ବିଛା-
ବିଶାଖା- ଅଚିହ୍ନା ଲୋକଙ୍କ ଠାରୁ ସାହାଯ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ । ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ । ଆପଣ ନିଜପାଇଁ ସମୟ ବାହାର କରିପାରିବେ ।
ଅନୁରାଧା- ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୈାଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ । ବିଦ୍ୟାର୍ଥୀ ମାନେ ପଢାରେ ସମ୍ମାନ ମିଳିବା ସହିତ ବିଦେଶା ଗତ ହେବାର ସୁଯୋଗ ରହିଛି ।
ଜ୍ୟୋଷ୍ଠା- ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାଜନୀତିରେ କୈାଣସି କାମକୁ ହାତକୁ ନେବେ । ଘରେ ଚାଲୁଥିବା ମତଭେଦ ମାନସିକ ଚାପ ଦେଇପାରେ । ମହିଳା ମାନେ ଇଶ୍ୱର ବିଶ୍ୱାସି ହେବେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ
ଧନୁ-
ମୂଳା- ପ୍ରେମିକା , ପ୍ରେମିକ ଦର୍ଶନୀୟ ସ୍ଥାନକୁ ବୁଲି ଯିବେ । ଅଫିସ୍ରେ ଆପଣଙ୍କର କାମରେ ଖୁସି ହୋଇ ସହକର୍ମୀ ଆପଣଙ୍କୁ ପ୍ରଶଂସା କରିବେ । ବ୍ୟବସାୟରେ ବୁଝିବିଚାରି ଭାଗିଦାରି କରନ୍ତୁ । ମାନସିକ ସ୍ତରରେ ଉନ୍ନତି ଆସିବ ।
ପୂ, ଷାଢା- ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ବିଦ୍ୟାର୍ଥୀ ମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହୋଇପାରନ୍ତି । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ
ଉ, ଷାଢା- ଜମି କିଣିବା ଲାଗି ସୁନ୍ଦର ସୁଯୋଗ ଅଛି । ସକାରତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ । ମହିଳାଙ୍କ ଭାଗ୍ୟ ଉଦ୍ୟୟ ହୋଇପାରେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାନ୍ତୁ
ମକର
ଉ, ଷାଢା- ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ପାରିବାରିକ ଜୀବନରେ ଉତ୍ସାହ ଓ ପ୍ରେରଣା ମିଳିବ । ଜୀବନସାଥୀ ଆପଣଙ୍କୁ ପ୍ରେମର ଅନୁଭବ ଦେବାକୁ ଚାହୁଁଛନ୍ତି।
ଶ୍ରବଣା- ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କଲେ ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ । ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ । ରାଜନୈତିକ ସାହାର୍ୟ୍ୟର ସହଯୋଗ ମିଳିବ । ଉଚ୍ଚ ଶିକ୍ଷା ପାଇଁ ବିଦେଶା ଗତ ହୋଇ ପାରନ୍ତି ।
ଧନିଷ୍ଠା- ଜମିବାଡି ସମସ୍ୟାର ସି୍ଥତି ଆପଣଙ୍କ ସପକ୍ଷରେ ରହିବ । ଆପଣଙ୍କ ହସମୁଖ ସ୍ୱଭାବ ଅନ୍ୟ ମାନଙ୍କୁ ଖୁସି ରଖିବ । ନିଜର ଧନ ସମ୍ପତ୍ତିକୁ ସୁରକ୍ଷିତ ରଖିବାପାଇଁ ଚେଷ୍ଟା କରନ୍ତୁ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ
ଧନିଷ୍ଠା- ବୈବାହିକ ଜୀବନକୁ ଅଧିକ ସୁଖମୟ ବନେଇବାର ଚେଷ୍ଟା ଆଶାରୁ ଅଧିକ ରଙ୍ଗ ଆଣିବ ପାରିବାରିକ କଷ୍ଟ ଦୂର ହୋଇପାରେ । ସ୍ୱାସ୍ଥ୍ୟରେ ସୁଧାର ଆସିବ । ବ୍ୟବସାୟରେ ଦୂର ଯାତ୍ରା କରିବାର ସୁଯୋଗ ରହିଛି ।
ଶତଭିଷା- ରାଜନୀତିରେ ବିରେଧୀ ଦଳ ବଢିବେ । ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିବ । ବିଦ୍ୟାର୍ଥୀ ମାନଙ୍କ ପାଇଁ ଦିନଟି ଭଲ ରହିବ । ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ ।
ପୂ, ଭାଦ୍ରପଦ- ମହିଳା ମାନଙ୍କର ଆତ୍ମବିଶ୍ୱାସ ବୃଦ୍ଧି ହେବ । ପୁରୁଣା କରଜ ଆପଣଙ୍କୁ ଫେରସ୍ତ ମିଳିପାରେ । ମନୋରଞ୍ଜନ କ୍ଷେତ୍ରରେ ବେଶୀ ଗୁରୁତ୍ୱ ଦେଇ ପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ
ମୀନ
ପୂ, ଭାଦ୍ରପଦ- ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବ୍ୟବସାୟ ପଥ ସୁଗମ ହେବ । ଆୟ ଅବ୍ୟହତ ହେବ। ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । ଶିକ୍ଷା କ୍ଷେତ୍ରରେ କୈାଣସି ଶୁଭ ସମାଚାର ମଧ୍ୟ ମିଳିପାରେ ।
ଉ, ଭାଦ୍ରପଦ- କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି । ନେତା ବା ଉଚ୍ଚପଦସ୍ଥ ଅଧୀକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ ।
ରେବତୀ- ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ କ୍ଷ ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ । ଯେତେ ଭଲ କାମ କରିଲେ ଅନ୍ୟ ମାନେ ଦୋଷ ଖୋଜିବୁଲିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଅଶ୍ୱତଥ୍ ଗଛ ମୂଳରେ ଘିଅ ବତୀ ଜଳାନ୍ତୁ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।