Daily Horoscope 1st October 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

Oct 01, 2026 - 08:15
Daily Horoscope 1st October 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

ମେଷ-
ଅଶ୍ୱନୀ- ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ ।  ପାରିବାରିକ ଜୀବନରେ ପ୍ରଣୟ ଭଙ୍ଗର ସୂଚନା ମିଳିବ । ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ଆବଶ୍ୟକୀୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ ।
ଦ୍ୱିଜା- ସାମାଜିକ କାର୍ଯ୍ୟରେ ଅଂଶଗ୍ରହଣ କରିବେ । ଛାତ୍ରଛାତ୍ରୀମାନେ ବନ୍ଧୁଙ୍କ ସହଯୋଗରେ ଆଗକୁ ଆଗେଇ ଚାଲିବେ । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ ।
କୃତିକା- ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ମାଲିମକଦ୍ଦମାରେ ସଫଳତା ମିଳିବ । ରାଜନୀତିରେ ଆଶା କରିଥିବା ଖବର ପାଇ ଖୁସୀ ହୋଇ ଯିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯    
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ବୃଷ-
କୃତିକା-କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି କାମ ହାସଲ କରିପାରନ୍ତି । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡିପାରନ୍ତି । ଆପଣଙ୍କ ଭୁଲ୍ ନିଷ୍ପତ୍ତି ପରିବାରରେ ଅଶାନ୍ତ ପରିସ୍ଥିତି ସୃଷ୍ଟି କରିବ । 
ରୋହିଣୀ-ସରକାରୀ ପକ୍ଷରୁ ଆର୍ଥୀକ ସାହାର୍ଯ୍ୟ ଓ ସହଯୋଗ ମିଳିବ । ବିଦ୍ୟାର୍ଥୀ ମାନେ କିଛି ସଫଳତା ପାଇପାରନ୍ତି । ଅଧିକ କ୍ରୋଧ କରି ନିଜର କ୍ଷତି କରିପାରନ୍ତି । 
ମୃଗଶିରା- କୋର୍ଟ କଚେରୀ ମାମଲାରେ ଖର୍ଚ୍ଚାନ୍ତ ହୋଇପାରନ୍ତି । ପ୍ରିୟବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବାକୁ ପଡିପାରେ । ମହିଳା ମାନଙ୍କ ମନରେ ନୂଆ ନୂଆ ବିଚାର ଆସିବ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ମୂଳମନ୍ତ୍ର  ପାଠ  କରନ୍ତୁ

ମିଥୁନ-
ମୃଗଶିରା- ପାରିବାରିକ ମାଙ୍ଗଳିକ କାର୍ଯ୍ୟର ସୂଚନା ମିଳିବ । ବ୍ୟବସାୟରେ ପ୍ରତିଷ୍ଠା ଲାଭ କରିବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ପ୍ରିୟତମଙ୍କ ସହିତ ସମ୍ବନ୍ଧ ଭଲ ରହିବ । 
ଆଦ୍ରା- ଶିକ୍ଷା କ୍ଷେତ୍ରରେ ଅଶୁଭ ପ୍ରଭାବ ପଡିବ । ରାଜନିତିରେ ଥିବା ବ୍ୟକ୍ତି ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । କର୍ମକ୍ଷେତ୍ରରେ ଅନିଚ୍ଛା ସତ୍ୱେ ପ୍ରତିକ୍ରିୟାକୁ ପ୍ରକାଶ କରନ୍ତୁ ନାହିଁ । ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ ।
ପୁନର୍ବସୁ- କୋର୍ଟ,କଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ । ମହିଳା ମାନେ ପୂଜା ପାଠରେ ମନୋନିବେଶ କରିବେ । ନିଜର ଆବଶ୍ୟକତା ପୂରଣ କରିବା ପାଇଁ ଋଣ ସୂତ୍ରରେ ଅର୍ଥ ପାଇ ପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର –  ମା ବିରଜାଙ୍କର ଆରଧନା କରନ୍ତୁ

କର୍କଟ-
ପୁନର୍ବସୁ- କାରବାରରେ ଆପଣଙ୍କର ବହୁତ ଲାଭ ହେବ । ଜୀବନ ସାଥୀ ଆପଣଙ୍କର ପ୍ରଶଂସା କରିବେ । ବନ୍ଧୁଙ୍କ ଠାରୁ ଆର୍ଥିକ ସହାୟତା ମିଳିପାରେ । ନିଜ କାମରେ ଯାତ୍ରା ଆପଣଙ୍କ ଲାଗି ଅସୁବିଧା ଜନକ ହେବ । 
ପୁଷ୍ୟା- ଯାନବାହନ ,ବ୍ୟବସାୟରେ ସଫଳତା ଲାଭ କରିବେ । ରାଜନୀତିରେ ପ୍ରତିଷ୍ଠା ଅର୍ଜନ କରିବେ । ଶିକ୍ଷାର୍ଥୀମାନଙ୍କ ପାଇଁ ଦିନଟି ଅନୁକୁଳ ରହିବ । ଜମିବାଡି ସଂପର୍କୀୟ ବିବାଦରୁ ମୁକ୍ତି ପାଇବେ ।
ଅଶ୍ଲେଷା- ଅସୁବିଧାରେ ପଡି ଅର୍ଥ ନେଇଥିବା ଲୋକଟି ଟଙ୍କା ଦେବାରେ ଡେରି କରିବ । ସାମାଜିକ କ୍ଷେତ୍ରରେ ପରୋକ୍ଷ ଶତ୍ରୁତା କାରଣରୁ ଅଶାନ୍ତ ରହିବେ । ଧାର୍ମିକ ବାତାବରଣ ମଧ୍ୟରେ ଆନନ୍ଦ ଅନୁଭବ କରିବେ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଭୂବନେଶ୍ୱରୀ  ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ 

ସିଂହ-
ମଘା- ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ । ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହୋଇପାରନ୍ତି । ବ୍ୟବସାୟରେ ଲାଭବାନ୍ ହେବେ । 
ପୂ,ଫାଲଗୁନି- ଭାବିଥିବା କାମରେ ନିଜ ଦକ୍ଷତା ବଳରେ ପୁରା କରିବେ । ସୁନା ଅଳଙ୍କାର କିଣିବା ଲାଗି ଭାବିବେ । ନୂଆ ଉଦ୍ୟୋଗି ଗଢିବା ପାଇଁ ଭାବିବେ ।
ଉ,ଫାଲଗୁନି- ରାଜନିତିରେ ସହଯୋଗ ମିଳିବ । ପାଠ ପଢାରେ ପରିଶ୍ରମ କରିବାକୁ ପଡିବ । କାହା ପ୍ରତି ଆପଣଙ୍କ ମନ୍ତବ୍ୟ ପ୍ରକାଶ କରନ୍ତୁ ନାହିଁ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗୀଙ୍କ ପୂଜା କରନ୍ତୁ

କନ୍ୟା-
ଉ,ଫଳଗୁନି- ଜୀବନ ସାଥିଙ୍କ ସହ ସମ୍ପର୍କ ଭଲ ରହିବ । କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି ସଫଳତା ଅର୍ଜନ କରିବେ ।ନୂତନ ଆୟପନ୍ଥା ପାଇଁ ଚିନ୍ତିତ ରହିବେ ।
ହସ୍ତା- ଶିକ୍ଷାର୍ଥୀମାନଙ୍କୁ ଆଶାନୁରୂପ ଫଳ ପାଇବା ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ । ରାଜନୈତିକ କ୍ଷେତ୍ରରେ ଅସ୍ଥିରତା ଦେଖାଦେବ । ବନ୍ଧୁ ମାନଙ୍କ ସହିତ ଭ୍ରମଣ ର  ଯୋଗ ରହିଛି ।
ଚିତ୍ରା- ଗାଡି ମଟର ଚଳାଇଲା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନହେଲେ ଅସୁବିଧାରେ ପଡିପାରନ୍ତି । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ନୂତନ ଜିନିଷ କ୍ରୟ କରିପାରନ୍ତି । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -   ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ତୁଳା-
ଚିତ୍ରା- ଦାମ୍ପତ୍ୟ ଜୀବନ ସଜାଡିବା ପାଇଁ ଜୀବନସାଥୀଙ୍କ ସହ କଥା ହେବେ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ ।
ସ୍ୱାତୀ- ନିଜର ଦୋଷ ତୃଟି ସ୍ୱକାର କରିବେ । ଛାତ୍ରଛାତ୍ରିଙ୍କ ଲେଖାପଢାରେ ବାଧା ଦୂର ହେବ । ସରକାରୀ କ୍ଷେତ୍ରରେ ଉନ୍ନତିହେବା ସହ ଶାରୀରିକ ଓ ମାନସିକ ସି୍ଥରତା ଦେଖାଦେବ ।
ବିଶାଖା- ଯାନବାହାନ ଭ୍ରମଣରେ ସତର୍କ ରହିବା ଉଚିତ୍ । ସାମାଜିକ ଗଣ ମାଧ୍ୟମରେ ଦୀର୍ଘଦୀନ ଧରି ରହିବେ ।  ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କର ମୂଳ  ମନ୍ତ୍ର ପାଠ କରନ୍ତୁ

ବିଛା-
ବିଶାଖା- ମାନସିକ ଅବସ୍ଥାରେ ପରିବର୍ତନ ହୋଇପାରେ । ଜୀବନସାଥୀଙ୍କର ସ୍ୱାସ୍ଥ୍ୟକୁ ନେଇ  କିଛି ସମୟ ପାଇଁ ଚିନ୍ତିତ ହୋଇପାରନ୍ତି । କରିଥିବା କର୍ମ ପାଇଁ ଆପଣଙ୍କୁ କିଛି ଅସୁବିଧା ଭୋଗ କରିବାକୁ ପଡିପାରେ ।
ଅନୁରାଧା-ଅଫିସ୍ କାର୍ଯ୍ୟରେ ଡେରି ହୋଇପାରେ । ଘରୋଇ ଝମେଲା କାରଣରୁ ମନଟା ଭଲ ରହିବ ନାହିଁ । ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଲକ୍ଷ୍ୟ ହାସଲରେ ଆଗେଇ ଯିବେ ।
ଜ୍ୟେଷ୍ଠା- ନିଜ ପରିସରରେ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶୃତି ଦେବେ । ଗଠନ ମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଂଶସିତ ହେବେ । ଯାନ ବାହନ, ସଭସମିତି, ପାରିବାରିକ ସମସ୍ୟା ନେଇ ଚିନ୍ତାରେ ରହିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର –ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 

ଧନୁ-
ମୂଳା- ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ଅନ୍ୟଥା ସମସ୍ୟା ବଢ଼ି ଯିବାର ସମ୍ଭାବନା ରହିଛି । ପାରିବାରିକ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ । ଚାକିରୀ ଆଦି କର୍ମକ୍ଷେତ୍ରରେ ସାମାନ୍ୟ ଅସୁବିଧା ଦେଖା ଦେଇପାରେ ।
ପୂ,ଷାଢା-ଦାମ୍ପତ୍ୟ ଜିବନ ହସ ଖୁସିର ପରିବେଶ ମଧ୍ୟରେ ସମୟ ବିତାଇବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରିବେ । ଛାତ୍ରଛାତ୍ରୀ ମାନଙ୍କର ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। 
ଉ,ଷାଢା- ସମ୍ପତି ବଢାଇବାର ଯୋଜନା ସଫଳ ହେବ । ବହୁ ଦିନର ମନସ୍କାମନା ପୂରଣ ହୋଇପାରେ । ଅଜଣା ବ୍ୟକ୍ତିଙ୍କୁ ବିଶ୍ୱାସ କରନ୍ତୁ ନାହିିଁ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩    
ପ୍ରତିକାର – ହନୁମାନଙ୍କ ପୂଜାପାଠ ସହିତ ମନ୍ତ୍ର ଜପ କରନ୍ତୁ

ମକର-
ଉ,ଷାଢା- ପ୍ରେମିକ ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । ଦୁର୍ଘଟଣା ଗସ୍ତ ହୋଇପାରନ୍ତି । ବନ୍ଧୁ ମିତ୍ରଙ୍କର ଆର୍ଥୀକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ । କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ ଓ ସଂଘର୍ଷ କରିବାକୁ ପଡିବେ ।
ଶ୍ରବଣା- କିଛି ନୂତନ ଗୃହ, ଉପଯୋଗି ଭୂମି କ୍ରୟ କରିପାରନ୍ତି । ପିଲାମାନେ ତାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତି ନେଇପାରନ୍ତି । ମହିଳା ମାନେ ପ୍ରତ୍ୟେକ କାର୍ଯ୍ୟ ପାଇଁ ସାବଧାନତା ଅବଲମ୍ବନ କରିବେ ।
ଧନିଷ୍ଠା- ଜମିଜମା କ୍ରୟ କରିବା ପାଇଁ  ଯୋଜନା କରିପାରନ୍ତି ।  କ୍ରିଡା କ୍ଷେତ୍ରରେ ଉଲେଖନୀୟ ସଫଳତା ମିଳିପାରେ । ନିଜର ଚତୁରତା, ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ-
ଧନିଷ୍ଠା- ପାରିବାରିକ ସମସ୍ୟାକୁ ସମାଧାନ କରିବା ପାଇଁ ଚେଷ୍ଟିତ ହେବେ । କର୍ତବ୍ୟ ନିଷ୍ଠା ଯୋଗୁ ସମସ୍ତଙ୍କର ଆଦର ହେବେ । ସାଂସାରିକ ଜୀବନରେ ଚିନ୍ତିତ ରହିବେ ।
ଶତଭିଷା- ବ୍ୟାବସାୟ କ୍ଷେତ୍ରରେ ସତର୍କତା ଅବଲମ୍ବନ କରନ୍ତୁ ନଚେତ୍ ଠକାମିରେ ପଡିବେ । ଛାତ୍ରଛାତ୍ରୀମାନେ ଶିକ୍ଷକ ଓ ଶିକ୍ଷୟତ୍ରୀମାନଙ୍କ ସହଯୋଗରେ ଆଗକୁ ଆଗେଇ ଚାଲିବେ । କର୍ମକ୍ଷେତ୍ରରେ ସତ୍ୟ କହି ବିବାଦର ଶିକାର ହୋଇପାରନ୍ତି ।
ପୂ,ଭାଦ୍ରପଦ- ଦୂର ଯାତ୍ରାକୁ ଭ୍ରମଣ କରିପାରନ୍ତି । ମାଲିମକଦ୍ଦମାରେ ଆପୋସ ସମାଧାନ ଘଟିବାର ଆଶା ରହିଛି । ମହିଳା ମାନେ ପୂଜା ପାଠରେ ମନୋନିବେଶ କରିପାରନ୍ତି ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଦେବଙ୍କ ଗାୟତ୍ରି ମନ୍ତ୍ରକୁ ପାଠ କରନ୍ତୁ   

ମୀନ-
ପୂ,ଭାଦ୍ରପଦ- ବ୍ୟବସାୟ ଅଗ୍ରଗତି କରିବା ପାଇଁ ସାହାଯ୍ୟକାରୀ ଲୋକମାନେ ସହାୟତା କରିବେ । ପରିବାରରେ ଲୋକ ଆପଣଙ୍କ କଥାକୁ ସହମତି ଦେବେ ।  ପ୍ରେମ ସମ୍ପର୍କକୁ ବଢାଇବା ସହିତ ଦାମ୍ପତ୍ୟ ଜୀବରେ ସୁଧାର ଆଣିବେ ।
ଉ,ଭାଦ୍ରପଦ- ବନ୍ଧୁ ମାନଙ୍କ ସହିତ ହସ ଖୁସିରେ ସମୟ କଟାଇବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇଁ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ । 
ରେବତୀ- ଭୂ-ସମ୍ପତି କିଣିବାର ଯୋଗ ରହିଛି । ଘରୋପକରଣ କିଣିବାରେ ଅଧିକ ବ୍ୟୟ କରିବେ । କଠିନ ପରିଶ୍ରମ କରିବା ଫଳରେ ବହୁତ ଭଲ ଫଳାଫଳ ପାଇବେ । ନୂତନ ଦ୍ରବ୍ୟ ଲାଭର ସୁଯୋଗ ରହିଛି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।