Daily Horoscope 1st Sept 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ
ମେଷ -
ଅଶ୍ୱନୀ- ସ୍ୱାସ୍ଥ୍ୟ କ୍ଷେତ୍ରରେ ଉନ୍ନତି ହେବ। ଦାମ୍ପତ୍ୟ ଜୀବନ ପ୍ରେମପୂର୍ବକ ବିତିବ। ଅଫିସରେ କର୍ମଚାରୀଙ୍କ ଉପରେ ବିରକ୍ତ ରୁହନ୍ତୁ ନାହିଁ।
ଦ୍ୱିଜା- ସନ୍ତାନଙ୍କ ଭାଗ୍ୟରେ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଦେଖାଦେବ। ସାମାଜିକ କାର୍ଯ୍ୟରେ ସଫଳତା ପାଇବେ। ଶିକ୍ଷାର୍ଥୀମାନଙ୍କ ଅଧ୍ୟୟନରେ ଆଗ୍ରହ ବଢିବ ।
କୃତିକା- କୋର୍ଟକଚେରୀ ମାମଲାରେ ଚିନ୍ତାରେ ରହିବେ। କୌଣସି କାର୍ଯ୍ୟରେ ମଧ୍ୟସ୍ତି ହୁଅନ୍ତୁ ନାହିଁ। ଆର୍ଥିକ ସହୟତା ପାଇଁ ଅଫିସରେ କାମ କରିନେବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ଆରାଧନା କରନ୍ତୁ
ବୃଷ-
କୃତିକା- କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ଯାତ୍ରା ସମୟରେ ସହଯାତ୍ରୀଙ୍କ କାର୍ଯ୍ୟକଳାପରୁ ବାଧାବିଘ୍ନ ଘଟିପାରେ। ବ୍ୟବସାୟରେ ମନର ବଳ ଖୁବ୍ ଟାଣ ରହିବ।
ରୋହିଣୀ- ପାରିବାରିକ ସ୍ତରରେ ରାଗ, ରୁଷା ଓ ଅଭିମାନଭରା ପରିବେଶ ସୃଷ୍ଟି ହୋଇପାରେ। ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହଯୋଗରେ ଅଭିଳାଷ ପୂରଣ ହେବ ।
ମୃଗଶିରା- ରାଜନୀତିରେ କୈାଣସି କାମକୁ ହାତକୁ ନେବେ। ମହିଳାମାନେ ଈଶ୍ୱର ବିଶ୍ୱାସୀ ହେବେ। ଜମିଜମା ସମ୍ପର୍କିତ ବିବାଦ ହେତୁ ଦୁଶ୍ଚିନ୍ତା ବଢିପାରେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଶ୍ରୀ ପର୍ଶୁରାମଙ୍କର ପୂଜା କରନ୍ତୁ
ମିଥୁନ-
ମୃଗଶିରା- ନିଜର ଉଦାରତା ଓ ସହନଶୀଳତା ଗୁଣରୁ ସମସ୍ତଙ୍କର ଆଦରଣୀୟ ହେବେ। ପାରିବାରିକ କ୍ଷେତ୍ର ଗତାନୁଗତିକ ରୀତିରେ ଚାଲିବ। କର୍ମ କ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ସହଜରେ ପୂରଣ ହେବ।
ଆଦ୍ରା- ପ୍ରଶାସନିକ କ୍ଷେତ୍ରରେ ସାହାଯ୍ୟ ପାଇବେ। ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି। ଶିକ୍ଷାର୍ଥୀମାନେ ସଫଳତା ଦିଗକୁ ଗତି କରିବେ।
ପୁନର୍ବସୁ- କଚେରୀ ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ମହିଳାମାନେ କାର୍ଯ୍ୟରେ ବ୍ୟସ୍ତ ରହିବେ। ବିଭିନ୍ନ ଅନୁଷ୍ଠାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ
କର୍କଟ-
ପୁନର୍ବସୁ- ପରିବାରରେ ସମସ୍ୟା ଜନିତ ଅଧିକାଂଶ ସମୟ ଅନ୍ୟମନସ୍କ ରହିପାରନ୍ତି। ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ପାଇଲେ ମଧ୍ୟ ମନରେ ଶାନ୍ତି ଆସିବ ନାହିଁ ।
ପୁଷ୍ୟା- ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। ରାଜନୀତିରେ ଲୋକ ସଂପର୍କ ବଢିବ। କଳା, ସାହିତ୍ୟ କ୍ଷେତ୍ରରୁ ସୁଫଳ ପାଇବେ।
ଅଶ୍ଳେଷା- ଅର୍ଥର ଆବଶ୍ୟକତା ପୂରଣ କରିବା ସକାଶେ ଜମିଜମା, ପୁରାତନ ଗୃହ, ଯାନ୍ତ୍ରିକ ଜିନିଷ, ଯାନବାହନ ପ୍ରଭୃତି ବିକ୍ରି କରିପାରନ୍ତି। ମହିଳାମାନେ ଚିନ୍ତିତ ହେବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର- ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ସିଂହ-
ମଘା- କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ। ନୂଆ କାର୍ଯ୍ୟ ପାଇଁ ପ୍ଲାଲିଙ୍ଗ କରି ପାରନ୍ତି। ଯାହା ଆପଣଙ୍କୁ ସଫଳତା ଆଣିଦେବ।
ପୂ,ଫାଲଗୁନି- ଛାତ୍ରଛାତ୍ରୀମାନେ ପଢାରେ ଭଲ ସଫଳତା ଆଣିବେ। ରୁଣ କିମ୍ବା ଉଧାର ନେବା ଠାରୁ ଦୂରେଇ ରହିବା ଉଚିତ୍। ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ।
ଉ,ଫାଲଗୁନି- ମହିଳାମାନେ ଭ୍ରମଣର ସୁଯୋଗ ପାଇବେ। ଅନେକ ଦିନରୁ ଧାର୍ଯ୍ୟ କରିଥିବା ଲକ୍ଷ ପୂରଣ କରିବେ। ଜମିଜମା ଜନିତ କ୍ରୟ, ବିକ୍ରୟରୁ ଲାଭ କମାଇ ପାରିବେ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ସୂର୍ଯ୍ୟ ଦେବତାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କନ୍ୟା-
ଉ-ଫାଲ୍ଗୁନୀ- ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବାକୁ ପଡ଼ିବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ପରିବାର ସଦସ୍ୟଙ୍କ କାର୍ଯ୍ୟକଳାପ ଅସନ୍ତୋଷ ସୃଷ୍ଟି କରିପାରେ।
ହସ୍ତା- ଶିଳ୍ପ, ବାଣିଜ୍ୟ ଓ ପରିବହନରେ ପ୍ରତିବନ୍ଧକ ଦୁଶ୍ଚିନ୍ତାର କାରଣ ହୋଇପାରେ। ବିଦ୍ୟାର୍ଥୀ ମାନଙ୍କର ପାଠ ପଢା ପ୍ରତି ଆଗ୍ରହ ସୃଷ୍ଠି ହେବ।
ଚିତ୍ରା- ଅଟକି ରହିଥିବା କାମକୁ ପୂର୍ଣ୍ଣାଙ୍ଗ କରିବେ। କୋର୍ଟରେ ଚାଲିଥିବା ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବ। ରାଜନୀତି କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ।
ତୁଳା-
ଚିତ୍ରା- ପାରିବାରିକ କ୍ଷେତ୍ର ଶୃଙ୍ଖଳିତ ରହିବା ସାଙ୍ଗକୁ ଅର୍ଥଲାଭ ହୋଇପାରେ। କର୍ମକ୍ଷେତ୍ରରେ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆସ୍ୱସ୍ତି ଅନୁଭବ କରିବେ। ବ୍ୟବସାୟରେ ସାମାନ୍ୟ ଲାଭ ମିଳିବ। ଚାକିରୀରେ ବେତନ ବୃଦ୍ଧିର ସମ୍ଭାବନା ଅଛି।
ସ୍ୱାତୀ- ରାଜନୀତିରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିବା ସହ ଅସ୍ଥିରତା ସୃଷ୍ଟି କରିବ। ବିଦ୍ୟାର୍ଥୀମାନେ ବିଦେଶ ଯାଇପାରନ୍ତି। ନିଜର ପରିସର ବୃଦ୍ଧି ପାଇଁ ଯଥା ସମ୍ଭବ ପ୍ରୟାସ କରିବେ।
ବିଶାଖା- ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ ହେବ। କୈାଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ। ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କିଛି ନୂଆ ଯୋଜନା କରିବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ।
ବିଛା-
ବିଶାଖା- କର୍ମକ୍ଷେତ୍ରରେ ଅତ୍ୟଧିକ ଯୁକ୍ତିତର୍କ କରିବା ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ ଅତ୍ୟଧିକ କାର୍ଯ୍ୟବ୍ୟସ୍ତ ଯୋଗୁ ଖାଦ୍ୟପେୟ ଠିକ୍ ରହି ନ ପାରେ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ।
ଅନୁରାଧା- ଅର୍ଥନୈତିକ ପ୍ରଗତି ଜୀବନଯାତ୍ରାକୁ ସୁଖମୟ କରିବ। ରାଜନୀତିରେ ପଦୋନ୍ନତି ବୃଦ୍ଧି ଆଶା କରୁଥିବା ବ୍ୟକ୍ତିମାନେ କିଛି ଭଲ ଖବର ପାଇପାରିବେ।
ଜ୍ୟୋଷ୍ଠା- ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। ଋଣ ପରିଶୋଧ କରିବା ସହିତ ଋଣ ପ୍ରାପ୍ତିର ସୁଯୋଗ ମଧ୍ୟ ପାଇବେ। ମହିଳାମାନେ କଠିନ ପରିଶ୍ରମ କରିବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ମା ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ
ଧନୁ-
ମୂଳା-ପାରିବାରିକ ଜୀବନ ସୁଖରେ କଟିବା ସହିତ ବିଳାସବ୍ୟସନ ପ୍ରତି ରୁଚି ବଳିବ। ଅର୍ଥନୈତିକ ଅଭିବୃଦ୍ଧି ଓ ବୈଷୟିକ ସୁଖ, ସମୃଦ୍ଧି ମନକୁ ଖୁସି କରିବାରେ ସାହାଯ୍ୟ କରିବ। ପୁରୁଣା ରାଗ ଶୁଝାଇବା ସକାଶେ କେହି ଜଣେ ମିଥ୍ୟା ଅଭିଯୋଗ ଆଣିପାରନ୍ତି।
ପୂ,ଷାଢା- ରାଜନୀତିରେ ମହତ୍ୱାକାଂକ୍ଷା ପୂରା ହେବ। ଚାକିରି ବୃତ୍ତିରେ ଅଧୁରା ସ୍ୱପ୍ନ ପୂରା ହୋଇପାରେ। ପିଲାମାନେ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ।
ଉ,ଷାଢା- ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ। ସତର୍କରେ ପଦକ୍ଷପ ନନେଲେ ଲକ୍ଷ ସାଧନରେ ବିଳମ୍ବ ଘଟିବ। ମହିଳାମାନେ ଅନ୍ୟକୁ ସାହାଯ୍ୟ କରିବେ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କୁ ଆରଧନା କରନ୍ତୁ
ମକର-
ଉ, ଷାଢା- ଭୁଲ୍ ବୁଝାମଣା କାରଣରୁ ପରିବାର ଭିତରେ ସମ୍ପର୍କ ହାନି ଘଟିବାର ଆଶଙ୍କା ରହିଛି। ଅନେକାଂଶରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦ୍ୱର ସମ୍ମୁଖୀନ ହେବାକୁ ପଡ଼ିପାରେ।
ଶ୍ରବଣା- ପାରିବାରିକ ସମସ୍ୟା ନେଇ ମାନସିକ ଅସ୍ଥିରତା ସୃଷ୍ଟି ହେବାର ସୂଚନା ରହିଛି। ଅଫିସରେ କୌଣସି ବ୍ୟକ୍ତିଠାରୁ କିଛି କଥା ଶୁଣି ନିଜ ଲୋକଙ୍କୁ ଭୁଲ୍ ବୁଝିବେ। କ୍ୟାରିୟରେ ନୂଆ କୀର୍ତ୍ତିମାନ ସ୍ଥାପନ କରିବେ।
ଧନିଷ୍ଠା- ଯାନବାହନ, ଜମିଜମା, ଗୃହସୀମା, ମାଲିମକଦ୍ଦମା ଓ ଆନୁଷ୍ଠାନିକ କର୍ମରେ ସମସ୍ୟା ଲାଗି ରହିବ। ମହିଳାମାନେ ବହୁତ କଷ୍ଟ କରି ନିଜର ସ୍ୱପ୍ନ ପୂରଣ କରିବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- କାଳୀଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ
କୁମ୍ଭ-
ଧନିଷ୍ଠା- ଅଧିକ ଭାଗ୍ୟଶାଳୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। କର୍ମ କ୍ଷେତ୍ରରେ ଅନ୍ୟମାନେ ଆପଣଙ୍କର କର୍ମ କରିବାର ଶୈଳୀକୁ ବୁଝିପାରିବେ ନାହିଁ। ମିଠା କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବେ।
ଶତଭିଷା- ସନ୍ତାନମାନଙ୍କ ସଫଳତାକୁ ଦେଖି ଆପଣ ଖୁସି ଅନୁଭବ କରିବେ। ଭାବୁଥିବା କଥାକୁ ବନ୍ଧୁଙ୍କ ଆଗରେ କହି ପାରିବେ ନାହିଁ। ବାଦବିବାଦ କ୍ରମେ ଜଟିଳ ହେବ କିନ୍ତୁ ଆପଣ ସଫଳତା ହାସଲ କରିବେ।
ପୂ,ଭାଦ୍ରପଦ- ମାଙ୍ଗଳିକ କାର୍ଯ୍ୟ କରିବା ପାଇଁ ବିଚାର କରିବେ। ନୂଆ କଳାକୈାଶଳ ଶିଖିବାକୁ ସୁଯୋଗ ମିଳିବ। ରାଜନୀତିରେ ଥିବା ବ୍ୟକ୍ତିମାନେ ସଫଳତା ପାଇବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ
ମୀନ-
ପୂ, ଭାଦ୍ରପଦ- ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ନଦେଲେ ଅସୁବିଧାର ସମ୍ମୁଖୀନ ହେବାକୁ ପଡିପାରେ। ପରିବାର ସହ ଖୁସିରେ ସମୟ ଅତିବାହିତ କରିବେ।
ଉ, ଭାଦ୍ରପଦ- କର୍ମକ୍ଷେତ୍ରରେ ପଦୋନ୍ନତି ଘଟିବ। ପରକଥାରେ ପ୍ରଭାବିତ ହୋଇ ଭୁଲ୍ ମାର୍ଗ ଅନୁସରଣ କରିପାରନ୍ତି। ନୂତନ କାର୍ଯ୍ୟରେ ନିଯୁକ୍ତି ପାଇବେ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ଉତ୍ତମ ଫଳ ପ୍ରଦର୍ଶନ କରିବେ।
ରେବତୀ- ଜମିଜମା କାରବାର ବୃଦ୍ଧି ପାଇଁ ଚେଷ୍ଟା କଲେ ଉପକୃତ ହେବେ। ନିଜର କ୍ଷମତାର ଅପବ୍ୟବହାରଜନିତ ବିରକ୍ତିକର କଥା କହି ଅପଦସ୍ଥ ହେବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।