Daily Horoscope 20th Sept 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ
ମେଷ-
ଅଶ୍ୱନୀ- ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । କାର୍ଯ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ । ବ୍ୟବସାୟରେ କ୍ଷତି ଘଟିବା ଯୋଗୁ କ୍ରମେ କାରବାର ସଙ୍କୁଚିତ ହେବ । ସ୍ୱାସ୍ଥ୍ୟ ସମନ୍ଧରେ ସମସ୍ୟା ଦୂର ହେବ ।
ଦ୍ୱିଜା- ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ । ଛାତ୍ରଛାତ୍ରୀ ମାନେ ପଢାପଢିରେ ଉନ୍ନତି କରିବେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ
କୃତିକା- ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । କୋର୍ଟ ମାମଲାରେ ବିଜୟ ଲାଭ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ପ୍ରତିଦିନ ସକାଳୁ ସୂର୍ଯ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ
ବୃଷ-
କୃତିକା- ସବୁ କାମରେ ଆଗୁଆ ରହି କାମ କରିବା ହେତୁ ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ। ପରିବାରର ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ମନକୁ ଭାରାକ୍ରାନ୍ତ କରିପାରେ। ସାହିତ୍ୟ ଚର୍ଚ୍ଚା ଓ ସାମ୍ବାଦିକତାରୁ ପ୍ରଶଂସିତ ହେବେ ।
ରୋହିଣୀ- ମାଙ୍ଗଳିକ କାର୍ଯ୍ୟ ସକାଶେ ଆତ୍ମୀୟଙ୍କ ସହ ଆଲୋଚନା କରିପାରନ୍ତି। କର୍ମକ୍ଷେତ୍ରରେ କୌଣସି ବନ୍ଧୁଙ୍କ ଅସଂଯତ କାର୍ଯ୍ୟକଳାପ ସମସ୍ୟାକୁ ବଢାଇ ଦେବ। ସାମ୍ବାଦିକତା କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ ।
ମୃଗଶିରା- ପ୍ରତିଯୋଗିତା ମୂଳକ ପରୀକ୍ଷାରେ ସଫଳତା ପାଇବେ । ଉତରାଧିକାରୀ ସୂତ୍ରରେ କୈାଣସି ସମ୍ପତିର ମାଲିକାନା ପାଇପାରନ୍ତି । ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ୱେତଚନ୍ଦନ କର୍ପୂରମିଶେଇ ମସ୍ତକରେ ଧାରଣ କରନ୍ତୁ
ମିଥୁନ-
ମୃଗଶିରା- ନିଜ ଲୋକଙ୍କୁ ବୃଥା ସନ୍ଦେହ କରି ନିଜେ ହିଁ କ୍ଷତିରେ ପଡିବେ । ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ସନ୍ତାନ ଚିନ୍ତା ଦେଖା ଦେଇପାରେ । କୈାଣସି କାମକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବେ ।
ଆଦ୍ରା- ଅଫିସରେ କରିଥିବା କାମର ପର୍କ ମଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଜୀବନରେ ନୂଆ ସଂକେତ ମିଳିପାରେ । ବନ୍ଧୁ ବର୍ଗଙ୍କ ସହିତ ସଂଜବୁତ୍ ରହିବ । ଖବରଦାତା, ଆଇନଜ୍ଞ ମାନେ ବିଶେଷ ଉପକୃତ ହେବେ ।
ପୁନର୍ବସୁ- ଶିକ୍ଷାର୍ଥୀ ମାନେ ପଥ ଭ୍ରଷ୍ଟ ହୋଇ ପାରନ୍ତି । ପଡୋଶୀ ସବୁ ପାସୋରି ବନ୍ଧୁତାର ହାତ ବଢାଇବେ । ଖବରଦାତା, ଆଇନଜ୍ଞ ମାନେ ବିଶେଷ ଉପକୃତ ହେବେ ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗୋମାତାଙ୍କୁ ଖାଇବାକୁ ଦିଅନ୍ତୁ
କର୍କଟ-
ପୁନର୍ବସୁ- ବକେୟା ଅର୍ଥ ଆଦାୟ ସକାଶେ ଅନ୍ୟର ସାହାଯ୍ୟ ନେବାର ସମ୍ଭାବନା ରହିଛି । ଦୀର୍ଘ ଦିନରୁ କଥାବାର୍ତ୍ତା କରୁ ନ ଥିବା ବନ୍ଧୁଟି ନିକଟକୁ ଆସିବେ । ମାନସିକ ଅସ୍ଥିରତା କାରଣରୁ କର୍ମ କ୍ଷେତ୍ରରେ ଅଶାନ୍ତି ଲାଗିପାରେ ।
ପୁଷ୍ୟା- ରାଜନୀତି, ପ୍ରଶାସନ, ସଭାସମିତି, ଲେଖାପଢ଼ା, ଯାତ୍ରା ପାଇଁ ଦିନଟି ଭଲ। ଅସମର୍ଥିତ ସୂତ୍ରରୁ ଭୁଲ୍ ଖବର ପାଇ ସାମୟିକ ବିବ୍ରତ ହେବେ।
ଅଶ୍ଳେଷା- ନୂତନ ଉତ୍ସାହ ଓ ଆନନ୍ଦମୟ ପରିବେଶରେ ସମୟ ଅତିବାହିତ ହେବ । ସ୍ୱାସ୍ଥ୍ୟରେ ଉନ୍ନତି, ପରିବାର ସଦସ୍ୟଙ୍କ ଆଶାପୂରଣ ଓ ଯାତ୍ରାରେ ସଫଳତା ପାଇବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – କୈାଣସି ଅସହାୟ ବ୍ୟକ୍ତିଙ୍କୁ ସାହାର୍ୟ୍ୟ କରନ୍ତୁ
ସିଂହ-
ମଘା- ସୁଖ, ସମୃଦ୍ଧି ବଢିବ , ମହିଳା ମାନେ ସମ୍ମାନୀୟ ହେବେ । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ । ଧାତୁଅଳଙ୍କାର କ୍ରୟ କରି ସାମୟିକ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ ।
ପୂ- ଫାଲ୍ଗୁନୀ- ଗଣମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ । ଚଳଚିତ୍ରରେ ସୁନାମ ଅର୍ଜନ କରିପାରନ୍ତି । ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ଇଲେକ୍ଟ୍ରୋନିକ ସାମଗ୍ରୀ କିଣି ପାରନ୍ତି ।
ଉ- ଫାଲ୍ଗୁନୀ- ସରକାରୀ ସ୍ଥରରେ କେତେକ ସୁବିଧା ପାଇବା ହେତୁ ଖୁସି ରହିବେ । ନୃତ୍ୟ ବାଦି କ୍ଷେତ୍ରରେ ସୁନାମ ଅର୍ଜନ କରିପାରନ୍ତି । ଦୁର୍ଘଟଣାର ଶିକାର ହୋଇପାରନ୍ତି । କୈାଣସି ସହପାଠୀ ଆପଣଙ୍କର ସାହାଯ୍ୟ ଆଶା କରିପାରନ୍ତି
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ
କନ୍ୟା-
ଉ- ଫାଲ୍ଗୁନୀ- ସ୍ୱାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ । ବନ୍ଧୁ ମିଳନ, ଦୂରଯାତ୍ରା, ଶୁଭକାର୍ୟ୍ୟରେ ସହଯୋଗ କରିପାରନ୍ତି । କର୍ମକ୍ଷେତ୍ରରେ ବନ୍ଧୁତା ରହିଥିବା ବ୍ୟକ୍ତିମାନଙ୍କ ଦ୍ୱାରା ପ୍ରତ୍ୟେକ କାମ କରାଇ ନେବେ ।
ହସ୍ତା- କେତେକ କ୍ଷେତ୍ରରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ । ଖର୍ଚ୍ଚ ପରିମାଣ କ୍ରମଶଃ ବଢ଼ିବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ । ଲେଖାପଢ଼ା କ୍ଷେତ୍ରରେ ଶୁଭଫଳ ପାଇବେ ।
ଚିତ୍ରା- ଯାତ୍ରା ସମୟରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତ, ନଚେତ୍ ହଜିଯିବା ସମ୍ଭାବନା ରହିଛି । ଦ୍ୱନ୍ଦ୍ୱରେ ପଡ଼ି ବନ୍ଧୁଙ୍କ କଥାକୁ ଓଲଟା ବୁଝି ମନକୁ ଭାରାକ୍ରାନ୍ତ କରିପାରନ୍ତି। ଅଟକି ରହିଥିବା କାମଗୁଡ଼ିକ ସୁବିଧାରେ ହୋଇଯିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ
ତୁଳା-
ଚିତ୍ରା- ଭଲ କଥା କହି ବନ୍ଧୁ ମନରେ ବିଶ୍ୱାସ ଆଣିବେ । କର୍ମଜିବୀ ମାନଙ୍କ ପାଇଁ କର୍ମ କ୍ଷେତ୍ରରେ ଉନ୍ନତି ଆସିପାରେ । ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ ।
ସ୍ୱାତୀ- କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ, ଶତୃମାନଙ୍କ ଉପଦ୍ରବ ବୃଦ୍ଧି ପାଇବ । ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ । କ୍ରୀଡାକ୍ଷେତ୍ରରେ ଭଲ ସଫଳତା ପାଇବେ ।
ବିଶାଖା- ବିଶେଷତଃ ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ପ୍ରେମ ସଂପର୍କ ମଜବୁତ୍ ରହିବ । ଜମିବାଡି ସଂପର୍କୀୟ ବିବାଦରୁ ମୁକ୍ତି ପାଇବେ । ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହଯୋଗ ବାଞିତ ଅଭିଳାଷ ପୂରଣ ହେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଫଟକୁ ପୂଜା କରନ୍ତୁ
ବିଛା-
ବିଶାଖା- ପାରିବାରିକ ସମସ୍ୟା ମଧ୍ୟ ସମାଧାନ ହୋଇଯିବ । ବେପାର, ବାଣିଜ୍ୟ ତଥା ଆଇନ ଅଦାଲତରୁ ସୁଫଳ ପାଇବେ । ଆର୍ଥିକ ସ୍ଥିତି ଭଲ ରହିଥିବାରୁ କାମଗୁଡ଼ିକ ସମ୍ପନ୍ନ କରିବାରେ ଅସୁବିଧା ରହିବ ନାହିଁ ।
ଅନୁରାଧା- ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା ହେତୁ ସାମୟିକ ଚିନ୍ତା ଉଦ୍ରେକ ହୋଇପାରେ । କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ଆଦୃତି ଲାଭ କରିବେ। ରାଜନୈତିକ କ୍ଷେତ୍ରରେ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ ।
ଜ୍ୟୋଷ୍ଠା- ପୁରୁଣା ଘର ମରାମତି କରିବା ପାଇଁ ମନସ୍ଥ କରିବେ । ରାଜନୀତି ଓ ସାଙ୍ଗଠନିକ କ୍ଷେତ୍ରରେ ତଥା ନିଜ ପରିସରରେ ପ୍ରତିଷ୍ଠିତ ହେବେ । ମହିଳା ମାନେ ପିଲାମାନଙ୍କ ସହ ଖୁସିରେ ସମୟ କଟାଇବେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ
ଧନୁ-
ମୂଳା- ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ ।
ପୂ, ଷାଢା- ଜୀବନ ସାଥୀ କୋଣସି ଉପହାର ଦେଇ ଆପଣଙ୍କୁ ଆଶ୍ଚର୍ୟ୍ୟ କରି ଦେବେ ଜ୍ଝ କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ।
ଉ, ଷାଢା- ବିଦ୍ୟାର୍ଥୀମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖି ବା ଜରୁରୀ ଅଟେ । ନୂତନ ଆୟର ପନ୍ଥା ଖୋଲିଯିବା ସହ ଉତମ ରୋଜଗାର ହେବ । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ
ମକର
ଉ, ଷାଢା- ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆନନ୍ଦ ଅନୁଭବ କରିବେ । ଭ୍ରାତୃ ସମ୍ପର୍କ କ୍ଷେତ୍ରରେ ସଫଳତା ପ୍ରଦାନ କରିବ । କର୍ମକ୍ଷେତ୍ରରେ ନିଜ ଉପରେ ନ୍ୟସ୍ତ ଥିବା କାର୍ଯ୍ୟକୁ ଏକାଗ୍ରତା ସହ ତୁଲାଇବେ ।
ଶ୍ରବଣା- ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂର ହୋଇଯିବ । ଚେଷ୍ଟା କରୁଥିବା ଦିଗରୁ ଧନ ପାଇ ଖୁସି ହୋଇପାରନ୍ତି। ଯାତ୍ରା ସମୟରେ କୌଣସି ଅପରିଚିତଙ୍କ କଥାକୁ ବିଶ୍ୱାସ କରି ହଇରାଣରେ ପଡ଼ିଯାଇ ପାରନ୍ତି ।
ଧନିଷ୍ଠା- ଆର୍ଥିକ ସ୍ଥିତି ସେତେଟା ଭଲ ନ ଥିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ । ଲେଖାପଢ଼ା, ଆଲୋଚନା, ଚୁକ୍ତିପତ୍ର କ୍ଷେତ୍ରରେ ସୁଫଳ ପାଇବେ। ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ର ଓ ଅଦାଲତର ରାୟ ସପକ୍ଷରେ ଯିବ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କୁମ୍ଭ
ଧନିଷ୍ଠା- ପ୍ରେମିକ ପ୍ରେମିକା ସଂପର୍କ ମଧୁର ରହିବ । ଧର୍ମ ଓ ସାଂସୃତିକ କାର୍ୟ୍ୟରେ ଯୋଗଦାନ କରିବେ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ ।
ଶତଭିଷା- ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ବାଣିଜ୍ୟ ବ୍ୟବସାୟରେ ସି୍ଥର ଅବସ୍ଥା ଲାଗି ରହିବ । ନିଜର ମୂଲ୍ୟବାନ ଵାସ୍ତୁମାନଙ୍କର ବିଶେଷ ଧ୍ୟାନ ରଖନ୍ତୁ ।
ପୂ, ଭାଦ୍ରପଦ- ସାହାଯ୍ୟକାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ଜୀବନ-ସାଥି ଅତି ଉତ୍ତମ ହୋଇଥିବା କାରଣରୁ ଆପଣ ନିଜକୁ ଅତି ଭାଗ୍ୟଶାଳୀ ଅନୁଭବ କରିବେ । ସାମାଜିକ ଓ ପ୍ରଭାବଶାଳୀ କାର୍ଯ୍ୟରେ ମନ ବଳାଇବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସାତଟି ଗୋଲ ମରିଚ ନୀଳ କପଡାରେ ବାନ୍ଧି ଜଳରେ ଭସାଇ ଦିଅନ୍ତୁ
ମୀନ
ପୂ, ଭାଦ୍ରପଦ- ସ୍ୱାସ୍ଥ୍ୟ କ୍ଷେତ୍ରରେ ହାଡ ଜନିତ ସମସ୍ୟା ଦେଖାଦେଇପାରେ । ଗୁରୁଙ୍କର ପରାମର୍ଶରେ ଧର୍ମମାର୍ଗରେ ଯିବା ପାଇଁ ମନବଳାଇ ପାରନ୍ତି । ପିଲାମାନଙ୍କର ଉନ୍ନତିରେ ଖୁସି ଅନୁଭବ କରିବେ ।
ଉ, ଭାଦ୍ରପଦ- କର୍ମ କ୍ଷେତ୍ରରେ ଅର୍ଥାତ୍ ଚାକିରି ହେଉ କି ବ୍ୟବସାୟ-ବାଣିଜ୍ୟ ହେଉ ଆଶାନୁରୂପ ଫଳ ପ୍ରାପ୍ତି ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ । ବେଳେବେଳେ ଧନ ପ୍ରାପ୍ତି ଆଦି ଶୁଭଫଳ ମଧ୍ୟ ପାଇବେ ।
ରେବତୀ- ନୂତନ ଗୃହପୋକରଣ କ୍ରୟ କରିପାରନ୍ତି । ସାହିତ୍ୟ, ଗବେଷଣା ତଥା ରଚନାତ୍ମକ କାର୍ୟ୍ୟରେ ଅଗ୍ରଗତି ଘଟିବ । ପିଲାଙ୍କ ସକାଶେ ଅଶାନ୍ତି ରହି କୌଣସି କାମକୁ ଠିକ୍ ଭାବେ କରିପାରିବେ ନାହିଁ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।