Daily Horoscope 22nd Aug 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

Aug 22, 2026 - 08:14
Daily Horoscope 22nd Aug 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

ମେଷ-        
ଅଶ୍ୱନୀ- କର୍ମକ୍ଷେତ୍ରରେ ସାଧାରଣ ପରିଶ୍ରମରେ ବେଶି ସଫଳତା ପାଇବେ । ପରିବାର ଭିତରେ ସମ୍ପର୍କ ହାନି ଫଳରେ ଚିନ୍ତା ପ୍ରକଟ କରି ପାରନ୍ତି । ବ୍ୟବସାୟ ସ୍ଥଳରେ ଉଚ୍ଚ ଅଧିକାରୀମାନଙ୍କ ସହିତ ଆବଶ୍ୟକ ଚର୍ଚ୍ଚା ସାମିଲ ହେବାର ସୁଯୋଗ ପ୍ରାପ୍ତ ହେବ । 
ଦ୍ୱିଜା- ରାଜନୈତିକ କ୍ଷେତ୍ରରେ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । 
କୃତିକା-ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ । ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା କାରଣରୁ ସାମୟିକ ଚିନ୍ତା କରିପାରନ୍ତି । କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ । 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ରୁଟି କୁକୁରକୁ ଖାଇବାକୁ ଦିଅନ୍ତୁ

ବୃଷ-
କୃତିକା- ଜୀବନ ଶୈଳୀରେ ସାବଧାନତା ଅବଲମ୍ବନ କଲେ ସବୁ ପୁରୁଣା ରୋଗରୁ ମୁକ୍ତି ମିଳିବ ।  ପରିବାରରେ ହସଖୁସିର ବାତାବରଣ ଖେଳିଯିବ । ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ ।
ରୋହିଣୀ- ସଭାସମିତିରେ କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହୋଇଯିବ । କର୍ମ କ୍ଷେତ୍ରରେ ନିଜର ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ପିଲାମାନେ ପାଠପଢା ପ୍ରତି ବିମୁଖ ହେବେ
ମୃଗଶିରା- ଜମିଜମା ବିବାଦରେ ବିଜୟୀ ହେବେ । ନାରୀମାନେ କୈାଣସି କ୍ଷେତ୍ରରେ ସମ୍ମାନିତ ହୋଇ ପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ

ମିଥୁନ-
ମୃଗଶିରା-ପରିବାରରେ ଜଗି ରଖି ନ ଚଳିଲେ କଳହ ସୃଷ୍ଟି ହେବାର ସମ୍ଭାବନା ଅଛି । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ଇଚ୍ଛା ବିରୁଦ୍ଧରେ କାର୍ଯ୍ୟ କରିବେ ।
ଆଦ୍ରା- କୌଣସି କାମରେ ତରବର ହେଲେ ଅସୁବିଧାରେ ପଡିପାରନ୍ତି । ଈର୍ଷାପରାୟଣ ବନ୍ଧୁଙ୍କ ଦ୍ୱାରା ମିଥ୍ୟା ଗୁଜବ ମନଲୁ ଚହଲାଇ ଦେବ । ରାଜନୀତିରେ ସଫଳତା ମିଳିବ । 
ପୁନର୍ବସୁ- ଜାଗା, ଜମି, ଉଚ୍ଚସ୍ତରୀୟ ବାହାନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିପାରନ୍ତି । ସାମସ୍ୟା ଗୁଡିକର ସରଳ ସମାଧାନ କରିବାରେ ସମର୍ଥ ହେବେ । ଆର୍ଥିକ ସ୍ଥିତି ସୁଦୃଢ ହେବ । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 

କର୍କଟ-
ପୁନର୍ବସୁ- ପ୍ରତ୍ୟେକ କାମକୁ ଦକ୍ଷତାର ସହ ସମ୍ପାଦନ କରିବାରେ ପ୍ରେରଣା ଯୋଗାଇବ। ଅନ୍ୟମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିପାରେ। ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରି କାମକୁ ଚଳାଇ ନେବେ।
ପୁଷ୍ୟା- ଚାକିରୀରେ ବ୍ୟତିକ୍ରମ ଦେଖାଦେଇପାରେ । ରାଜନୀତିରେ ପଦମର୍ଯ୍ୟାଦା ମିଳିବ । ଛାତ୍ର ଛାତ୍ରୀମାନେ ପାଠପଢା କ୍ଷେତ୍ରରେ ପଛୁଆ ରହିପାରନ୍ତି ।
ଅଶ୍ଲେଷା-ନିର୍ବାଚନ କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରି ପାରିବେ । ସମ୍ପତ୍ତି ବଢାଇବାର ଯୋଜନା ସଫଳ ହେବ । ମହିଳା ମାନେ ଅଳ୍ପ ପ୍ରୟାସରେ କାମ ପୂର୍ଣ୍ଣ କରିବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ସିଂହ-
ମଘା- ଗୃହ କାର୍ଯ୍ୟରେ ବ୍ୟସ୍ତ ରହିବେ । ପେଟ ରୋଗରେ ଆକ୍ରାନ୍ତ ହୋଇପାରନ୍ତି । ପାରିବାରିକ ସମସ୍ୟାକୁ ସୁଧାରିବାକୁ ଚେଷ୍ଟା କରନ୍ତୁ । ବ୍ୟବସାୟରୁ ଲାଭ ପାଇପାରନ୍ତି । 
ପୂ,ଫାଲଗୁନି- ରାଜନୀତିରେ ବିରୋଧୀ ମାନେ ଦୂରେଇଯିବା ଫଳରେ ଅନେକ ଶୁଭ କର୍ମର ସୁଯୋଗ ପାଇବେ । ମାନସିକ ସ୍ଥିତି ଭଲ ରହିବା ସହିତ ଶରୀର ସୁସ୍ଥ ରହିବ । ମିଷ୍ଟବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ ।
ଉ,ଫାଲଗୁନି- ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ପୈତୃକ ସମ୍ପତ୍ତିରେ ସମସ୍ୟା ଦେଖାଦେଇପାରେ । ଗୁରୁଜନଙ୍କ ସେବା କଲେ ଅନେକ ଆଶିର୍ବାଦ ପାଇବେ । 
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

କନ୍ୟା-
ଉ,ଫଳଗୁନି- ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇପାରେ । ଶିଳ୍ପ କ୍ଷେତ୍ରରେ ଶୁଭଫଳ ଲାଭ କରିବେ । କାର୍ଯ୍ୟରେ ସଫଳତା ମିଳିବାରୁ ମନ ପ୍ରସନ୍ନ ରହିବ ।
ହସ୍ତା- କର୍ମକ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଂଶସାବାଣୀ ଶୁଣିବେ ଓ ଉଚ୍ଚ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ । ଛାତ୍ରଛାତ୍ରି ମାନେ ପଢାରେ ମନୋନିବେଶ କରିବେ
ଚିତ୍ରା-ଆଇନ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ମହିଳା ମାନେ ଘର କାମରେ ବ୍ୟସ୍ତ ରହିବେ । ସରକାରୀ କର୍ମଚାରୀ ମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫    
ପ୍ରତିକାର -  ବୁଧାଙ୍କ ଗାୟତ୍ରୀ ମନ୍ତ୍ର ଜପ କରନ୍ତୁ

ତୁଳା-
ଚିତ୍ରା- ନିଜର ପ୍ରଭାବ ଓ ପରାକ୍ରମ ବଢିବାସହ ପ୍ରଶଂସିତ ହେବେ । ଜନସେବାରେ ନିଜକୁ ନିୟୋଜିତ କରି ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ପୁରୁଣା ସମ୍ପର୍କରେ ତିକ୍ତତା ଆସିପାରେ ।
ସ୍ୱାତୀ- ଛାତ୍ରଛାତ୍ରୀ ମାନେ କଠିନ ପରିଶ୍ରମ କରିବା ସହିତ ପଢାପଢିରେ ମନଯୋଗ ଦେଇ ଉଚ୍ଚ ଶିକ୍ଷାରେ ସଫଳତା ହାସଲ କରିବେ । ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ବନ୍ଧୁ ବାନ୍ଧବଙ୍କ ଦ୍ୱାରା କୌଣସି ଜଟିଳ ସମସ୍ୟାର ସମାଧାନ କରିବେ । 
ବିଶାଖା- ଅଜଣା ବ୍ୟକ୍ତିଙ୍କୁ ସାହାର୍ଯ୍ୟ କରି ବିପଦରେ ପଡିବେ । ଆପଣଙ୍କ ପାଇଁ ଆଜି ଦିନଟି କୌତୁହଳ ଜନକ ରହିବ । ବନ୍ଧୁ ମେଳରେ ପ୍ରଶଂସିତ ହେବେ ।     
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଧଳା ରଙ୍ଗର ପୋଷାକ ପିନ୍ଧି ଘରୁ ବାହାରନ୍ତୁ

ବିଛା-
ବିଶାଖା- ଆପଣଙ୍କ ଆର୍ଥୀକ ସ୍ଥିତି ସୁଦୃଢ ରହିବ ।  ନିର୍ଦ୍ଧାରିତ ସମୟ ମଧ୍ୟରେ କାମ କରନ୍ତୁ ଆପଣଙ୍କୁ ଲାଭ ମିଳିବ । ଉତ୍ତମ ବୁଝାବଣା ମାଧ୍ୟମରେ ପରିବାରିକ ଜୀବନ ମଧୁମୟ ରହିବ ।
ଅନୁରାଧା- କୈାଣସି ବରିଷ୍ଠ ନେତାଙ୍କ ପରାମର୍ଶରେ ନିର୍ବାଚନର ସୁଯୋଗ ପାଇପାରନ୍ତି । ଛାତ୍ରଛାତ୍ରି ମାନେ ଉଚ୍ଚଶିକ୍ଷା ପାଇଁ ପ୍ରସ୍ତୁତ ହେବେ । ଅଜଣା ବ୍ୟକ୍ତିଙ୍କ ଠାରୁ ଦୂରେଇ ରୁହନ୍ତୁ ।
ଜ୍ୟେଷ୍ଠା- କୋର୍ଟ କଚେରୀର ଶୁଣାଣି ଆଜି ସ୍ଥିର ହୋଇପାରେ । ସାମ୍ବାଦିକତା କରୁଥିବା ବ୍ୟକ୍ତି ମାନଙ୍କ ପାଇଁ ଦିନଟି ଶୁଭ ହୋଇପାରେ । ନିଜ ମନରେ ନାକାରତ୍ମକ ଚିନ୍ତାକୁ ଆସିବାକୁ ଦିଅନ୍ତୁ ନାହିଁ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା  ପାଠ  କରନ୍ତୁ

ଧନୁ-
ମୂଳା-ପାରିବାରିକ କ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ସାଧାରଣ ବର୍ଗଙ୍କ ଯୋଗେ ପରିସ୍ଥିତିକୁ ନିଜ ତରଫରେ ନେଇ, ସ୍ୱାର୍ଥ ସିଦ୍ଧିର ପଥକୁ ପ୍ରଶସ୍ତ କରିବେ । କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।         
ପୂ,ଷାଢା- ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ପରିଶ୍ରମ କରି ଉଚିତ୍ ମୂଲ୍ୟ ପାଇବେ । ଦିନସାରା କାର୍ଯ୍ୟରେ ବ୍ୟସ୍ତ ରହିବେ ।  ଆପଣଙ୍କ ପ୍ରିୟ ଆପଣଙ୍କୁ ଉପହାର ଦେଇପାରନ୍ତି । 
ଉ,ଷାଢା- ବାଦବିବାଦ ମାଲିମୋକଦ୍ଦମାର ସମ୍ମୁଖୀନ ହୋଇପାରନ୍ତି । ଆତ୍ମୀୟମାନେ ବିଶ୍ୱାସଘାତକତା କରିପାରନ୍ତି । ବିଳାସ ବ୍ୟସନ ଖାଦ୍ୟପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବ୍ରାହ୍ମଣଙ୍କର ସେବା କରି ତାଙ୍କୁ କିଛି ଦ୍ରବ୍ୟ ଦାନ କରନ୍ତୁ

ମକର-
ଉ,ଷାଢା- ପାରିବାରିକ ଖର୍ଚ୍ଚ ବିଶେଷ ବୃଦ୍ଧି ପାଇବା ହେତୁ ଚିନ୍ତିତ ରହିବେ। କର୍ମକ୍ଷେତ୍ର ଭଲ ରହିଲେ ମଧ୍ୟ ପିଲାମାନଙ୍କ ସକାଶେ ମନ ଅସ୍ଥିର ରହିବ। ପରିସ୍ଥିତିବଶତଃ ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବାପାଇଁ ବାଧ୍ୟ ହେବେ।
ଶ୍ରବଣା- ଦମ୍ପତି ମାନଙ୍କର ସନ୍ତାନ ଲାଭର ଯୋଗ ରହିଛି । ସାହିତ୍ୟ, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ । ଅତୀତ ଘଟଣା ବିଷୟରେ ଚିନ୍ତା କରି ମନ ଭଲ ଲାଗିବ ନାହିଁ।
ଧନିଷ୍ଠା- ଶିକ୍ଷାକ୍ଷେତ୍ରରେ ଉନ୍ନତି କରିବା ସହିତ ସାସ୍କୃତିକ କାର୍ଯ୍ୟରେ ଲୋକ ପ୍ରିୟତା ଅର୍ଜନ କରିବେ ।  ସାମାଜିକ ସଂସାର କାମରେ ସହଯୋଗ କରିବେ । ମହିଳା ମାନଙ୍କର ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ହେତୁକ ମନ ଉଦ୍‌ବିଗ୍ନ ରହିବ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮    
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

କୁମ୍ଭ-
ଧନିଷ୍ଠା-ପରିବାରରେ ଜଟିଳ ପରିସ୍ଥିତି ଦେଖାଦେଲେ ମଧ୍ୟ କୌଣସି ଅସୁବିଧାହେବ ନାହିଁ । ଅର୍ଥ ସମ୍ପର୍କିତ ଚୁକ୍ତି ପତ୍ର କଲେ ଲାଭବାନ୍ ହେବେ । ନୂଆଲକ୍ଷ ପୂରଣ ପାଇ ସାହାର୍ଯ୍ୟ ସହଯୋଗ ମିଳିପାରେ । 
ଶତଭିଷା- ଧାର୍ମିକ ଚିନ୍ତାରୁ ଲାଭ ପାଇବେ । ଧୈର୍ଯ୍ୟ ସହ କାର୍ଯ୍ୟ କଲେ ସଫଳତା ହାସଲ କରିବେ । ବିଦ୍ୟାର୍ଥୀ ମାନେ ପ୍ରତିଯୋଗୀତା ପରିକ୍ଷାରେ ସଫଳ ହେବେ । ରାଜନୈତିକ କ୍ଷେତ୍ରରେ ଶତୃମାନଙ୍କ ଠାରୁ ଦୂରେଇ ରହିବା ଭଲ ।
ପୂ,ଭାଦ୍ରପଦ- ଉପସ୍ଥିତି ବୁଦ୍ଧି ଓ କୋଶଳପୂର୍ଣ୍ଣ ବ୍ୟବହାର ଅନ୍ୟମାନଙ୍କୁ ଆପଣାର କରିବାରେ ସାହାର୍ଯ୍ୟ କରିବ । ଘରେ ପୂଜା ପାଠ ଓ ବିଭିନ୍ନ ଶୁଭ କାର୍ଯ୍ୟରେ ଯୋଗ ଦେବେ । ପରିବହନରେ କ୍ଷତି ଆଶଙ୍କା ଅଛି । 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନ ଚାଳିଶା  ପାଠ କରନ୍ତୁ 

ମୀନ-
ପୂ,ଭାଦ୍ରପଦ- ଡାଇବେଟିସ୍ ଜନିତ ସମସ୍ୟା ଦୂର ହୋଇପାରେ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଆଂଶିକ ସଫଳତା ପାଇବେ । ଚେଷ୍ଟା କରୁଥିବା କାମରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ।
ଉ,ଭାଦ୍ରପଦ- ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ । ବିଜ୍ଞାନ ଛାତ୍ରଛାତ୍ରୀ ସଫଳତା ପାଇବେ । ରାଜନୀତିରେ ସମସ୍ତଙ୍କ ପ୍ରତି ନମ୍ର ବ୍ୟବହାର ରହିବ । ଟଙ୍କା ନିବେଶ କରିଲେ ଆଶାତୀତ ଲାଭ ପାଇବେ ।
ରେବତୀ- ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ । ମହିଳା ମାନେ ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିପାରନ୍ତି । ବାକି ପଡିଥିବା ପାଉଣା ଫେରି ପାଇବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩    
ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରିବେ

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।