Daily Horoscope 23rd October 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

Oct 23, 2026 - 08:39
Daily Horoscope 23rd October 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

ମେଷ- ଅଶ୍ୱନୀ-ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ ।

ପତିପତ୍ନୀଙ୍କ ମଧ୍ୟରେ ଭଲ ସପଂର୍କ ସୃଷ୍ଟି ହେବ ।

ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ ।

ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ ।

ଦ୍ୱିଜା- ଛାତ୍ର ଛାତ୍ରି ମାନେ ପଢାରେ ଭଲ ସଫଳତା ଆଣିବେ ।

ରୁଣ କିମ୍ବା ଉଧାର ନେବା ଠାରୁ ଦୂରେଇ ରହିବା ଉଚିତ୍ ।

ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ ।

କର୍ମ କ୍ଷେତ୍ରରେ କୈାଣସି ବ୍ୟକ୍ତିଙ୍କ ଠାରୁ ନିଜେ କରିଥିବା ଭୁଲ କଥା ଜାଣିପାରିବେ ।

କୃତିକା- ବ୍ୟବସାୟରେ ଭାଗ୍ୟର ସହଯୋଗ ପାଇବେ ।

ଅର୍ଥ ସମ୍ମାନର ଅଭାବ ରହିବ ନାହିଁ ।

ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ ।

ନୂତନ ବନ୍ଧୁତ୍ୱ ସୃଷ୍ଟି ହୋଇପାରେ ।

ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର – ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ Advertisment ବୃଷ- କୃତିକା- ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

ସହକର୍ମୀଙ୍କ କଥାରେ ପ୍ରଭାବିତ ହୋଇ କୈାଣସି ନୂତନ କାମ କରିପାରନ୍ତି ।

ବୈବାହିକ ବନ୍ଧନରେ ବାନ୍ଧି ହୋଇପାରନ୍ତି ।

ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବା ସକାଶେ ବହୁତ କଷ୍ଟ ସ୍ୱୀକାର କରିବାକୁ ପଡିବ ।

ରୋହିଣୀ- ବିବେକ ପ୍ରୟୋଗ କରି ସବୁ କାମକୁ ହାସଲ କରିବେ ।

ରାଜନୈତିକ ପରିସ୍ଥିତି ସମ୍ଭାଳିବା ପରିପ୍ରେକ୍ଷୀରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡିପାରେ ।

ସରକାରୀ ସ୍ତରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ ।

ମୃଗଶିରା- ବହୁ ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିପାରନ୍ତି ।

ମହିଳା ମାନେ ଧୈର୍ଯ୍ୟ ଧରି କାମ କରିଲେ କାର‌୍ୟ୍ୟରେ ବିଜୟଲାଭ କରିବେ ।

ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ ।

ବିଦ୍ୟାର୍ଥୀମାନେ ପଢାରେ ଏକାଗ୍ରତା ରକ୍ଷା କରିବେ ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ ମିଥୁନ- ମୃଗଶିରା- ଫେରିବା ବାଟରେ ବନ୍ଧୁଙ୍କ ସହିତ ମତାନ୍ତର ରହିବ ।

ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି ।

ପିତା ମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ସମସ୍ୟା ଦେଖାଦେଇ ପାରେ ।

ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ ।

ଆଦ୍ରା- ବ୍ୟବସାୟରେ ଭାଗ୍ୟର ସହଯୋଗ ପାଇବେ ।

ଅର୍ଥ ସମ୍ମାନର ଅଭାବ ରହିବ ନାହିଁ ।

ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ ।

ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ ପୁନର୍ବସୁ- ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବ ।

କୈାଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ ।

ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କିଛି ନୂଆ ଯୋଜନା କରିବେ ।

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ Advertisment କର୍କଟ- ପୁନର୍ବସୁ- ଆଗରୁ ଭୋଗୁଥିବା ସା୍ୱସ୍ଥ୍ୟଗତ ସମସ୍ୟାରୁ ମୁକ୍ତି ପାଇବେ ।

ପଡୋଶୀମାନେ ଅସହିଷ୍ଣୁତା ପ୍ରକାଶ କରିବେ ।

କୈାଣସି କାମ ସଂପୂର୍ଣ୍ଣ ହେବା ଯୋଗୁଁ ମନ ଖୁସି ରହିବ ।

ନୂତନ ପୋଷାକ ଅଳଙ୍କାର ନିଜ ପାଇଁ କିଣି ପାରନ୍ତି ।

ପାରିବାରିକ ଜୀବନ ଭୃତ୍ୟଲାଭ ଯୋଗ ରହିଛି ।

ପୁଷ୍ୟା- କାହାକୁ କୈାଣସି କଥା ବୁଝାଇବାରେ ଭୁଲ ହୋଇପାରେ ।

ସାମାଜିକ କାର‌୍ୟ୍ୟକୁ ଯିବା ପାଈଁ ଭଲ ଅବସର ମିଳିବେ ।

ରାଜନେତାଙ୍କର ସମାଜରେ ଆଦର ବଢିବ ।

ପଢାରେ ଗୁରୁଜନଙ୍କ ଆଶ୍ରିବାଦ ଲାଭ କରିବେ ।

ଅଶ୍ଲେଷା- ଅଫିସ୍‌ରେ ଆପଣଙ୍କୁ ସାବଧାନ୍ ରହିବାକୁ ପଡିବ ।

ଜମିକୁ ନେଇ ବହୁ ଦିନରୁ ଲାଗି ରହିଥିବା ସମସ୍ୟା ସମାଧାନ ହୋଇଯିବ ।

ମହିଳା ମାନେ ବନ୍ଧୁପରିଜନଙ୍କ ପ୍ରିୟପାତ୍ର ହେବେ ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨ ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ ସିଂହ- ମଘା- କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ ।

କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ ।

ନୂଆ କାର୍ଯ୍ୟ ପାଇଁ ପ୍ଲାନିଙ୍ଗ କରି ପାରନ୍ତି , ଯାହା ଆପଣଙ୍କୁ ସଫଳତା ଆଣିଦେବ ।

ପୂ,ଫାଲଗୁନି- ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ ।

ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ ।

ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ ।

ଉ,ଫାଲଗୁନି- ଜମିଜମା କାରବାରରେ ଉପକୃତ ହେବେ ।

ସରକାରୀ ଚାକିରିଆ ମାନଙ୍କ ପାଇଁ ଭଲ ସୁଯୋଗ ଆସିପାରେ ।

ନିର୍ମାଣ କାର୍ଯ୍ୟରେ ଆଗେଇବେ, ଆଶା ବଢି ବଢି ଚାଲିବ ।

ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧ ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ କନ୍ୟା- ଉ,ଫଳଗୁନି- ଦାମ୍ପତ୍ୟ ଜୀବନ ଖୁସି ଭରା ରହିବ ।

ବ୍ୟପାରୀ ବର୍ଗଙ୍କୁ ଅଚାନକ ଧନ ଲାଭ ହେବ ।

କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରି ଆପଣଙ୍କୁ ଉପହାର ଦେବେ ।

ଚାକିରୀଆଙ୍କୁ ନୂଆ ପକଳ୍ପ ଦାୟିତ୍ୱ ମିଳିବ ।

ହସ୍ତା- ଖାଦ୍ୟ , ପାନୀୟ ପ୍ରତି ସଚେତନ ରୁହନ୍ତୁ ।

କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ ।

ରାଜନିତିରେ ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ହାତ ମିଶାଇବେ ।

ଛାତ୍ରଛାତ୍ରି ଗୁରୁଜନଙ୍କଠାରୁ ଭଲ ପରାମର୍ଶ ପାଇବେ ।

ଚିତ୍ରା- ବେପାରରେ ଯୋଜନା ବଦ୍ଧ ରୂପେ କାମ କରିବେ ।

ଆର୍ଥିକ ଲାଭ ସହ ସମ୍ପତି ବୃଦ୍ଧି ହେବ ।

ଜମିବାଡି ସମ୍ବନ୍ଧୀୟ ମତାନ୍ତର ସୃଷ୍ଟି ହେବ ।

ମହିଳା ମାନେ ପୂଜା, ପାଠରେ ମନ ଲଗାଇବେ ।

ଆୟିନ୍ ଛାତ୍ରୀ ବଡ ଓକିଲଙ୍କ ସହିତ କାମ କରିବେ ।

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର - ଧଳା ବା ନୀଳ ରଙ୍ଗର ପୋଷାକ ପରିଧାନ କରନ୍ତୁ ତୁଳା- ଚିତ୍ରା- ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ ।

ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ ।

ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ ।

ଆମଦାନି ବଢଇବାର ନୂଆ ଯୋଜନ ମୁଣ୍ଡକୁ ଆସିପାରେ ।

ସ୍ୱାତୀ- ରାଜନିତିରେ ଅନେକ ମହତ୍ୱପୂର୍ଣ୍ଣ ନିର୍ଣ୍ଣୟ ନେବେ ଯାହାକି ସମ୍ଭବ ହେବ ନାହିଁ ।

ଶିକ୍ଷାକ୍ଷେତ୍ରରେ ମନୋବାଞ୍ଚିତ ସ୍ଥାନରେ ପଢିବାର ସୁଯୋଗ ପାଇବେ ।

ବିଶେଷ ବ୍ୟକ୍ତିଙ୍କ ଠାରୁ ଶୁଭ ଖବର ପାଇବେ ।

ବିଶାଖା- ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ ।

ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ ।

ନୂତନ ଯାନବାହନ କିଣିବାରେ ସକ୍ଷମ ହୋଇପାରନ୍ତି ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ ବିଛା- ବିଶାଖା- ପ୍ରେମ ସମ୍ବନ୍ଧ ପ୍ରତି ଆପଣ ଅଧିକ ଯତ୍ନବାନ୍ ହେବେ ।

ଅଫିସ୍‌ରେ ଜରୁରୀ କାମରେ କର୍ମଚାରୀଙ୍କ ଠାରୁ ସାହାର‌୍ୟ୍ୟ ପାଇବେ ।

ଔଷଧ ସମ୍ବନ୍ଧୀୟ ବ୍ୟବସାୟ, ଖଣିଜ ସମ୍ପଦ ବ୍ୟବସାୟରୁ ଲାଭବାନ୍ ହେବେ ।

ଅନୁରାଧା- ଜୀବନ ସାଥିଙ୍କୁ ମନ ପସନ୍ଦ ଉପହାର ଦେବେ ।

ରାଜନୀତିରେ ନିଜର ସଂଗଠନିକ ଦକ୍ଷତା ଯୋଗ୍ୟତା ଅନୁସାରେ କୈାଣସି ଉଚ୍ଚ ପଦବୀ ମିଳିପାରେ ।

ବିଦ୍ୟାର୍ଥୀ ମାନେ ପଢାପଢି ପ୍ରସନ୍ନ ରହିବେ ।

ଜ୍ୟେଷ୍ଠା- ସମାଜରେ ଆପଣଙ୍କର ଲୋକ ପ୍ରିୟତା ବଢିବ ।

ସମ୍ପତି ବାଡିକୁ ନେଇ ଲାଗିଥିବା ଆୟନ ଗତ ଲଢେଇରେ ବିଜୟୀ ଲାଭର ଯଥେଷ୍ଟ ସମ୍ଭାବନା ଅଛି ।

ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର – ବିଦ୍ଧି ପୂର୍ବକ ଶିବ ପୂଜା କରନ୍ତୁ ଧନୁ- ମୂଳା- ପେଟ ସମସ୍ୟା ପ୍ରତି ସାବଧାନ ରହିବା ଆବଶ୍ୟକ ।

କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ।

ନୂତନ ଯୋନଜାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ ।

ପୂ,ଷାଢା- କୌଣସି କାମ ଆରମ୍ଭ କରି ଅବଶ୍ୟ ସଫଳତା ପାଇବେ ।

ସମାଜ ସେବାରେ ମନ ବଳାଇବେ ।

କଠିନ ପରିଶ୍ରମ କରୁଥିବା ଛାତ୍ରମାନଙ୍କ ଆଶା ଶେଷରେ ପୂରଣ ହେବ ଉ,ଷାଢା- ନିଜର ଆବଶ୍ୟକତା ପୂରଣ କରିବା ପାଇଁ ଋଣ ସୂତ୍ରରେ ଅର୍ଥ ପାଇ ପାରନ୍ତି ।

କୋର୍ଟ, କଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ ।

ମହିଳା ମାନେ ପୂଜା ପାଠରେ ମନୋନିବେଶ କରିବେ ।

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ ମକର- ଉ,ଷାଢା- ପରିବହନ ଓ ଖାଦ୍ୟ ପଦାର୍ଥକୁ ନେଇ ବ୍ୟବସାୟରେ ନିଜ ଆଶାନୁରୂପକ ବ୍ୟବସାୟ କରିବେ ।

ଗଣ ମାଧ୍ୟମ ପ୍ରତିନିଧି ପାଇଁ ଦିନଟା ବ୍ୟସ୍ତତାରେ କଟିବ ।

ଚାକିରି ଖୋଜୁଥିବା ଲୋକଙ୍କୁ ନିଯୁକ୍ତି ମିଳିବ ।

ଶ୍ରବଣା- ଛାତ୍ରଛାତ୍ରିଙ୍କର ପାଠ ପଢାରେ ମନ ଲାଗିବ ।

ଘର ସଜାଇବାରେ ଧ୍ୟାନ ଦେବେ ।

ଆପଣ ନିଜ ସାଥୀଙ୍କ ଭାବନାକୁ ବୁଝିବେ ।

ରାଜନୈତିକ ସମର୍ଥନ ପାଇବେ ।

ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି ।

ଧନିଷ୍ଠା- ଅଫିସ୍‌ରେ ତଳିଆ କର୍ମଚାରୀ ଆପଣଙ୍କ ଠାରୁ କାମ ଶିଖିବେ ।

ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିପାରନ୍ତି ।

ସମ୍ପତିକୁ ନେଇ ଦୀର୍ଘ ଦିନର ଚିନ୍ତା ଦୂର ହେବ ।

ନାରୀମାନେ ଈର୍ଷାପରାୟଣ ରହିବେ ।

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର – ହନୁମାନଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ କୁମ୍ଭ- ଧନିଷ୍ଠା- ଗଳା ଜନିତ ସମସ୍ୟା ସହିତ ଶରୀରରେ ଅନ୍ୟ କିଛି ସକ୍ରମଣ ଦେଖାଦେଇପାରେ ।

ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ ।

ବ୍ୟବସାୟାଦି ବିଭିନ୍ନ ସଂସ୍ଥାରୁ ଧନର ଆଗମନ ହେବ ଶତଭିଷା- ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ ।

କିଛି ଯାନ୍ତ୍ରିକ ଜିନିଷ ଉପକରଣ କ୍ରୟ କରିପାରନ୍ତି ।

ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବିଦେଶକୁ ଯାଇ ପାରନ୍ତି ।

ପୂ,ଭାଦ୍ରପଦ- ନୂତନ ଯାନବାହନ କିଣିପାରନ୍ତି ।

ରାସ୍ତା ଘାଟରେ ସାବଧାନତା ସହିତ ଯାତାୟତ କରନ୍ତୁ ।

ମହିଳା ମାନେ ଆଭୁଷଣ ପ୍ରିୟ ହେବେ ।

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ ମୀନ- ପୂ,ଭାଦ୍ରପଦ- ପୁରୁଣା ବିଚାର ଛାଡି ନୂଆ ବିଚାର ଗ୍ରହଣ କରିବେ ।

ବିବାହ ଯୋଗ୍ୟ ଯୁବକଙ୍କ ଲାଗି ବିବାହ ପ୍ରସ୍ତାବ ଆସିବ ।

କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ ।

ଉ,ଭାଦ୍ରପଦ- ଶତ୍ରୁମାନେ ସମ୍ମୁଖରେ ନ ହେଲେ ମଧ୍ୟ ପଛରେ ବିଭିନ୍ନ ସମାଲୋଚନାତ୍ମକ କଥା କହିପାରନ୍ତି ।

ପ୍ରସାଧନ ଦୋକାନୀଙ୍କର ଉନ୍ନତି ହେବ ।

ରାଜନୀତିରେ କାମ ଗୁଡିକୁ ସମ୍ପନ୍ନ କରିବେ ।

ଛାତ୍ରଛାତ୍ରି ପଢାରେ ଆଗେଇବା ପାଇଁ ଚେଷ୍ଟା କରିବେ ।

ରେବତୀ- ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ ।

ବିଦେଶରେ ରହି ପଢିବାର ସ୍ୱପ୍ନ ପୂରଣ ହୋଇପାରେ ।

ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି ।

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର – ସୂର‌୍ୟ୍ୟ ନାରାୟଣଙ୍କୁ ଜଳ ପ୍ରଦାନ କରନ୍ତୁ

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।