Daily Horoscope 24th October 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

Oct 24, 2026 - 07:56
Daily Horoscope 24th October 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

ମେଷ- ଅଶ୍ୱନୀ- ବୈବାହିକ ଜୀବନ ସବୁଠୁ ଉତ୍ତମ ରହିବ ।

ବନ୍ଧୁଙ୍କ ସହିତ ବାହାରକୁ ବୁଲି ଯିବାର ଯୋଜନା କରିବେ ।

ଅର୍ଥଲାଭର ଯୋଗ ରହିଥିଲେ ମଧ୍ୟ ଅର୍ଥଭାବକୁ ପୂରଣ କରିବାକୁ ଅସମର୍ଥ ହେବେ ।

ଦ୍ୱିଜା-ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଉତ୍ତିର୍ଣ୍ଣ ହେବେ ।

ରାଜନୈତିକ କ୍ଷେତ୍ରରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢାଇବ ।

ପ୍ରିୟଜନ ମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାର୍ଯ୍ୟ କରିବେ ।

କୃତିକା- ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ନାନିତ ହୋଇପାରନ୍ତି ।

ଶିକ୍ଷାର୍ଥୀ ମାନେ ଶିକ୍ଷାପ୍ରତି ଅଧିକ ଯତ୍ନଶୀଳ ରହିବେ ।

ରାଜନୈତିକ ନେତା ମାନେ ଶାନ୍ତିକାମୀ ହେବେ ।

ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର - ମଙ୍ଗଳଙ୍କର ମନ୍ତ୍ର ପାଠ କରନ୍ତୁ ।

Advertisment ବୃଷ କୃତିକା - କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ ।

କାମରେ ଭାଇ, ଭଉଣୀଙ୍କ ସହଯୋଗ ପାଇବେ ।ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତ ରହିବେ ।

ରୋହିଣୀ – ପଢାପଢିରେ ଶୁଭଫଳ ମିଳିବ ।

କାର୍ଯ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ ।

ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ ।

ନୂଆ ନୂଆ ବନ୍ଧୁ ସୃଷ୍ଟି କରିବେ ।

ମୃଗଶିରା – ମହିଳା ମାନେ ଖାଦ୍ୟ ପ୍ରିୟ ରହିବେ ।

ପ୍ରିୟ ଲୋକଙ୍କ ସହିତ ଆନନ୍ଦିତ ହେବେ ।

ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ ।

ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ ମିଥୁନ- ମୃଗଶିରା- ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ ।

କର୍ମ କ୍ଷେତ୍ରରେ ମାପି ଚୁପି ଚଳି ବା ଭଲ ନହେଲେ କଳହ ଲାଗିପାରେ ।

ଗଣ୍ଡଗୋଳ ପରିସ୍ଥିତିରେ ମଧ୍ୟସ୍ଥି ହୁଅନ୍ତୁ ନାହିଁ ।

ଆଦ୍ରା- ବେପାରରେ ବକେୟା ଅର୍ଥ ପାଇବେ ।

ସୁନା ଅଳଙ୍କାର କିଣିବା ଲାଗି ଭାବିବେ ।

ନୂଆ ଉଦ୍ୟୋଗୀ ଗଢିବା ପାଇଁ ଭାବିବେ ।

ଭାବିଥିବା କାମରେ ନିଜ ଦକ୍ଷତା ବଳରେ ପୁରା କରିବେ ପୁନର୍ବସୁ- ବିଦ୍ୟାର୍ଥୀମାନେ ଗୁରୁଜନମାନଙ୍କ ଆଜ୍ଞା ପାଳନ କରିବେ ।

ମହିଳାମାନେ ଅଳଙ୍କାରମାନ କ୍ରୟ କରିପାରନ୍ତି ।

କିଣାବିକା ବେଳେ ସାବଧନତା ଅବଲମ୍ବନ କରନ୍ତୁ ।

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ Advertisment କର୍କଟ ପୁନର୍ବସୁ – ପାରିବାରିକ ଜୀବନରେ ଅବହେଳା ପ୍ରଦର୍ଶନ କରିବେ ।

ସରକାରୀ ଚାକିରିଆଙ୍କର ମନ ପସନ୍ଦ ଜାଗାକୁ ବଦଳି ହେବ ।

ପାରିବାରିକ ଜୀବନ ଶାନ୍ତିମୟ ହେବ ପୁଷ୍ୟା – ଛାତ୍ରଛାତ୍ରୀ ମାନେ ଉତମ ଫଳ ପ୍ରଦର୍ଶନ କରିବେ ।

କୈାଣସି ବିଶେଷ ଖବର ମିଳିବାର ଯୋଗ ଅଛି ।

ଚାକିରିଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ ।

ଅଶ୍ଳେଷା - ଲେଖକ ଓ କଳାକାରଙ୍କ ଲାଗି ସମୟ ଅନୁକୂଳ ରହିବ ।

ଆପଣଙ୍କ ଶକ୍ତିର ସ୍ତର ଉଚ୍ଚା ରହିବ ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨ ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ସିଂହ- ମଘା- ପରିବାରରେ ସୁଖଶାନ୍ତି ଫେରିଆସିବ ।

ଭାଙ୍ଗିଯାଇଥିବା ସପଂର୍କ ପୁନର୍ବାର ଯୋଡି ହୋଇପାରେ ।

ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ ।

ବ୍ୟବସାୟ, ବାଣିଜ୍ୟରୁ ଭଲ ଲାଭ ପାଇବେ କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିବ ।

ପୂ,ଫାଲଗୁନି- ବିଦ୍ୟାର୍ଥୀମାନଙ୍କ ପାଇଁ ସମୟ ଲାଭପ୍ରଦ ରହିବ ।

ରାଜନୀତିରେ ବରିଷ୍ଠ ବ୍ୟକ୍ତିଙ୍କ ସହିତ ସୁ-ସମ୍ପର୍କ ସ୍ଥାପନ ହେବ ।

ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ ।

ଉ,ଫାଲଗୁନି- ନିଜର ଆବଶ୍ୟକତା ପୂରଣ କରିବା ପାଇଁ ଋଣ ସୂତ୍ରରେ ଅର୍ଥ ପାଇପାରନ୍ତି ।

କୋର୍ଟ,କଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ ।

ମହିଳାମାନେ ପୂଜା ପାଠରେ ମନୋନିବେଶ କରିବେ ।

ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧ ପ୍ରତିକାର – ମାଙ୍କଡକୁ ଗୁଡ ଖାଇବାକୁ ଦିଅନ୍ତୁ କନ୍ୟା ଉ , ଫାଲଗୁନୀ – ବୃତିଗତ ଧନ୍ଦାରୁ ବୈଷୟିକ ଅଭିବୃଦ୍ଧି ଘଟିବ ।

ପରିବାରରେ ବାତାବରଣ ଶାନ୍ତିଦାୟକ ରହିବ ।

ବିବାହ ଯୋଗ୍ୟ ଯୁବକଙ୍କ ଲାଗି ବିବାହ ପ୍ରସ୍ତାବ ଆସିବ ।

ହସ୍ତା – କର୍ତୁପକ୍ଷ ଆପଣଙ୍କୁ କୌଣସି ଦାୟିତ୍ୱ ଦେବେ ।

ବିଦ୍ୟାର୍ଥୀ ମାନେ ସଫଳତା ଲାଭ କରିବେ।

ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ ।

ଆପଣ କୈାଣସି ବିଷୟରେ ବଡ ନିଷ୍ପତି ନେଇପାରନ୍ତି ।

ଚିତ୍ରା – ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକାରତ୍ମକ ରହିବ ।

ଭୂ-ସମ୍ପତି କିଣିବା ପୂର୍ବରୁ ଶୁଭ ମୁହୂର୍ତ ଦେଖନ୍ତୁ ।

ଅଧିକ ଭାବୁକ ହେଲେ ମନ ଅଶାନ୍ତି ରହିବ ।

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ ତୁଳା- ଚିତ୍ରା- ଶାରୀରିକ ଅସୁସ୍ଥତା ଦୂରହେବା ସହ ଅଧିକାରୀ କାମରେ ପ୍ରସନ୍ନ ରହିବେ ।

ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ ।

ଜୀବନ ସାଥିଙ୍କ ସହଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ ।

ସ୍ୱାତୀ- ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ ।

ଶିକ୍ଷାର୍ଥୀମାନେ କିଛି ପରିମାଣରେ ଶୁଭଫଳ ପାଇବେ।

ଚାକିରୀଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ ।

ବ୍ୟପାରୀବର୍ଗଙ୍କୁ ଅଚାନକ ଧନ ଲାଭ ହେବ ।

ବିଶାଖା- ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ ।

ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ ।

ନୂତନ ଯାନବାହନ କିଣିବାରେ ସକ୍ଷମ ହୋଇପାରନ୍ତି ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ବିଛା ବିଶାଖା – ପୂର୍ବ କଥା ପାସୋରି ନୂଆ କାମ ଆରମ୍ଭ କରନ୍ତୁ ।

ଆପଣଙ୍କର ଧ୍ୟାନ ଅଧ୍ୟାତ୍ମ୍ୟ ଦିଗକୁ ଅଧିକ ରହିବ ।

ଜୀବନ ସାଥିଙ୍କ ସହଯୋଗ ଆପଣଙ୍କ ଅଶାନ୍ତି ଦୂର କରିଦେବ ।

ଅନୁରାଧା – ପ୍ରତିଯୋଗିତା ମୂଳକ ପରୀକ୍ଷାରେ ସଫଳତା ପାଇବେ ।

ଇଂଜିନିୟରଙ୍କୁ ବଡ କଂପାନୀରେ ଚାକିରିର ପ୍ରସ୍ତାବ ମିଳିପାରେ ।

କୈାଣସି ଜରୁରୀ ଯୋଜନା ସଫଳ ହେବ ।

ଜ୍ୟେଷ୍ଠା – କାମରେ ଭଲ ପ୍ରଦର୍ଶନ ପାଇଁ ନୂଆ ଉଦ୍ୟମ କରିବେ ।

ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ।

ଜମିରେ ନିବେଶ କରନ୍ତୁ ଲାଭ ମିଳିବ ।

ଦୈନିକ କାର୍ଯ୍ୟସୂଚୀରେ ପରିବର୍ତ୍ତନ କରିବେ ।

ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ ଧନୁ- ମୂଳା- କାମରେ ହଠାତ କୈଣସି ଯୋଜନାରେ ପରିବର୍ତନ କରିପାରନ୍ତି ।

କର୍ମକ୍ଷେତ୍ରରେ ସବୁ କାର୍ଯ୍ୟକୁ ନିଜ ହାତକୁ ନେଇ ଶେଷ କରିବେ ।

ଶରୀର ଭଲ ରହିବା ସହିତ ମିଷ୍ଠାନ ଭୋଜନର ଯୋଗ ବୃଦ୍ଧି ରହିଅଛି ।

ପୂ,ଷାଢା-ଅଧିକ ପରିଶ୍ରମ ହେତୁ ଦେହରେ ଦୁର୍ବଳତା ଦେଖାଦେବ ।

ବାଣିଜ୍ୟ ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ ।

ସମାଜ ସେବାରେ ବେଶ୍ ଆନନ୍ଦ ଅନୁଭବ କରିବେ ।

ଉ,ଷାଢା-ଧାର ଦେଇଥିବା ପଇସା ଫେରସ୍ତ ପାଇବେ ।

ପରୋକ୍ଷ ଶତ୍ରୁତା କାରଣରୁ କାର୍ଯ୍ୟହାନି ଯୋଗୁ ମନ ଉଦାସ ହେିବ ।

ସ୍ଥଗିତ କାମକୁ ପୁରା ଦମରେ କରିବା ପାଇଁ ନିଷ୍ପତି ନେବେ ।

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର –ଲଡୁ ଧର୍ମସ୍ଥାନ ରେ ଭୋଗ ଲଗାନ୍ତୁ ମକର ଉ , ଷାଢା - ଶାରିରୀକ କ୍ରିଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ ।

ପ୍ରେମିକ ପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ ।

ନୂଆ ଲୋକଙ୍କ ସହ ସାକ୍ଷାତରେ ଆପଣଙ୍କୁ ଲାଭ ହେବ ।

ଶ୍ରବଣା – ବ୍ୟବସାୟରେ ବିଦେଶକୁ ଯାଇ ଲାଭ ପାଇବେ ।

ସକାରତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ ।

ଶାସନରେ ଥିବା ଲୋକଙ୍କ ସହ ସଂପର୍କ ହେବ ।

ଧନିଷ୍ଠା – ଜମି କ୍ରୟ କରି ଖୁସି ରହିବେ ।

କୈାଣସି କଥାକୁ ନେଇ ଭାବୁକ ରହିବେ ।

ବ୍ୟବସାୟରେ ନୂଆ ସୁଯୋଗ ଓ କାମ ପାଇବେ ।

ଯେଉଁ କାମ କରିବାକୁ ଚାହିଁବେ ତାକୁ ମନପ୍ରାଣ ଢାଳି ପୂରା କରିଦେବେ ।

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ କୁମ୍ଭ- ଧନିଷ୍ଠା- ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ ।

ଦୂର ଜାଗାକୁ ଭ୍ରମଣରେ ଯାଇପାରନ୍ତି ।

ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ ।

ନେତ୍ରପିଡା ଅନୁଭବ କରି ପାରନ୍ତି ।

ଶତଭିଷା- ମନ୍ଥରତା ଭିତରେ ମଧ୍ୟ ବ୍ୟବସାୟରେ ସୁଫଳତା ପାଇବେ ।

ବନ୍ଧୁଙ୍କ ସହ ଆଳାପ ଆଲୋଚନାରେ ଅଧିକ ସମୟ କଟାଇବେ ।

ଯାତ୍ରା ସମୟରେ ଦୁର୍ଘଟଣା ଗସ୍ତ ହୋଇପାରନ୍ତି ।

ପୂ,ଭାଦ୍ରପଦ- ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।

ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ ।

ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ ।

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର – ମହାଦେବଙ୍କ ମନ୍ତ୍ରକୁ ୨୧ ଥର ଜପ କରନ୍ତୁ ମୀନ ପୂ , ଭାଦ୍ରପଦ - ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ ।

ମନ ଆଧ୍ୟାତ୍ମିକତା ପ୍ରତି ଅଧିକ ରହିବ ।

ଆପଣଙ୍କ ସମ୍ପର୍କରେ ଆସୁଥିବା ପ୍ରତ୍ୟେକ ଲୋକଙ୍କ ସହ ପ୍ରେମପୂର୍ଣ୍ଣ ବ୍ୟବହାର କରିବେ ।

ଉ , ଭଦ୍ରପଦ - ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ ।

ବିଦ୍ୟାର୍ଥୀମାନେ ନାନା ସମସ୍ୟାରେ ଆଗେଇବେ ।

ପ୍ରେମିକା, ପ୍ରେମିକ ଦର୍ଶନୀୟ ସାନକୁ ବୁଲି ଯିବେ ।

ରେବତୀ – କର୍ମକ୍ଷେତ୍ରରେ କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବାକୁ ପଡିପାରେ ।

ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତି ପୋଷଣ କରିବା କାରଣରୁ ଅଶାନ୍ତି ସୃଷ୍ଟି ହୋଇପାରେ ।

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରିବେ

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।