Daily Horoscope 25th Aug 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ
ମେଷ-
ଅଶ୍ୱନୀ- ପ୍ରେମିକ ପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ। ଉତ୍ପାଦନ ସହିତ ଜଡିତ ବ୍ୟବସାୟ ବୃଦ୍ଧି ପାଇବା ସହ କୈାଣସି ସଂସ୍ଥାରୁ ସମ୍ମାନ ପାଇବାର ସମ୍ଭାବନା ଅଛି । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ ।
ଦ୍ୱିଜା- ଅଫିସରେ କାର୍ୟ୍ୟବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍ ରହିବ ନାହିଁ । ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । ସରକାରି ସହୟତା ପାଇବେ ବା ଉଚ୍ଚପଦସ୍ଥ ଅଧିକାରୀଙ୍କ ଅନୁକମ୍ପା ହାସଲ କରିବେ ।
କୃତିକା- ମାଲିମକବ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । ଗମନା ଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସୂର୍ଯଦେବଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
ବୃଷ-
କୃତିକା-ବ୍ୟବସାୟ ସମ୍ବନ୍ଧରେ ବଡ ଚୁକ୍ତି ହୋଇପାରେ । ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ହେବ । ମିତ୍ର ବନ୍ଧୁ ମାନଙ୍କ ପରିସର ବୃଦ୍ଧି ପାଇବ । ବୃଦ୍ଧି ବିଦ୍ୟାର ଉତମ ଉପଯୋଗ କରି କାର୍ଯ୍ୟରେ ସଫଳତା ପାଇବେ ।
ରୋହିଣୀ- ରାଜନୀତିରେ ବିରେଧୀ ଦଳ ବଢିବେ । ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିବ । ବିଦ୍ୟାର୍ଥୀ ମାନଙ୍କ ପାଇଁ ଦିନଟି ଭଲ ରହିବ । ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ ।
ମୃଗଶିରା- ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ । ଉତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ । ଯାନ ବାହନରେ ଚଳାଚଳରେ ସତର୍କ ରୁହନ୍ତୁ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଶ୍ରୀ ଗୌରି ଗଣେଶଙ୍କୁ ପୂଜା କରିଲେ ଆପଣଙ୍କର କାମ ସଫଳ ହେବ ।
ମିଥୁନ-
ମୃଗଶିରା- ପାରିବାରିକ ଜୀବନରେ ସେବା ଶ୍ରୁଶ୍ରୁଷା ମିଳିବ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ସନ୍ତାନ ପକ୍ଷରୁ ଶୁଭ ଖବର ପାଇବେ ।
ଆଦ୍ରା- ରାଜନିତିରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ଚାକିରି କ୍ଷେତ୍ରରେ ଆଶା ଅଭିଳାଷା ପୂରଣ ହୋଇପାରେ ।
ପୁନର୍ବସୁ- କୋର୍ଟ କଚେରୀ ମାମଲାରେ ଖର୍ଚ୍ଚାନ୍ତ ହୋଇ ପାରନ୍ତି । ରାସ୍ତାଘାଟରେ ଯଥେଷ୍ଟ ସତର୍କ ହୋଇ ଚଳିବା ଉଚିତ୍ । ଘରେ କୈାଣସି ଧାର୍ମିକ କାର୍ଯ୍ୟର ରୂପରେଖ ତିଆରି କରି ପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କର୍କଟ-
ପୁନର୍ବସୁ- ଶରିରକୁ ସୁସ୍ଥ ରଖିବା ପାଇଁ ଆଜି ଆପଣ ବହୁତ ଯୋଜନା କରିବେ । ଆପଣ ନିଜ କଥାରେ ଅନ୍ୟ ମାନଙ୍କ ମନ ମୋହିବେ । ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସହ କଥା ହେବାକୁ ପଡିବ ।
ପୁଷ୍ୟା- କାର୍ଯ୍ୟ ବିଷୟରେ ପରାମର୍ଶ ଦେବା ଫଳରେ ପ୍ରଂଶସିତ ହେବେ । ନ୍ୟାୟମାର୍ଗ ଓ ମିଠା ବଚନକୁ ନିଜର ଭୂଷଣ ଭାବି କର୍ମ କରିଲେ ଲାଭବାନ୍ ହେବେ । ଶତୃମାନେ ମିତ୍ର ପରି ବ୍ୟବହାର କରିବେ । ଭାଷଣ ବାଜିରେ କ୍ରୋଧକୁ ଆୟତ୍ତ କରିବା ଉଚିତ୍ ।
ଅଶ୍ଲେଷା- ପରିଚିତ ଲୋକଙ୍କଠାରୁ ଅଧିକ ଲାଭ ମିଳିବ । କୈାଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ସିଂହ-
ମଘା- ବାଣିଜ୍ୟ-ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ପରିସି୍ଥତିରେ ପଡି ଅନ୍ୟମାନଙ୍କୁ ଭୁଲ ବୁଝିବେ। କୈାଣସି ଅସୁବିଧା ନଥିଲେ ମଧ୍ୟ ଅଯଥାରେ ଏଣୁ ତେଣୁ ଗୁଡାଏ ଚିନ୍ତା କରି ବିବ୍ରତ ହୁଅନ୍ତୁ ନାହିଁ ।
ପୂ,ଫାଲଗୁନି- ରାଜନିତିରେ ରହି ଲୋକଙ୍କୁ ସହଯୋଗର ମନବୃତି ପୋଷଣ କରିବେ । ଛାତ୍ର ଛାତ୍ରି ମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ । କର୍ମ କ୍ଷେତ୍ରରେ ସବୁ କାର୍ଯ୍ୟ ସୁରୁଖୁରୁରେ ହେଇଯିବ ।
ଉ,ଫାଲଗୁନି- ମାଲିମକଦ୍ଦମାରେ ଜୟଯୁକ୍ତ ହେବେ । ଭାଗ୍ୟ ଆପଣଙ୍କୁ ବହୁତ ସମର୍ଥନ କରିବ ଓ କାର୍ୟ୍ୟ ଅବସ୍ଥା ଅନୁକୂଳ ହେବ । ରାଜନେତାଙ୍କ ସାହାଯ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କନ୍ୟା-
ଉ,ଫଳଗୁନି- ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । କର୍ମକ୍ଷେତ୍ରରେ ମଧୁର ବାକ୍ୟ କହି ନିଜର କାର୍ଯ୍ୟ ହାସଲ କରିନେବେ । ଦାମ୍ପତ୍ୟ ଜୀବନରେ ସମାନ୍ୟ ତିକ୍ତତା ଦେଖାଦେଇପାରେ ।
ହସ୍ତା- ବ୍ୟବସାୟରେ ନୂଆ କୈାଶଳ ପ୍ରୟୋଗ କରିବେ । ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ରାଜନୈତିକ କ୍ଷେତ୍ରରେ ଉଚ୍ଚ ପଦ ମର୍ଯ୍ୟଦା ଲାଭ କରିବେ ।
ଚିତ୍ରା- ଗୃହିଣୀଙ୍କ ପାଇଁ ମିଶ୍ରିତ ଫଳ ରହିବ । ଗୁରୁଜନଙ୍କ ସହ ଆଲୋଚନା କରି ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ । ମନର ନକରାତ୍ମକତା ଦୂର ହୋଇ ଉଚ୍ଚଶିକ୍ଷାରେ ସଫଳତା ପାଇବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ
ତୁଳା-
ଚିତ୍ରା- ବ୍ୟବସାୟରେ ଦୂର ଯାତ୍ରା କରିବାର ସୁଯୋଗ ରହିଛି । ପରିବାରରେ ସମସ୍ତଙ୍କୁ ସାହାର୍ୟ୍ୟ କରିବାରେ ସଫଳ ହେବେ । ସମ୍ପର୍କୀୟଙ୍କୁ ମିଥ୍ୟା ପ୍ରତିସୃତି ଦେଇ ସମାଲୋଚିତ ହୋଇପାରନ୍ତି ।
ସ୍ୱାତୀ- ଚାକିରି କ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନିତିରେ ନିଜର ଯୋଗ୍ୟତା ଅନୁସାରେ ପଦବୀ ମିଳିପାରେ । ବିଦେଶ ଆଗମନର ସୁଯୋଗ ଆସିବ ।
ବିଶାଖା- ବିବାଦୀୟ ଘଟଣା ଟିକେ ଜଟିଳ ଆଡକୁ ଗତି କରିବ । ମନ ଭୁଲାଣିୟା କଥା କହି ସହକର୍ମୀଙ୍କ ଦ୍ୱାରା କାମଟି କରାଇ ନେବେ । ବାଟରେ ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମିଠା ଦହି ଖାଇ ଘରୁ ବାହାରନ୍ତୁ
ବିଛା-
ବିଶାଖା- ନୂଆ ବିଚାର ଆପଣଙ୍କ ଆର୍ଥିକ ପକ୍ଷ ଲାଗି ଲାଭଦାୟକ ହେବ । ବାଣିଜ୍ୟରେ ଆତ୍ମବୃଦ୍ଧି ଓ ସଞୟ ହେବ । ବିନା ସ୍ୱାର୍ଥରେ ଅନ୍ୟର ସହୟତା କରି ଖୁସି ଅନୁଭବ କରିବେ
ଅନୁରାଧା- ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଜନଙ୍କ ପାଖରେ ଆଦୃତ ହେବେ । କର୍ମକ୍ଷେତ୍ରରେ ଆପଣଙ୍କର ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ ।
ଜ୍ୟେଷ୍ଠା- ଆକସ୍ମିକ ଧନ ଲାଭ ହୋଇପାରେ । କିଛି ଯାନ୍ତ୍ରିକ ଜିନିଷ ଉପକରଣ କ୍ରୟ କରିପାରନ୍ତି । ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳା ମନ୍ତ୍ର ପାଠ କରନ୍ତୁ
ଧନୁ-
ମୂଳା- ଜୀବନରେ ଲାଭର ଅବସର ପାଇବେ । କଳା କ୍ଷେତ୍ରରେ ଥିବା ଲୋକଙ୍କୁ ଉନ୍ନତିର ନୂଆ ମାର୍ଗ ମିଳିବ । ପ୍ରେମ ସଂମ୍ପର୍କରେ ତିକ୍ତତା ଦେଖାଦେବ । କିଣାବିକା ବ୍ୟବସାୟ ଲାଗି ଦିନଟି ଭଲ ରହିବ ।
ପୂ,ଷାଢା- ଅନ୍ୟ ମାନେ ଆପଣଙ୍କର ଫାଇଦା ଉଠାଇବା ପାଇଁ ଚେଷ୍ଟା କରିବେ । ଅଫିସ୍ରେ ଭାବିଥିବା କାମ ନିର୍ଦ୍ଧିରିତ ସମୟରେ ସମ୍ପୂର୍ଣ୍ଣ କରିବେ । ରାଜନୀତିରେ ଅଧିକାରୀଙ୍କ ପ୍ରତି ଆପଣଙ୍କ ବ୍ୟବହାର କୋମଳ ରଖନ୍ତୁ ।
ଉ,ଷାଢା- ଆଜିର ଯାତ୍ରା ସମୟରେ ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ ହେବ । ବାଧ୍ୟତାବଶତଃ ଆନୁଷ୍ଟାନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ । ମହିଳା ମାନେ ମଧୁର ସଂପର୍କ ଗଢିବେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ
ମକର-
ଉ,ଷାଢା- ଦୂରେଇ ଚାଲି ଯାଇଥିବା ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଚେଷ୍ଟା କରିବେ । ନୂଆ ବେପାର ଆରମ୍ଭ କରିବା ପାଇଁ ଭାବିବେ । ପିଲାମାନଙ୍କୁ ନେଇ ଗର୍ବିତ ଅନୁଭବ କରିବେ ।
ଶ୍ରବଣା- ପତୀ ପତ୍ନୀଙ୍କ ମଧ୍ୟରେ ଭଲ ବୁଝାବଣା ହେବା ସହିତ ଦାମ୍ପତ୍ୟ ଜୀବନରେ ସୁଖ ଆସିବ । ଛାତ୍ରଛାତ୍ରୀମାନେ ଅଧିକ ସମୟ ଖେଳରେ କଟାଇବେ । ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ ।
ଧନିଷ୍ଠା- ବହୁ ଦିନରୁ ସମାଧାନ ହୋଇ ନପାରୁଥିବା ସମସ୍ୟା ସମାଧାନ ହୋଇ ଯିବ । ନିଜର ବାସସ୍ଥାନ କରିବା ପାଇଁ ନୂତନ ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସୂର୍ଯ୍ୟଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ
କୁମ୍ଭ-
ଧନିଷ୍ଠା- କଠିନ ପରିଶ୍ରମ କରିବା ଦ୍ୱାରା ଯଶ ମାନ ସମ୍ମାନ ମିଳିବ । ବ୍ୟବସାୟ କ୍ଷେତ୍ରରେ ପରିବର୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ ।
ଶତଭିଷା- ଅଫିସ୍ କାମରେ ବ୍ୟସ୍ତ ରହିବେ । ଶିକ୍ଷା କ୍ଷେତ୍ରରେ ଆପଣଙ୍କୁ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ । ରାଜନୀତିରେ କିଛି ବିଶେଃଷ କଥା ଆଲୋଚନା କରିବେ ।
ପୂ,ଭାଦ୍ରପଦ- ସାମ୍ବାଦିକମାନେ କୈାଣସି ଶୁଭ ସମାଚାର ଶୁଣିବାକୁ ପାଇବେ । ସମାଜ ସେବା କାର୍ୟ୍ୟରେ ଯୋଗ ଦେବେ । ଶତୃମାନେ ପରାଜିତ ହେବେ ଏବଂ ସରକାରୀ ସହୟତା ପାଇବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସାତଟି ଗୋଲ ମରିଚ ନୀଳ କପଡାରେ ବାନ୍ଧି ଜଳରେ ଭସାଇ ଦିଅନ୍ତୁ
ମୀନ-
ପୂ,ଭାଦ୍ରପଦ- ପ୍ରେମିକା , ପ୍ରେମିକ ଦର୍ଶନୀୟ ସ୍ଥାନକୁ ବୁଲି ଯିବେ । ଅଫିସ୍ରେ ଆପଣଙ୍କର କାମରେ ଖୁସି ହୋଇ ସହକର୍ମୀ ଆପଣଙ୍କୁ ପ୍ରଶଂସା କରିବେ । ବ୍ୟବସାୟରେ ବୁଝିବିଚାରି ଭାଗିଦାରି କରନ୍ତୁ । ମାନସିକ ସ୍ତରରେ ଉନ୍ନତି ଆସିବ ।
ଉ,ଭାଦ୍ରପଦ- ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ବିଦ୍ୟାର୍ଥୀମାନେ ଉଚ୍ଚ ଶିକ୍ଷା ପାଇଁ ଆଗ୍ରହୀ ହୋଇପାରନ୍ତି । କ୍ରୀଡା କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ ।
ରେବତୀ- ମହିଳା ମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ । ପରିବାରରେ ଅଯଥା ଝଗଡା ବଢିଯିବା ଫଳରେ ନିଜେ ଲଜ୍ଜିତ ହେବ । କ୍ୟାରିୟରରେ ସକରାତ୍ମକ ପ୍ରଭାବ ପଡିବ । କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ପରିଧାନ କରନ୍ତୁ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।