Daily Horoscope 25th October 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

Oct 25, 2026 - 08:14
Daily Horoscope 25th October 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

ମେଷ- ଅଶ୍ୱନୀ – ବୁଦ୍ଧି ବିଦ୍ୟାର ଉପଯୁକ୍ତ ପ୍ରୟୋଗ କରି ଅନେକ କଷ୍ଟସାଧ୍ୟ କାମ କରିବେ ।

ପରିବାରରେ ଅନ୍ୟଙ୍କ ପାଇଁ ଚିନ୍ତା ବଢିବ ।

ଦେହ, ମନ ଭଲ ରହିବ ।

ଯେଉଁ କାମ କରିବାକୁ ଚାହିବେ ତାହା ସଂମ୍ପୂର୍ଣ୍ଣ କରିବେ ।

ଦ୍ୱିଜା – ଛାତ୍ରଛାତ୍ରୀ ମାନେ ପଢ଼ାରେ ଏକାଗ୍ରତା ରକ୍ଷା କରି କୃତକାର୍ଯ୍ୟ କରିବେ ।

ରାଜନୀତିରେ ବଡ଼ ଦାୟିତ୍ୱ ତୁଲାଇବେ ।

ରହିଯାଇଥିବା କାମକୁ ଶେଷ କରିବା ସକାଶେ ଚିନ୍ତା କରିପାରନ୍ତି।

କଳା କ୍ଷେତ୍ରରେ ଥିବା ଲୋକମାନେ ଭଲ ପ୍ରଦର୍ଶନ କରିବେ ।

କୃତିକା – ନୂଆ ଜମି କ୍ରୟ କରିବେ ।

ଗୃହିଣୀମାନେ କର୍ତ୍ତବ୍ୟ ନିର୍ବାହ କରିବେ ।

କୌଣସି ଗୁରୁତ୍ୱପୂର୍ଣ୍ଣ ଘଟଣାକୁ ନେଇ ପଡ଼ୋଶୀଙ୍କ ସହ ବିଭିନ୍ନ ଆଲୋଚନାରେ ସମୟ କଟାଇବେ।

ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର - ଗୋ ମାତାଙ୍କୁ ଖାଇବାକୁ ଦିଅନ୍ତୁ Advertisment ବୃଷ- କୃତିକା- ପାରିବାରରେ ସୁସ୍ଥ ବାତାବରଣ ଜାରି ରହିବ ।

ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି ।

ନିଜର ଭଲ କାମ ପାଇଁ ପ୍ରଂଶସିତ ହେବେ।

ରୋହିଣୀ- ରାଜନେତାଙ୍କ ସାହାଯ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ ।

ବିଦ୍ୟାର୍ଥୀମାନେ ପଢାରେ ପେଛଇବେ ଓ ପରୀକ୍ଷାରେ ଖରାପ ଫଳ ପାଇ ପାରନ୍ତି ।

ବିଦେଶରେ କାମ କରୁଥିବା ଲୋକମାନେ ପଦୋନ୍ନତି ପାଇ ପାରିବେ ।

ମୃଗଶିରା- ଅଯଥା କଥାକୁ ନେଇ ଚିନ୍ତା କରିପାରନ୍ତି ।

ପୈତୃକ ସମ୍ପତିକୁ ନେଇ ନିଜ ଲୋକ କ୍ଷତି କରିବା ପାଇଁ ଚେଷ୍ଟା କରିବେ ।

ମନୋରଞନ କାର୍ଯ୍ୟରେ ବା ନୃତ୍ୟ ଗୀତରେ ମଜ୍ଜି ରହିବେ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର – ମା କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ ମିଥୁନ- ମୃଗଶିରା- ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ହେତୁ ବ୍ୟସ୍ତ ହେବେ ।

ମୁଣ୍ଡବ୍ୟଥା ଜନିତ ସମସ୍ୟା ଦେଖାଦେବ ।

ବ୍ୟବସାୟୀମାନେ କୌଶଳରେ କାର୍ଯ୍ୟ ହାସଲ କରିବେ।

ଆଦ୍ରା - କର୍ମାରମ୍ଭରେ ଉତ୍ସାହିତ ହେବେ ଓ ସଫଳତା ହାସଲ କରିବେ।

ଧର୍ମାନୁଷ୍ଟାନରେ କାମ କରିବାର ସୁଯୋଗ ପାଇବେ ।

ରାଜନୀତିରେ ଶତ୍ରୁଙ୍କ ସଖ୍ୟା ବଢିବ ।

ଛାତ୍ରଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ ।

ପୁନର୍ବସୁ - ପରିସ୍ଥିତିବଶତଃ ନିକଟ ସମ୍ପର୍କୀୟଙ୍କ ସକାଶେ ବ୍ୟୟ କରିବାକୁ ବାଧ୍ୟ ହେବେ ।

କୋର୍ଟର ରାୟ ଡେରି ହୋଇପାରେ ।

ମାଲିମୋକଦ୍ଦମାରେ ସାମାନ୍ୟ ସଫଳତା ମିଳିବ ।

ମହିଳାମାନଙ୍କ ଦିନ ଭଲରେ କଟିବ।

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର – ସକାଳୁ ଛୋଟ ପିଲାଙ୍କୁ କିଛି ପିଜୁଳି ଖାଇବାକୁ ଦିଅନ୍ତୁ Advertisment କର୍କଟ- ପୁନର୍ବସୁ- ସ୍ୱାର୍ଥପରତା ଯୋଗୁ ଅନେକ ବନ୍ଧୁ ଆପଣଙ୍କ ଠାରୁ ଦୂରେଇ ଯିବେ ।

ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ ।

କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ, ଶତୃମାନଙ୍କ ଉପଦ୍ରବ ବୃଦ୍ଧି ପାଇବ ।

ପୁଷ୍ୟା- ବ୍ୟବସାୟ, ବାଣିଜ୍ୟରୁ ଭଲ ଲାଭ ପାଇବେ ।

ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି ।

ସାଙ୍ଗ ସାଥିଙ୍କ ସହ ଦୂର ସ୍ଥାନକୁ ଭ୍ରମଣ କରିବାକୁ ଯାଇ ପାରନ୍ତି ।

ଅଶ୍ଲେଷା- ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ ।

ସାହାଯ୍ୟକାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ ।

ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ ।

ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨ ପ୍ରତିକାର – ମା ଭୁନନେଶ୍ୱରୀଙ୍କର ମହାକବଚ ଧାରଣ କରନ୍ତୁ ସିଂହ- ମଘା – ରୋଗ ପୀଡା ପାଇଁ ଚିନ୍ତାରେ ରହିବେ ।

ବ୍ୟବସାୟରେ କ୍ଷତିରେ ପଡିପାରନ୍ତି ।

ଘରକାମରେ ଭାଇ-ଭଉଣୀ ମାନେ ସହଯୋଗ କରିବେ ।

ଆପଣଙ୍କୁ ରଚନାତ୍ମକ କାମରୁ ପ୍ରଶଂସା ମିଳିବ ।

ପୂ , ଫାଲଗୁନୀ - ପତ୍ନୀଙ୍କ ସହ ମନୋମାଳିନ୍ୟ ଦେଖାଦେଇପାରେ ।

ଅଫିସରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ ।

ଶିକ୍ଷାର୍ଥୀ ମାନେ ପଢାରେ ଚିନ୍ତିତ ରହିବେ ।

ଉ ,ଫାଲଗୁନୀ – ଭୁସମ୍ପତ୍ତି ସମାନ ପରିମାଣରେ ଭାଗ ହୋଇପାରେ ।

ମହିଳାମାନେ ତରବରିଆ ଭାବେ କୌଣସି କାମ କରନ୍ତୁ ନାହିଁ ।

ସାମ୍ବାଦିକତା ତଥା କ୍ରୀଡ଼ା କ୍ଷେତ୍ରରେ ସଫଳତା ମିଳିପାରେ।

ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧ ପ୍ରତିକାର – ବିଷ୍ଣୁଙ୍କୁ ଲାଲ ମନ୍ଦାର ଦେଇ ଦିନଟି ଆରମ୍ଭ କରନ୍ତୁ କନ୍ୟା- ଉ,ଫଳଗୁନି- ସ୍ୱାସ୍ଥ୍ୟ ଜନିତ ସମସ୍ୟାରୁ ମୁକ୍ତି ଦେଇପାରେ ।

କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ ।

ବ୍ୟବସାୟୀ ମାନେ ଭାଗୀଦାରି ବ୍ୟବସାୟ କରିବେ ।

ଦୂର ଯାତ୍ରାରେ ଲକ୍ଷ ପୂରଣ କରିପାରନ୍ତି ହସ୍ତା- ଛୋଟ ଛୋଟ କଥାକୁ ନେଇ ପ୍ରେମି ଯୁଗଳଙ୍କ ମଧ୍ୟରେ ମତାନ୍ତର ହୋଇପାରେ ।

ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ ।

ବିଦ୍ୟାର୍ଥି ମାନେ ଏକାଗ୍ରତା ରକ୍ଷା କରିବେ ।

ଚିତ୍ରା- ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ ।

କର୍ତ୍ତବ୍ୟ ନିଷ୍ଠା ଯୋଗୁ ସମସ୍ତଙ୍କର ଆଦର ହେବେ ।

ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ ।

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ ତୁଳା - ଚିତ୍ରା – ବନ୍ଧୁ ମାନଙ୍କ ସହିତ ସମୟ ଅତିବାହିତ କରିବେ ।

ସ୍ୱାସ୍ଥ୍ୟ ଭଲ ରହିବ ।

ଯେଉଁ କାମ କରିବେ ସେଥିରେ ସଫଳତା ହାସଲ କରିବେ ।

ଦାମ୍ପତି ଜୀବନ ପ୍ରେମପୂର୍ବକ ବିତିବ ସ୍ୱାତୀ – ବ୍ୟବସାୟରେ ଅନୁକୂଳ ବାତାବରଣ ଆସିବା ସହିତ ଧନ ବୃଦ୍ଧି ହୋଇପାରେ ।

କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି ।

ମହିଳାମାନେ ତିରସ୍କୃତ ହୋଇପାରନ୍ତି।

ବିଶାଖା – ଭଲ ସମ୍ପର୍କ ନ ଥିବା ଲୋକମାନେ ଅପପ୍ରଚାର କରିପାରନ୍ତି ।

ରାଜନୀତିରେ ସହାନୁଭୁତି ମିଳିବ ।

ସମ୍ପତି ବଢାଇବାର ଯୋଜନା ସଫଳ ହେବ ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର – ପର୍ଶୁରାମ ଫଟୋକୁ ପୂଜା କରନ୍ତୁ ବିଛା- ବିଶାଖା- ପାରିବାରିକ ଜୀବନରେ ପ୍ରେରଣା ମିଳିବ ।

କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ ।

କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ ।

ଅନୁରାଧା- ଶତୃ ଭୟ ସଦାସର୍ବଦା ଦେଖାଦେବ ।

କଳା କ୍ଷେତ୍ରରେ ଥିବା ଲୋକଙ୍କୁ ଉନ୍ନତିର ନୂଆ ମାର୍ଗ ମିଳିବ ।

ଚାକିରି କ୍ଷେତ୍ରରେ ପ୍ରଶଂସିତ ହେବେ ।

ରାଜନୀତିରେ ସଂପୂର୍ଣ୍ଣ ବିଫଳ ହେବେ ।

ଜ୍ୟେଷ୍ଠା-ପିତୃ ପୁରୁଷ ସମ୍ପତ୍ତିରୁ ଭାଗ ପାଇ ପାରନ୍ତି ।

ଓକିଲ ମାନଙ୍କ ପାଇଁ ଦିନଟି ଫଳପ୍ରଦ ରହିପାରେ ।

ନୂଆ କିଛି କରିବାର ଆଶା ଦେଖାଦେବ ।

ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର – ନୃସିଂହଙ୍କର ମନ୍ତ୍ର ପାଠ କରନ୍ତୁ ଧନୁ- ମୂଳା – ସ୍ୱାସ୍ଥ୍ୟ ଜନିତ ସମସ୍ୟାରୁ ମୁକ୍ତି ହୋଇଯିବେ ।

ବନ୍ଧୁଗହଣରେ ଦର୍ଶନୀୟ ସ୍ଥାନ ଭ୍ରମଣ କରିପାରନ୍ତି ।

ଚାକିରୀ କ୍ଷେତ୍ରରେ କିଛି ସମସ୍ୟା ଦେଖାଦେବ ।

ଖାଦ୍ୟ, ପ୍ରତି ସଜାଗ ରୁହନ୍ତୁ।

ପୂ , ଷାଢା – ବୈବାହିକ କର୍ମ ସକାଶେ ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହେବେ ।

ଅର୍ଜିତ ଧନ ଓ ମାନ ହରାଇବେ ।

ପିଲାମାନେ ସାଧାରଣ ଭାବେ ଉନ୍ନତି କରିବେ ।

ଉ , ଷାଢା – କୌଣସି ଘଟଣାରେ ସପୃକ୍ତ ହୋଇପାରନ୍ତି ।

ମହିଳା ମାନେ କୈାଣସି ଅଜଣା ବିପଦରେ ପଡି ପାରନ୍ତି ।

ନୂତନ ଯାନବାହନ କିମ୍ବା ଗୃହୋପକରଣ କିଣିବାକୁ ମନ ବଳାଇ ପାରନ୍ତି।

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ ମକର- ଉ,ଷାଢା- ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି ।

ଆର୍ଥୀକ ସମସ୍ୟା କିଛି ମାତ୍ରାରେ ଲାଘବ ହେବ ।

ପଢାପଢିରେ ଓ ପରିକ୍ଷାରେ ସମଫଳ ମିଳିବ ।ଶ୍ରବଣା- ସଭାସମିତି କ୍ଷେତ୍ରରେ ପ୍ରଶଂସିତ ହେବେ ।

ବାଣିଜ୍ୟରେ ଆତ୍ମବୃଦ୍ଧି ହେବ ।

ପରିବହନ କ୍ଷେତ୍ରରେ ଆଶା ଠାରୁ ଅଧିକ ଫଳ ପାଇବ ।

ବିଦ୍ୟାର୍ଥୀ ମାନେ ଉଚ୍ଚ ଶିକ୍ଷା ଲାଭ କରିବେ ।

ଧନିଷ୍ଠା- ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ ।

ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ ।

ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ।

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ କୁମ୍ଭ- ଧନିଷ୍ଠା – ସ୍ୱାସ୍ଥ୍ୟରେ ଅବନ୍ନତି ଘଟିପାରେ ।

ଘର ଲୋକଙ୍କ ସାହାର୍ଯ୍ୟରେ ଅଧୁରା କାମ ପୂରା କରିବେ ।

କର୍ମକ୍ଷେତ୍ରରେ ବିଫଳତା ଦେଖା ଦେଇପାରେ ।

ହଠାତ କୈାଣସି ଖୁସି ଖବର ପାଇବେ।

ଶତଭିଷା – ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବେ ।

କଥନଶୈଳୀକୁ ପରିବର୍ତ୍ତନ କରିପାରନ୍ତି ।

ବ୍ୟବସାୟରେ ଆୟ ବୃଦ୍ଧି କରିବେ ।

ପିଲାମାନେ କୃତିତ୍ୱ ଅର୍ଜନ କରିବେ ପୂ , ଭାଦ୍ରପଦ – ସଭାସମିତିରେ ସୀମା ଭିତରେ ରହିବା ଭଲ ନତବା ସାଧାରଣ କଥାରେ ମଧ୍ୟ ସମସ୍ୟା ଆସିବ ।

ଭୂମି ସମନ୍ଧୀୟ ବିବାଦ ସୃଷ୍ଟି ହୋଇପାରେ ।

ମହିଳା ମାନେ ଦର୍ଶନାଭିଳାଷି ହେବେ।

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ ମୀନ- ପୂ,ଭାଦ୍ରପଦ- ଭାତୃ ସଂପର୍କରେ ଉନ୍ନତି ଘଟିବ ।

ବନ୍ଧୁଙ୍କ ସହ ଆଳାପ ଆଲୋଚନାରେ ଅଧିକ ସମୟ କଟାଇବେ ।

କୈାଣସି ଉନ୍ନତି ମୂଳକ କାର୍ଯ୍ୟ ସକାଶେ ମୋଟା ଅଙ୍କର ଅର୍ଥ ଦରକାର ପଡିବ।

ଉ,ଭାଦ୍ରପଦ- ନବ ବିବାହିତ ଦମ୍ପତି ଏକା ସାଙ୍ଗରେ ସମୟ ବିତାଇବେ ।

ଗୁରୁଜନମାନଙ୍କ ସହିତ ମତାନ୍ତର ହୋଇପାରେ ।

ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ ।

ରେବତୀ- ବିବାହିତ ସମ୍ବନ୍ଧୀୟ କଥାବାର୍ତା ବେଳେ ସଂଯମ ରଖନ୍ତୁ ।

ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି ।

ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି ।

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର - ଶ୍ରୀ ବିଷ୍ଣୁଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।